21 ଅଗଷ୍ଟ 2019 ବୁଧବାର : ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ ସ୍ଥିତି ମଜବୁତ ରହିବା ସଙ୍ଗେ

Spread the love

21 ଅଗଷ୍ଟ 2019 ବୁଧବାର : ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ ସ୍ଥିତି ମଜବୁତ ରହିବା ସଙ୍ଗେ ସଙ୍ଗେ ଋଣମୁକ୍ତ ମଧ୍ୟ ହେବେ…

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ନୂଆ କାମ ଆରମ୍ଭ କରିବା ସଙ୍ଗେ ସଙ୍ଗେ ସମସ୍ୟାର ସମାଧାନ ଲାଗି ଦିନଟି ଭଲ । ଆଜି ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ କିନ୍ତୁ ଯାତ୍ରା, ବିବାଦ, ଗୃହାରମ୍ଭାଦି କାର୍ଯ୍ୟରେ ପ୍ରତିକୂଳ ପ୍ରଭାବ ପଡିପାରେ । ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ । ଆପଣ ମନେ ମନେ ଯାହା ଭାବୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । ବ୍ୟବସାୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

ବୃଷ: ଆପଣଙ୍କ ଭାବନା ରଚନାତ୍ମକ ରହିବ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ । କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣାବଳୀ ମନକୁ ବାରମ୍ବାର ଆଲୋଡିତ କରିବ । ବ୍ୟବସାୟରେ ଲାଗିଥିବା ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି କମ୍ପାନୀରେ ଚାକିରି କରିବାର ଖବର ଆସିପାରେ । ଶନିଙ୍କ ପ୍ରଭାବରୁ ଅତୀତ ଦିନର ପାରିବାରିକ ସମସ୍ୟା ବିଷୟକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତି ବଦଳାଇପାରନ୍ତି । ବନ୍ଧୁମାନଙ୍କ ପ୍ରତି ସ୍ନେହ ସହୃଦୟତା ମନୋଭାବ ଗ୍ରହଣ କରିପାରନ୍ତି । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ବିରଜା ।

ମିଥୁନ: ଆଜି ଭାଗ୍ୟର ସହଯୋଗ ବଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ଧନସ୍ଥାନସ୍ଥ ବୁଧ ଯୋଗୁ ଆର୍ଥିକ ପରିସ୍ଥିତି ଆପଣଙ୍କ ମନୋବଳ ବୃଦ୍ଧିରେ ସହାୟକ ହେବ । ଶତ୍ରୁ ବନ୍ଧୁତାର ହାତ ବଢ଼ାଇବେ । ବ୍ୟବସାୟରେ ନୂତନ ଚିନ୍ତାଧାରା ଖୋଲିବେ । ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ଆନୁଷ୍ଠାନିକ କାମ, ସଭାସମିତି, ଆଲୋଚନା ପରିସରରେ ବନ୍ଧୁମାନଙ୍କ ସହ ପ୍ରୀତିପ୍ରଦ ସମ୍ପର୍କ ସ୍ଥାପିତ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆଜିର ଗ୍ରହସ୍ଥିତି ସାମଗ୍ରୀକ ଦୃଷ୍ଟିକୋଣରୁ ଭଲ ରହିବା ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଲାଭବାନ ହେବେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ବାବା ସାଇରାମ ।

ସିଂହ: ଆଜି ଆପଣଙ୍କୁ ଉନ୍ନତିର ନୂଆ ରାସ୍ତା ମିଳିବ । ରାଶ୍ୟାଧିପଙ୍କ ସହ ଶୁକ୍ର ଓ ମଙ୍ଗଳ କଣାକୁଜା ଯୋଗ ସୃଷ୍ଟିକରି ଅର୍ଥ, ସମ୍ମାନ, ସମ୍ବର୍ଦ୍ଧନା ପ୍ରଦାନ କରିପାରନ୍ତି । ସାମାଜିକ ସ୍ତରରେ, କର୍ମକ୍ଷେତ୍ରରେ ନିଜର ପତିଆରା ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ । ବ୍ୟସ୍ତତାରେ ରହିବା ସତ୍ତ୍ୱେ ଅୟସ ପାଇଁ ସମୟ ବାହାର କରିନେବେ । କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାରରେ ହସ ଖୁସିର ବାତାବରଣ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ଶ୍ରୀଗଣେଶ ।

