04 ଅପ୍ରେଲ 2019, ଗୁରୁବାର – ମା ଲକ୍ଷ୍ମୀଙ୍କ କୃପାରୁ ଏହି 8ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଦୂର ହେବ ସମସ୍ତ କଷ୍ଟ……

Spread the love

04 ଅପ୍ରେଲ 2019, ଗୁରୁବାର – ମା ଲକ୍ଷ୍ମୀଙ୍କ କୃପାରୁ ଏହି 8ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଦୂର ହେବ ସମସ୍ତ କଷ୍ଟ……

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଲକ୍ଷ୍ମୀ ନାରାୟଣ ।

ବୃଷ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ । ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ: ଆପଣଙ୍କ ପାଇଁ ଦିନଟି କୌତୂହଳପୂର୍ଣ୍ଣ ରହିବ ଓ ଲୋକପ୍ରିୟତା ବୃଦ୍ଧି ପାଇବ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କୃଷିଜିବୀମାନେ ଉତ୍ସାହିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ । ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ ଓ ପ୍ରତିଟି କ୍ଷେତ୍ରରେ ବିଜୟ ଲାଭ କରିବେ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି । କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ତୁଳା: ଦିନଟି ବେଶ ଭଲରେ କାଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତି ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଧୁରିଯିବ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ବିଛା: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ପ୍ରତିଟି କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ଦିନଟି ଆପଣଙ୍କ ଲାଗି ମହତ୍ୱପୂର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

ମୀନ: ଦିନଟି ଭଲମନ୍ଦର ଉଭୟର ମିଶ୍ରଣ ଫଳପ୍ରଧାନ କରିବା । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ ।