21 ମାର୍ଚ୍ଚ 2019, ଗୁରୁବାର – ରାଶିଫଳ; ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ସୁଖଦାୟକ ରହିବା

Spread the love

21 ମାର୍ଚ୍ଚ 2019, ଗୁରୁବାର– ରାଶିଫଳ; ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ସୁଖଦାୟକ ରହିବା

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

ବୃଷ: ଦିନଟି ଲାଭପ୍ରଦ ରହିବ । ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ଆର୍ଥିକ ସମସ୍ୟା ଦୂର ହୋଇଯିବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସନ୍ତୋଷୀ ମାତା ।

ମିଥୁନ: ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଆପଣ ପ୍ରୟାସ ଜାରି ରଖନ୍ତୁ । ଆପଣଙ୍କର ବଡ଼ ସପ୍ନ ପୂରା ହୋଇଯିବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ବ୍ୟବସାୟ ସମ୍ବନ୍ଧରେ ବିଦେଶ ଯାତ୍ରା କରିବେ । ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀକୃଷ୍ଣ ।

ସିଂହ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ଜ୍ୟୋତିଷ ବିଜ୍ଞାନ‌ରେ ଚର୍ଚ୍ଚା କରିବେ । ବ୍ୟବସାୟରେ ତୁରିତ୍ବ ଫଇସଲା ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

କନ୍ୟା: ଅଚାନକ ଧନଲାଭର ଅବସର ମିଳିବ । ଆପଣ ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ । ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ । ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ତୁଳା: ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ । ଯାହା ବି କାମ ଆରମ୍ଭ କରିବେ, ସଫଳତା ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲୋକନାଥ ।

ବିଛା: ପୁରୁଣା ଚିନ୍ତା ଆଜି ସମାପ୍ତ ହେବ । ବ୍ୟବସାୟରେ ଅପାର ସଫଳତା ମିଳିବ । ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ହନୁମାନ ।

ଧନୁ: ବହୁତ ଲୋକ ଆପଣଙ୍କ କାମର ଦୋଷ ତ୍ରୁଟି ବାହାର କରିପାରନ୍ତି । ବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ସାମାଜିକ କାର୍ଯ୍ୟରେ ରୁଚି ନେଇ ପାରନ୍ତି । ପଇସା ସମ୍ବନ୍ଧରେ କୌଣସି ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ମକର: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ । ଭାବିଥିବା କାମ ବିନା ବାଧା ବିଘ୍ନରେ ପୂରା ହେବ । ବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ କରି ଭଲଲାଭ ପାଇବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କ ମନୋକାମନା ପୂରା ହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ । ପ୍ରିବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ: ଦିନଟି ସକାରାତ୍ମକ ଭରା ରହିବ । ଘରକୁ କୌଣସି ସମ୍ପର୍କୀୟ ଶୁଭ ସମାଚାର ନେଇ ଆସିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । ର୍ମକ୍ଷେତ୍ରରେ ଅଧିକାରୀ ଖୁସିହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆପଣଙ୍କ ଜୀବନରେ ନୂଆ ପ୍ରେମ ଆରମ୍ଭ ହୋଇପାରେ । ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ମଙ୍ଗଳା ।

ମୀନ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହେବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ବାଦ-ବିବାଦରୁ ଦୂରେଇ ରୁହନ୍ତୁ । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ । ମହିଳାମାନଙ୍କର ବ୍ୟବସାୟରେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ବରୀ ।