21 ଜୁନ 2019 ଶୁକ୍ରବାର : ମଙ୍ଗଳ ଓ ଚନ୍ଦ୍ର ହେବାକୁ ଯାଉଛି ଶୁଭଯୋଗ । ଏହି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବା ପରିବର୍ତ୍ତନ । କର୍ମ କ୍ଷେତ୍ରରେ ପାଇବେ ଆଶାତୀତ ଫଳ ।

Spread the love

21 ଜୁନ 2019 ଶୁକ୍ରବାର : ମଙ୍ଗଳ ଓ ଚନ୍ଦ୍ର ହେବାକୁ ଯାଉଛି ଶୁଭଯୋଗ । ଏହି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବା ପରିବର୍ତ୍ତନ । କର୍ମ କ୍ଷେତ୍ରରେ ପାଇବେ ଆଶାତୀତ ଫଳ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ର ଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ବ୍ୟବସାୟ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବା । କର୍ମଭାବସ୍ଥ ଚନ୍ଦ୍ର ତୃତୀୟ ଷଷ୍ଠାଧିପ ବୁଧଙ୍କ ଦୃଷ୍ଟିରେ ପାରିବାରିକ ସ୍ୱାସ୍ଥ୍ୟ ସମସ୍ୟା କିମ୍ବା ନିଜ ପତ୍ନୀ କିମ୍ବା ମାଆଙ୍କ କଳହକୁ ନେଇ ଚିନ୍ତିତ ରହିବେ । କିନ୍ତୁ ମୁଖଭାବସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ମନ ଭିତରର ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ । ମୁହଁ ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା । ଅଫିସ ସମ୍ବନ୍ଧୀୟ ଚିନ୍ତା ଦୂର ବେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଦାମ୍ପତ୍ୟ ଜୀବନ ଖୁସିମୟ ରହିବା । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୂର୍ଗା ।

ବୃଷ: କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଚତୁର୍ଥାଧିପ ଚନ୍ଦ୍ରଙ୍କ ନିକଟରୁ ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହି ନ ପାରେ । କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳ ପାଇବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ । ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ ।

ମିଥୁନ: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଶିରେ ପାପଗ୍ରହ ଏବଂ ଦ୍ୱିତୀୟସ୍ଥ ବୁଧ ଆପଣଙ୍କ ମନ ଭିତରର ଉତେଜନାକୁ ପ୍ରକାଶ କରିବାକୁ ପଶ୍ଚାଦ୍‌ପଦ୍‌ ହେବେ ନାହିଁ । ଫଳରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ପୂର୍ଣ୍ଣ ଆଶଙ୍କା ରହିଛି । ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଆପ୍ୟାୟିତ କରି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ଦାଂପତ୍ୟ ଜୀବନରେ ଖୁସି ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ: ଆଜି ଆପଣଙ୍କ ଅତ୍ୟଧିକ ବ୍ୟୟବହୁଳ ହୋଇପାରେ । ବ୍ୟୟାଧିପତି ତୃତୀୟାଧିପତିଙ୍କ ସହ ଅବସ୍ଥାନ କରି ରାଶିରେ ଥିବାରୁ ବନ୍ଧୁଙ୍କ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଅବଶ୍ୟ ଚନ୍ଦ୍ରଙ୍କ ଦୃଷ୍ଟିରୁ ସୁସ୍ଥ ଚିନ୍ତାଧାରା ହେତୁ ପରିସ୍ଥିତି ପ୍ରତି ସଚେତନ ରହି କାମ କରିବା ଦ୍ୱାରା ପ୍ରତ୍ୟେକ ସମସ୍ୟାକୁ ଟାଳି ଦେଇ ପାରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । କିନ୍ତୁ ପାରଷ୍ପରିକ ମତଭେଦ କାରଣରୁ ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଶୁଭରଙ୍ଗ: ନୀଳ । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଚନ୍ଦ୍ରଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ବିପରୀତ ରାଜଯୋଗ ଆପଣଙ୍କ କ୍ୟାରିୟର ସିଦ୍ଧିରେ ସହାୟକ ହେବ । ଆନୁଷ୍ଠାନିକ କାମ ଓ ସଭା ସମିତିତରେ ତଥା କ୍ରୀଡ଼ା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅଫିସିଆଲି କାମକ୍ଷେତ୍ରରେ ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ ଏବଂ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭଦ୍ରକାଳୀ ।

