21 ଜୁଲାଇ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପା, ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ବଦଳିବ ଓ ପୁରାଣ ହେବ ସବୁ ଇଚ୍ଛା….

Spread the love

21 ଜୁଲାଇ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପା, ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ବଦଳିବ ଓ ପୁରାଣ ହେବ ସବୁ ଇଚ୍ଛା….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଆଜିର ଏକାଦଶସ୍ଥ ଚନ୍ଦ୍ର ଆପଣଙ୍କ ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ କିଛିଟା ପ୍ରତିରୋଧର ସାମ୍ନା କରିବାକୁ ପଡ଼ିପାରେ । ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ, କିନ୍ତୁ ବକେୟା ଋଣ ପରିଶୋଧ କରି ପାରିବେନି । ଆର୍ଥିକ ସ୍ଥିତି ଓ ପାରିବାରିକ ପରିସ୍ଥିତି ପୂର୍ବପରି ବଳବତ୍ତର ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପାରିବାରିକ ସମସ୍ୟାରୁ ଶାନ୍ତି ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ବେଶ ଉଜ୍ଜ୍ୱଳମୟ ରହିବ । ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ସତର୍କ ରହିବା କାରଣରୁ ବିଶେଷ କିଛି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି । ଚାକିରିରେ କିଛି ପରିବର୍ତ୍ତନ ବା ବଦଳି ହୋଇପାରେ । କାରବାରରେ ଉନ୍ନତି ହେତୁ ଆତ୍ମବିଶ୍ବାସ ବଢ଼ିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ମୂଲ୍ୟବାନ୍‌ ଜିନିଷ କ୍ରୟକରିବା ସକାଶେ ହଠାତ୍‌ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ । ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀକୃଷ୍ଣ ।

ମିଥୁନ: ବିବାଦୀୟ ପରିସ୍ଥିତି ଲାଗି ରହିବା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବାକୁ ପଡ଼ିପାରେ । ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କର୍କଟ: ଆଜି ପାଇବେ ଯେତିକି ତାହାଠାରୁ ଅଧିକ କିଛି ହରାଇବାକୁ ପଡ଼ିପାରେ । ଆପଣଙ୍କ କାର୍ଯ୍ୟକଳାପକୁ ଅନ୍ୟମାନେ ସମାଲୋଚନା ଆଲୋଚନା କରିବେ । ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନକେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭଦ୍ରକାଳୀ ।

ସିଂହ: ପୂର୍ବ ପରିକଳ୍ପିତ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ତପତ୍ରତା ପ୍ରକାଶ କରିପାରନ୍ତି । ଉଦ୍ଦେଶ୍ୟ ପ୍ରଣୋଦିତ ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ଆପଣଙ୍କ ସ୍ୱଭାବରେ ଅନ୍ୟମାନେ ଅନୁପ୍ରାଣିତ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ।ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ଅନ୍ୟମାନଙ୍କ ଆଲୋଚନା ବା ନିନ୍ଦା କରିବାରୁ ନିବୃତ୍ତ ରହନ୍ତୁ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଲକ୍ଷ୍ମୀ ନାରାୟଣ ।

କନ୍ୟା: ଆଜିର ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରରେ ଲାଭ କିଛି କମ୍‌ ନ ହେଲେ ମଧ୍ୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ ପ୍ରାପ୍ତି ହେବ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ ।ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦିରେ ଶୁଭଫଳ ପ୍ରାପ୍ତି ହେବ । ପଡ଼ୋଶୀଙ୍କ ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିମଳା ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ଆଜି ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ । କିନ୍ତୁ ଭୁଲ୍‌ ବୁଝାମଣାଜନିତ ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ଈର୍ଷାପରାୟଣ ହୋଇ ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ପରିବାରରେ ଲାଗି ରହିଥିବା ବିବାଦ ଦୂର ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ କିନ୍ତୁ ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । କୌଣସି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଇଚ୍ଛୁକ ରହିବେ । ବିଭିନ୍ନ ସଭା ସମିତରେ ଯୋଗ ଦେବେ ଏବଂ ଆପଣଙ୍କୁ ପ୍ରସଂଶିତ ମଧ୍ୟ ପାଇବେ । କୌଣସି ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରିବାରରେ ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଆଶାତୀତ ଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଅଫିସରେ ଆଜି ସାବଧାନତା ଅବଲମ୍ବନ କରିବା ଦରକାର । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ । ମହିଳାଙ୍କୁ ଆଜି ଜୀବନସାଥୀଙ୍କ ଠାରୁ ଉପହାର ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମକର: ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ପାରସ୍ପରିକ ସୁସମ୍ପର୍କ ଅଭାବରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ । ଆର୍ଥିକ ପରିସ୍ଥିତି ପୂର୍ବପରି ରହିବା ହେତୁ ମାନସିକ ସ୍ଥିତି ବିଗିଡ଼ିଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କୁମ୍ଭ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଜନିତ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ । ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ଅଫିସ୍‌ରେ ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ବ୍ୟବସାୟରେ ନୂତନ ଚିନ୍ତାଧାରା ପ୍ରୟୋଗ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ତର୍କର ସମ୍ଭାବନା ରହିଛି । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ । ମହିଳାମାନେ ନିଜର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।

ମୀନ: ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ କର୍ମକ୍ଷେତ୍ରରେ ଚେଷ୍ଟା ନିଷ୍ଫଳ ହେବ ନାହିଁ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କବିତର୍କ ହେତୁକ ମନ ସାମୟିକ ଭଲ ରହି ନ ପାରେ । କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପରିବାରର ଆବଶ୍ୟକତା ଉପଲବ୍ଧି କରି ଅଳଙ୍କାର, ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ପ୍ରଭୁ ହନୁମାନ ।