21 ମଇ 2019 ମଙ୍ଗଳବାର ରାଶିଫଳ: ହନୁମାନଙ୍କ କୃପାରୁ ଏହି ୬ଟି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି ।

Spread the love

21 ମଇ 2019 ମଙ୍ଗଳବାର ରାଶିଫଳ: ହନୁମାନଙ୍କ କୃପାରୁ ଏହି ୬ଟି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରିବାର ସହିତ ଅଧିକ ସମୟ ବିତେଇବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କୌଣସି ଅପରିଚିତଙ୍କ ଉପରେ ଭରସା କରନ୍ତୁ ନାହିଁ । ଭାବି ଚିନ୍ତି ଖର୍ଚ୍ଚ କରନ୍ତୁ । ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ ।

ବୃଷ: ଧାର୍ମିକ କାର୍ଯ୍ୟରେ ଧ୍ୟାନ ନିବେଶ କରିବେ ଓ ମନକୁ ଶାନ୍ତି ମିଳିବ । ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ । କିଛି ନୂଆ ସୁଯୋଗ ମିଳିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ କିନ୍ତୁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ଅଚାନକ ଧନଲାଭ ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଆଜି ଭାଗ୍ୟର ସହଯୋଗ ବଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ବ୍ୟବସାୟରେ ନୂତନ ଚିନ୍ତାଧାରା ଖୋଲିବେ । ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ । ରାଜନୀତିରେ ସଫଳତା ମିଳିବ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ । ମହିଳାମାନଙ୍କ ସ୍ୱାସ୍ଥ୍ୟ ଅବନତି ଦେଖା ଦେବା ନିଜ କାର୍ଯ୍ୟ ପ୍ରତି ବିମୁଖଭାବ ଦେଖାଦେବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କର୍କଟ: ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟ ସମ୍ପର୍ଣ୍ଣ ରହିବ । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ରାଜନୀତିରେ ଆର୍ଥିକ ଲାଭ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ସିଂହ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଇଚ୍ଛା ପୂରା କରିବା ଲାଗି ପ୍ରୟାସ‌େର ବାଧା ଆସିପାରେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କୌଣସି ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ । ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

କନ୍ୟା: ଆଜି ସବୁ କାମ ଆପଣଙ୍କର ମନ ମୁତାବକ ହୋଇପାରେ କିନ୍ତୁ ମାନସିକ ସ୍ତରରେ ଶାନ୍ତି ପାଇଁ ପାରିବେ ନାହିଁ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଋଣମୁକ୍ତି ହେବେ ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମହିଳାମାନେ ନିଜ କାର୍ଯ୍ୟ ବ୍ୟସ୍ତ ରହିବେ ଓ କିଛି ନୂଆ ଧାତୁ ନିର୍ମିତ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳ ।

ତୁଳା: ସଂଘର୍ଷ ଦ୍ୱାରା ସଫଳତା ମିଳିବ । ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ବିଛା: ଭାଗ୍ୟର ସହଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା, ଫଳରେ ଦିନଟି ହସ ଖୁସିରେ ବିତିବ । ବ୍ୟବସାୟୀଙ୍କୁ ବ୍ୟବସାୟ କ୍ଷେତ୍ରରୁ ଧନଲାଭ ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ସୁସ୍ଵାଦ ଖାଦ୍ୟ ଭୋଜନ କରିବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅନ୍ୟମନସ୍କ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ଧନୁ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ । କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ନୂତନ କର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରି ପାରିବେ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ମିଳି ପାରେ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ବାବା ଲିଙ୍ଗରାଜ ।

ମକର: ଦିନଟି ଖୁସି ଭରା ରହିବ । ନିଜ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ପ୍ରେମ ସମ୍ବନ୍ଧ ଭଲ ରହିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ: ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ନାନା ସମସ୍ୟାର ସମାଧାନ ହେବ । କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ପୁରୁଣା ମିତ୍ରଙ୍କୁ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ପ୍ରଭୁ ହନୁମାନ ।

ମୀନ: ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ଉନ୍ନତିର ଚରମ ସୀମାରେ ପହଞ୍ଚିଇବ । ଛୋଟ ଧରଣର କିଛି କାମ କରିବେ ଯାହା ଭବିଷ୍ୟତରେ ଯଥେଷ୍ଟ ଲାଭ ଦେବ । ଚାକିରିଆଙ୍କୁ ପାରିତୋଷିକ ମିଳିପାରେ । ସଭାସମିତି,କଳା,କ୍ରୀଡ଼ା,ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ରାଜନୀତିରେ ସଫଳହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ମନଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।