ଆସନ୍ତୁ ଜାଣିବା : 16 ମଇ 2021, ରବିବାରର ରାଶିଫଳ !

Spread the love

ଗ୍ରହ ନକ୍ଷେତ୍ରଗୁଡିକର ଗତିପଥରେ ପରିବର୍ତ୍ତନ କାରଣରୁ ବ୍ୟକ୍ତିର ଜୀବନରେ ଅନେକ ପରିବର୍ତ୍ତନ ଆସିଥାଏ । କେତେବେଳେ ବ୍ୟକ୍ତିର ଜୀବନରେ ସୁଖ ସମୃଦ୍ଧି ଆସିଥାଏ ତ କେତେବେଳେ ଅତ୍ୟଧିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ସମୟର ସହିତ ବହୁତ କିଛି ବଦଳି ଯାଇଥାଏ । ଜ୍ୟୋତିଷଙ୍କ କହିବା ଅନୁସାରେ, ଯେତେବେଳେ ଗ୍ରହ ଓ ନକ୍ଷେତ୍ର ଗୁଡିକର ସ୍ଥାନ ପରିବର୍ତ୍ତନ ଘଟିବଥାଏ, ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତେଣୁ ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜିର ସ୍ଥଗିତ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ । ବାଣିଜ୍ୟ ଓ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାର କରଜ ସୂତ୍ରରେ ଅର୍ଥସଂଗ୍ରହ କରିବାକୁ ବାଧ୍ୟ ହେବେ । ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ । କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା କହିବା କାରଣରୁ ତାହା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ । ନିକଟ ଅତୀତରେ ଯୁକ୍ତିତର୍କ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ବକେୟା ଅର୍ଥ ଆଦାୟ ଲାଗି ଅନ୍ୟର ସାହାଯ୍ୟ ନ ନେଲେ ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ ଓ ସଭାସମିତି କ୍ଷେତ୍ରରୁ ସଫଳତା ପାଇବେ । ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡିବ । ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ । କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ରାଜନୀତିରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡ଼ବଡ଼େଇଯିବେ । ପ୍ରତିବେଶୀଙ୍କ ସହ ସଂପର୍କ ମଧୁର ରହିବା ଏକ ପ୍ରକାର ହିତକର ହେବ । ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡ଼ିବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ନିର୍ବିଘ୍ନରେ ସମାପନ ହୋଇଯିବ । କୌଣସି କାମ ହାସଲ ପାଇଁ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡ଼ିବ । ଲେଖାପଢ଼ା ତଥା ପ୍ରକାଶନ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଶୁଭଫଳ ପାଇବେ । ବିବାଦୀୟ ପରିସ୍ଥିତିରେ ପଡ଼ୋଶୀଙ୍କ କଥାରେ ଚିହ୍ନା ପଡ଼ନ୍ତୁ ନାହିଁ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଭାବ ପ୍ରବଣତାରେ ଭାସିଯାଇ ଏଣୁତେଣୁ ଗପିବା ସମସ୍ୟାର କାରଣ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ଠିକ୍‌ ହେବନାହିଁ । ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ଆନୁଷ୍ଠାନିକ କ୍ଷେତ୍ର କିମ୍ବା କଚେରି ମାମଲାରେ ସଫଳତା ଅବଶ୍ୟ ମିଳିବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜିର ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ସହକର୍ମୀଙ୍କ ଅକାଟ୍ୟ ଊକ୍ତିକୁ ସହ୍ୟ କରିନପରି ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡ଼ିପାରେ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ସବୁ ସମୟରେ ନିଜ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ । ନିର୍ମାଣ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେଇପାରେ । ସହଯୋଗ ସକାଶେ ବନ୍ଧୁଙ୍କୁ କହିନପାରି ପରେ ଅନୁତାପ କରିପାରନ୍ତି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ବିଭିନ୍ନ ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିବେ । ପାରିବାରିକ ସୁଖ ସ୍ଵାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଧାର କରଜ କରି କାମ ଚଳାଇ ନେବା ସାଙ୍ଗକୁ ଆକସ୍ମିକ ଭାବେ ବସ୍ତ୍ରଭୂଷଣ ଲାଭ କରିପାରନ୍ତି ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ପାରସ୍ପରିକ ଆଲୋଚନାକ୍ରମେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ଭାବପ୍ରବଣ ବଶତଃ ବନ୍ଧୁଙ୍କ ସମ୍ମୁଖରେ କୌଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ଅପଦସ୍ଥ ହୋଇପାରନ୍ତି । ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ ।