20 ଅକ୍ଟୋବର 2019 ରବିବାର – ୨ଟି ଗ୍ରହର ମିଳନ ଫଳରେ ହେବାକୁ ଯାଉଛି ମହାସଂଯୋଗ ! ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଆକସ୍ମିକ ଭାବରେ ବଦଳିବ ଓ

Spread the love

20 ଅକ୍ଟୋବର 2019 ରବିବାର – ୨ଟି ଗ୍ରହର ମିଳନ ଫଳରେ ହେବାକୁ ଯାଉଛି ମହାସଂଯୋଗ ! ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଆକସ୍ମିକ ଭାବରେ ବଦଳିବ ଓ ପୁରାଣ ହେବ ସବୁ ଇଚ୍ଛା….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ଆଜି ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ । କିନ୍ତୁ ଭୁଲ୍‌ ବୁଝାମଣାଜନିତ ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ଈର୍ଷାପରାୟଣ ହୋଇ ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ପରିବାରରେ ଲାଗି ରହିଥିବା ବିବାଦ ଦୂର ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ବୃଷ: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଅଫିସରେ ଆଜି ସାବଧାନତା ଅବଲମ୍ବନ କରିବା ଦରକାର । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ । ମହିଳାଙ୍କୁ ଆଜି ଜୀବନସାଥୀଙ୍କ ଠାରୁ ଉପହାର ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମିଥୁନ: ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ପାରସ୍ପରିକ ସୁସମ୍ପର୍କ ଅଭାବରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ । ଆର୍ଥିକ ପରିସ୍ଥିତି ପୂର୍ବପରି ରହିବା ହେତୁ ମାନସିକ ସ୍ଥିତି ବିଗିଡ଼ିଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କର୍କଟ: ପରିବାରର ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ, ଦିନଟି ମଙ୍ଗଳୟ ରହିବ । ବ୍ୟବସାୟୀମାନେ କର୍ମ କ୍ଷେତ୍ରରେ ସର୍ତକତା ଅବଲମ୍ବନ କରନ୍ତୁ ଏବଂ ନିଜ କଥାବାର୍ତ୍ତାରେ ନିୟନ୍ତ୍ରଣ ରଖାନ୍ତୁ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ: ବିବାଦୀୟ ପରିସ୍ଥିତି ଲାଗି ରହିବା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବାକୁ ପଡ଼ିପାରେ । ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଧୈର୍ଯ୍ୟ ଧରି କାମ କରନ୍ତୁ; ସଫଳ ନିଶ୍ଚୟ ହେବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ପାରିବାରିକ ଦାୟିତ୍ବ ସୁଚାରୁରୂପେ ନିର୍ବାହ କରିବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଦିନଟି ଠିକ୍‌ଠାକ୍‌ ରହିବ । କୌଣସି ବିଷୟ ଉପରେ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରିବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ବିଛା: ଦିନଟି ଆପଣଙ୍କ ପାଇଁ ଖଟା ମିଠା ରହିବ । ଆପଣଙ୍କର ଆତ୍ମବିଶ୍ଵାସ ଓ ସଚ୍ଚୋଟତା ପାଇଁ ଆଗକୁ ବଢ଼ିବା ସହଜ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ଅଫିସ କାମ ନିର୍ଦ୍ଦିଷ୍ଟ ସମୟରେ ପୂରା କରିବା‌େର ସକ୍ଷମ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଦିନଟି ଆପଣଙ୍କ ଲାଗି ମାଧ୍ୟମ ଧରଣର ଫଳ ପ୍ରଦାନ କରିବ । ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ । ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ । ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ । ବ୍ୟବସାୟିକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ମକର: ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ରାଶିରେ ରାଜଯୋଗ ସଂଘଟିତ ହୋଇଥିବାରୁ ଗତକାଲି ଠାରୁ ଯାହା କରିବା ପାଇଁ ଚିନ୍ତା କରିଥିଲେ ଆଜି ସେଥିରେ ସଫଳତା ହାସଲ କରିବେ । ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ଅବିଳମ୍ବେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଅର୍ଥ ସମ୍ପର୍କିତ ଆଲୋଚନା ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭଦ୍ରକାଳୀ ।

କୁମ୍ଭ: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ପଡ଼ୋଶୀଙ୍କ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହୋଇପାରନ୍ତି । ଘର ତିଆରି, ଯାନବାହନ, ଦୋକାନର ଉନ୍ନତି ଓ ସଭାସମିତିରୁ ଉପକୃତ ହେବେ । ଟେନ୍‌ସନ କିଛି ମାତ୍ରାରେ ଲାଗି ରହିବ । ଖଳ ପ୍ରକୃତିର ଲୋକ କିମ୍ବା ଭଲ ସମ୍ପର୍କ ରଖୁ ନ ଥିବା ଲୋକେ ବିରୁଦ୍ଧାଚରଣ କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମୀନ: ଆଜିର ଦିନଟି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟାରମ୍ଭ ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ପାଇଁ ବନ୍ଧୁ ସାହାଯ୍ୟ କରିବେ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ । ଘରୋଇ ବିବାଦ ସମାପ୍ତ ହେବ । କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢ଼ିପାରେ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହେବ । ପ୍ରିୟଜନଙ୍କ ସହଯୋଗ ମିଳିବ । ନୂଆ ଚୁକ୍ତିପତ୍ର ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।