22 ମାର୍ଚ୍ଚ 2019, ଶୁକ୍ରବାର, – ରାଶିଫଳ; ପବିତ୍ର ହୋଲିର ଦୁର୍ଲଭା ସଂଯୋଗରେ ମା’ଦୁର୍ଗାଙ୍କ କୃପାରୁ ଏହି ୭ଟି ରାଶିର ସମ୍ପର୍ଣ୍ଣ ବ୍ୟକ୍ତି ଧନ ସଞ୍ଚୟର….

Spread the love

22 ମାର୍ଚ୍ଚ 2019, ଶୁକ୍ରବାର, – ରାଶିଫଳ; ପବିତ୍ର ହୋଲିର ଦୁର୍ଲଭା ସଂଯୋଗରେ ମା’ଦୁର୍ଗାଙ୍କ କୃପାରୁ ଏହି ୭ଟି ରାଶିର ସମ୍ପର୍ଣ୍ଣ ବ୍ୟକ୍ତି ଧନ ସଞ୍ଚୟର ମାର୍ଗ ପ୍ରଶସ୍ତ ହେବେ, ଜୀବନ ହସଖୁସିରେ ଭରି ଯିବା…..

ବନ୍ଧୁତ୍ଵ ଓ ପ୍ରେମର ପର୍ବ ହୋଲି । ଏହି ହୋଲି ପର୍ବରେ ଆପଣମାନଙ୍କୁ ହର୍ଦ୍ଧିକ ଶୁଭକାମନା । ଦୀର୍ଘ ଦିନପରେ, ଏହି ପବିତ୍ର ହୋଲି ପର୍ବରେ ଦୁର୍ଲଭା ସଂଯୋଗ ଘଟିଛି । ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କ୍ୟାରିୟର ସମ୍ବନ୍ଧରେ କୌଣସି ବଡ଼ ଫଇସଲା ନେଇପାରନ୍ତି । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିପାରେ । ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ବ୍ୟସ୍ତ ରହିବେ । ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସନ୍ତୋଷୀ ।

ବୃଷ: ଦିନଟି ଲାଭପ୍ରଦ ରହିବ । ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କଳାକାରଙ୍କୁ ଚଳଚ୍ଚିତ୍ରର ସୁଯୋଗ ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ହର ପାର୍ବତୀ ।

ମିଥୁନ: ଉଚ୍ଚାଧିକାରୀଙ୍କୁ ସାକ୍ଷାତ କରନ୍ତୁ; ଲାଭ ମିଳିବ । ଋଣ ପାଇଁ ଆବେଦନ କରିବାର ଶୁଭ ଦିନଟିଏ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟାକଚଣ୍ଡୀ ।

କର୍କଟ:ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ବ୍ୟବସାୟ ସମ୍ବନ୍ଧରେ ବିଦେଶ ଯାତ୍ରା କରିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନେବା ଉଚିତ୍ । ପ୍ରେମରେ ସଫଳତା ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ଜ୍ୟୋତିଷ ବିଜ୍ଞାନ‌େର ଚର୍ଚ୍ଚା କରିବେ । ବ୍ୟବସାୟରେ ତୁରିତ୍ବ ଫଇସଲା ଲାଭପ୍ରଦ ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଘରେ ଖୁସିର ମାହୋଲ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

କନ୍ୟା: ଅଚାନକ ଧନଲାଭର ଅବସର ମିଳିବ । ଆପଣ ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ । ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତିରେ ଯୋଗାଯୋଗ ଭଲ ରହିବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

ତୁଳା: ଆତ୍ମା ବିଶ୍ୱାସ ବୃଦ୍ଧି ହେବ, ମାନସିକ ସ୍ତରରେ ଶାନ୍ତି ପାଇବେ । ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ । ଯାହା ବି କାମ ଆରମ୍ଭ କରିବେ, ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ କିନ୍ତୁ ଆର୍ଥିକ ସ୍ଥିତି ପୂର୍ବ ଭଳି ହିଁ ରହିବ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ଯୋଗ ଅଛି । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାରା ଖୋଲିବ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ହନୁମାନ ।

ବିଛା: ଅତୀତରୁ ଲାଗି ରହିଥିବା ଚିନ୍ତାର ଅବସାନ ଘଟିବ । ବ୍ୟବସାୟରେ ଅପାର ସଫଳତା ମିଳିବ । କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ । ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ଯୁବକ ଯୁବତୀମାନେ ନୂତନ କର୍ମସଂସ୍ଥାରେ ନିଯୁକ୍ତି ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ଆକସ୍ମିକ ଅର୍ଥ ଲାଭର ଯୋଗ ମଧ୍ୟ ରହିଛି । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ଧନୁ: ବହୁତ ଲୋକ ଆପଣଙ୍କ କାମର ଦୋଷ ତ୍ରୁଟି ବାହାର କରିପାରନ୍ତି । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ପଇସା ସମ୍ବନ୍ଧରେ କୌଣସି ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ଜମି ସଂକ୍ରାନ୍ତୀୟ ବିବାଦ ଆଶୁ ସମାଧାନ ହେବ । ବନ୍ଧୁ ଓ ପରିବାରଜନ ସହ କୌଣସି ହୋଟେଲ୍ କୁ ଯାଇ ରାତ୍ର ଭୋଜନ କରିବେ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ଖୁସିର ସମ୍ଭାର ନେଇ ଆସିଛି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

ମୀନ: ଅଫିସରେ ଦିନଟି ପ୍ରସନ୍ନଦାୟକ ରହିବ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।