କନ୍ୟା: ଦିନଟି ଆପଣଙ୍କ ପାଇଁ ମଧ୍ୟମ ଫଳ ପ୍ରଦାନ କରିବା । ଏକାଦଶସ୍ଥ ରାଶ୍ୟାଧିପତି ବୃହସ୍ପତିଙ୍କ ନକ୍ଷତ୍ରସ୍ଥ ଯୋଗୁଁ ପାରିବାରିକ, ବ୍ୟବସାୟିକ ତଥା ଯାତ୍ରା ଓ ନୂତନ କର୍ମାରମ୍ଭ ପାଇଁ ଶୁଭ ମୂହୁର୍ତ୍ତ ଅଟେ ଆଜିର ଦିନ । କିନ୍ତୁ ଦ୍ୱିତୀୟଭାବ ଗ୍ରହଶୂନ୍ୟତା କାରଣରୁ ଆର୍ଥିକ ସଂକଟ ମଧ୍ୟରେ ଗତି କରି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କାରଣ ନିଜ ପରିସରରେ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହି ପାରନ୍ତି । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମହିଳାମାନେ ଅଫିସ ଓ ଘରେ ନିଜ କାର୍ଯ୍ୟ ପାଇଁ ପ୍ରସଂଶିତ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ତୁଳା: କର୍ମାଧିପତିଙ୍କ ନକ୍ଷତ୍ରରେ ରାଶ୍ୟାଧିପତି ଅବସ୍ଥାନ କରି ଅଷ୍ଟମସ୍ଥ ଯୋଗୁ କର୍ମଜଞ୍ଜାଳ ବୃଦ୍ଧି ଘଟିବାର ବିଶେଷ ସମ୍ଭାବନା ରହିଛି । ଏହା ସଙ୍ଗେ ସଙ୍ଗେ ସ୍ଵାସ୍ଥ୍ୟହାନୀ ମଧ୍ୟ ଘଟି ପାରେ । ଶନି କ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ଭଲ ରହିବ ନାହିଁ; ତେଣୁ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାକୁ ଚେଷ୍ଟା କରନ୍ତୁ ଏବଂ ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ଠାରୁ ଦୂରତା ରଖି କାମ କରିବା ଭଲ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଚ୍ଛା: ଶୁଭକାମ କରି ପ୍ରଶଂସିତ ହେବେ କିନ୍ତୁ ମୁଖଭାବରେ ଶନି ପ୍ରଭାବରୁ ଆପଣଙ୍କ ନୀରବତା ଅନ୍ୟମାନଙ୍କ ସନ୍ଦେହକୁ ଦ୍ୱିଗୁଣିତ କରିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ଚେଷ୍ଟା କଲେ ସଫଳତା ପାଇବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ସାହିତ୍ୟ ଚର୍ଚ୍ଚା, ସଭା ସମିତିରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

ଧନୁ: ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । କୌଣସି ପ୍ରକାରର ଅସୁବିଧା ନ ଥିଲେ ମଧ୍ୟ ପାପଗ୍ରହଙ୍କ କୁପ୍ରଭାରୁ ଦୈହିକ ଓ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ ନାହିଁ । ଫଳରେ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ କ୍ଷେତ୍ରରେ ସମ୍ୟକ ଅଭାବ ପରିଲକ୍ଷିତ ହୋଇପାରେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କୈାଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ମହିଳାମାନେ ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ନାରାୟଣୀ ।

ମକର: ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ସପ୍ତମାଧିପତି ଚନ୍ଦ୍ର ସ୍ଵଗୃହୀ ହେତୁ ଆଗାମୀ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ବିବାହ ପ୍ରସ୍ତାବ ସମ୍ପର୍କୀୟ ଚିନ୍ତାରେ ଆପଣଙ୍କୁ ନିମଗ୍ନ କରାଇ ପାରେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ି ପାରନ୍ତି । ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରାତାରିଣୀ ।

କୁମ୍ଭ: କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ପାପଗ୍ରହ କାସରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ସ୍ଵଗୃହୀ ଶୁକ୍ର ପ୍ରଭାବରୁ ବନ୍ଧୁ ସମ୍ପର୍କ, ପରିବହନ, ବିବାଦୀୟ ପରିସ୍ଥିତି, ସଭାସମିତି ଓ ଆନୁଷ୍ଠାନିକ କାମରେ ବିଶେଷ ଅସୁବିଧା ହେବ ନାହିଁ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମହାଦେବ ।

ମୀନ: ଆନୁଷ୍ଠାନିକ କର୍ମରେ ଲିପ୍ତ ରହିବେ । ଦୈହିକ ସୁସ୍ଥ ସଙ୍ଗକୁ ବନ୍ଧୁମାନଙ୍କ ସାହାଯ୍ୟ ,ସହଯୋଗ ଆପଣଙ୍କ କଥା ଓ କାମରେ ସହାୟକ ହେବ । ପିଲା ମାନଙ୍କ ସମସ୍ୟା ଓ ତାର ସମାଧାନ ପାଇଁ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ । ନିଜଲୋକ ଶତ୍ରୁତା ଆଚରଣ କରିବା ଯୋଗେ ମନରେ କ୍ଷୋଭ ହତାଶାଭାବ ବୃଦ୍ଧି ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନିତ ହେବାକୁ ଯୋଗ୍ୟ ଥିବା ସତ୍ତ୍ୱେ ଆପଣଙ୍କୁ ଆଜି ସେହି ସମ୍ମାନ ମିଳିନପାରେ । ଦୁର୍ବଳ ଓ ପାପଗ୍ରସ୍ଥ ଧନାଧିପତି କାରଣରୁ ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ଫଳରେ ମନକୁ ସମ୍ୟକ ଶାନ୍ତି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।