21 ଫେବୃୟାରୀ 2019, ଗୁରୁବାର – ଏହି ସାତଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମା ଲକ୍ଷ୍ମୀଙ୍କ ଅପାର କରୁଣା ରହିବ…..

Spread the love

21 ଫେବୃୟାରୀ 2019, ଗୁରୁବାର

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ବନ୍ଧୁଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ ଓ ଆତ୍ମ ବିଶ୍ୱାସ ଅତୁଟ ରହିବ । ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟୀମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଆପଣଙ୍କ ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ନାରାୟଣ ।

ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ । ଆଜି ଆପଣ ନୂଆ ଲକ୍ଷ୍ୟ ହାସଲ କରିବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସନ୍ତାନଙ୍କ ପକ୍ଷରୁ ସୁଖବର ମିଳିପାରେ । ବିବାହିତା ମହିଳାଙ୍କ ଲାଗି ଦିନଟି ଖୁସି ନେଇ ଆସିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ: ଆପଣଙ୍କ ପାଇଁ ଦିନଟି କୌତୂହଳପୂର୍ଣ୍ଣ ରହିବ ଓ ଲୋକପ୍ରିୟତା ବୃଦ୍ଧି ପାଇବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ବ୍ୟବସାୟୀମାନେ ଲାଭବାନ ହେବେ । ପୈତୃକ ସ˚ପତ୍ତିର ଭାଗବଣ୍ଟା ଆପଣଙ୍କ ପକ୍ଷରେ ରହିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତିରେ ମାହାତ୍ତ୍ୱାକାଂକ୍ଷା ପୂରା ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ପ୍ରେମ ସାଗରରେ ବୁଡ଼ ପକାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ସିଂହ: ସ୍ୱଭାବ ଉଚ୍ଚମାନର ରହିବ । ବାଦବିବାଦ ସମାଧାନ କରିବାରେ ସଫଳତା ମିଳିବ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ ଏବଂ ନୂଆ ନେଣଦେଣ ହୋଇପାରେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ହ୍ରାସ ହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ପରିବାର ଜୀବନରେ ଆନନ୍ଦ ଉଲ୍ଲାସ ଦେଖାଦେବ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।

କନ୍ୟା: ଧାର୍ମିକ କାର୍ଯ୍ୟରେ ମନ ଲଗାଇବେ । ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସଂଚାର ହେବ । ବ୍ୟବସାୟରେ କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ । ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତିରେ କୂଟନୀତିର ଶୀକାର ହେବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ମହିଳାମାନେ ନିଜର ବୁଦ୍ଧି ବଳରେ ପ୍ରତିଟି କ୍ଷେତ୍ରରେ ପ୍ରସଂଶିତ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ତୁଳା: ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ବ୍ୟବସାୟରେ ଧ୍ୟାନ କେନ୍ଦ୍ରୀଭୂତ କରିବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବିଦ୍ୟାଧ୍ୟୟନରେ ଛାତ୍ରଛାତ୍ରୀମାନେ ପ୍ରସଂଶିତ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ବିଛା: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । କୌଣସି କାମରୁ ବଡ଼ ଫାଇଦା ହୋଇପାରେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କମ୍ପାନୀରେ ଚାକିରି କରୁଥିବା ବ୍ୟକ୍ତିି ବିଶେଷଙ୍କର ପଦୋନ୍ନତି ବା ଦରମା ବୃଦ୍ଧି ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ସବୁ ଲୋକ ଆପଣଙ୍କ କାମରେ ପ୍ରଭାବିତ ହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗ କରିପାରନ୍ତି । ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ଦିନଟି ଆପଣଙ୍କ ଲାଗି ମହତ୍ୱପୂର୍ଣ୍ଣ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂଆ କାମର ଯୋଜନା କରିପାରନ୍ତି । ଅଫିସରେ ସିନିୟର ଓ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଘରକୁ କୌଣସି ସମ୍ପର୍କୀୟ ଶୁଭ ସମାଚାର ନେଇ ଆସିବେ । କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଘରକୁ ଅତିଥି ଆସିବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

ମୀନ: ଦିନଟି ଭଲମନ୍ଦର ଉଭୟର ମିଶ୍ରଣ ଫଳପ୍ରଧାନ କରିବା । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ । ସୁସ୍ଵାଦ ଖାଦ୍ୟ ଭୋଜନ କରିବେ । ଛାତ୍ରଛାତ୍ରୀମାନେ ବିବ୍ରତ ରହି ପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।