କନ୍ୟା: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ କିନ୍ତୁ ଯାହା ପାଇବା ପାଇଁ ଆଶା ବାନ୍ଧି ବସିଛନ୍ତି ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁ ପାଇବା ଦୂରୁହ ହୋଇପାରେ । ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ । ପରିବାରଜନଙ୍କ ସହଯୋଗ ମିଳିବ । କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବଂ ତହିିଁରେ ଲାଭ ପାଇବେ । ବିଚାର ନକରି ପରକଥାରେ ପଡି ଭୂଲ ମାର୍ଗର ଅନୁସରଣ କଲେ ହଇରାଣ ହେବାକୁ ପଡିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମହିଳାମାନେ ନିଜ କାର୍ଯ୍ୟ ବ୍ୟସ୍ତ ରହିବେ ଓ କିଛି ନୂଆ ଧାତୁ ନିର୍ମିତ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ସଂଘର୍ଷ ଦ୍ୱାରା ସଫଳତା ମିଳିବ । ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଆୟ ଅନୁସାରେ ଖର୍ଚ୍ଚ ଅଧିକ ହେବ । ପରିବାରରେ ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ । ବିନା କାରଣରେ ଅଶାନ୍ତି ଓ ସମ୍ପର୍କରେ ବାଧା ଆସିବାର ଆଶଙ୍କା ଦେଖାଦେଇପାରେ । ଚୁକ୍ତିପତ୍ର, ନିର୍ମାଣ, ପ୍ରକଳ୍ପ କାର୍ଯ୍ୟ ପ୍ରତିଯୋଗିତା, ମାଲି ମକଦ୍ଦମା ପ୍ରଭୃତିରେ ବିଜୟଲାଭ ଅବଶ୍ୟମ୍ଭାବୀ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିରଜା ।

ବିଛା: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । ଆପଣଙ୍କ ଉନ୍ନତ ଚିନ୍ତା ଓ ନୂତନ ଯୋଜନା କାର୍ଯ୍ୟକାରୀ କରିବାରେ ମାନସିକ ଅସ୍ଥିରତା ତାହା କରାଇ ଦେଇ ନ ପାରେ । ବ୍ୟବହାରରେ ସଂଯମତାର ଅଭାବ ସମସ୍ୟା ସୃଷ୍ଟିର କାରଣ ହୋଇପାରେ । ଅଫିସରେ ଲାଗି ରହିଥିବା ବିଶୃଙ୍ଖଳା ସମାଧାନ ହୋଇଯିବ । ସଉଦାରେ ଆଶା ଠୁଁ ଅଧିକ ଲାଭ ହେବ । ଆଜି ଚନ୍ଦ୍ର ଓ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତି ଆପଣଙ୍କ ଯାତ୍ରାରେ ବ୍ୟୟବହୁଳତା ସୃଷ୍ଟି କରିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ସୁସ୍ଵାଦ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ଧନୁ: ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେ ନାହିଁ । କେହି ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ । ସମାଜରେ ପ୍ରତିପତ୍ତି ବଢ଼ିବ । ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । କୌଣସି ନୂତନ କର୍ମାରମ୍ଭ ପାଇଁ ମନ ବଳାଇ ପାରନ୍ତି । ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପ୍ରିୟଜନଙ୍କ ସହ ଯାତ୍ରା ଏବଂ ପରିବହନରେ କୌଣସି ଅସୁବିଧା ହେବ ନାହିଁ । ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଗାୟତ୍ରୀ ।

ମକର: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଧାର୍ମିକ ଆୟୋଜନରେ ଆପଣ ସେବା କରିବାର ଅବସର ମିଳିବ । ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ଵାରା ଆପଣଙ୍କର ପ୍ରଶଂସିତ ହେବ । ନିର୍ମାଣ ଓ ପରିବହନ ଭଲରେ ଚାଲିବା ସହ ରପ୍ତାନୀ କାରବାର ସାମ୍ବାଦିକତାରେ ପ୍ରଂଶସିତ ହେବେ । ପରିବାରରେ ଶାନ୍ତି ଫେରି ଆସିବା ପାଇଁ ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେ କରିପାରନ୍ତି । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

କୁମ୍ଭ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଆଜିର ଚନ୍ଦ୍ରଙ୍କ ସ୍ଥିତି ସ୍ଵଜନ ସମ୍ପର୍କକୁ କ୍ଷୁଣ୍ଣ କରିବା ସହ ସହକର୍ମୀଙ୍କ ସହ ମଧ୍ୟ ମତାନ୍ତର ସୃଷ୍ଟି କରିବ । ଗ୍ରହସ୍ଥିତି ବିଶେଷ ଭଲ ନ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଭଲ । ଅବଶ୍ୟ ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟାଙ୍କ ଜମା ମଧ୍ୟ କରି ପାରିବେ । ମିତ୍ରଙ୍କ ଠାରୁ ଭଲ ଖବର ପାଇବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟକଚଣ୍ତୀ ।

ମୀନ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ । ଆପଣଙ୍କ ପ୍ରତିଦ୍ଵନ୍ଦୀ ଶାନ୍ତ ରହିବେ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିପାରେ । ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଖବର ମିଳିବ । ଯୌଥ ବ୍ୟବସାୟରେ ଭଲ ଲାଭ ହେବ । ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ । ଅନିୟମିତା ଓ ଗରିଷ୍ଠ ଖାଦ୍ୟ ଭୋଜନ ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।