22 ମଇ 2019, ବୁଧବାର : – ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ, ସର୍ବ କାର୍ଯ୍ୟରେ ସିଦ୍ଧ ହେବେ ।

Spread the love

22 ମଇ 2019, ବୁଧବାର : – ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ, ସର୍ବ କାର୍ଯ୍ୟରେ ସିଦ୍ଧ ହେବେ ।

ଭାଗ୍ୟରେ ଗ୍ରହର ନିରନ୍ତନ ପରିବର୍ତ୍ତନ ହୋଇଥାଏ, ଏହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ହୋଇଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶି ଗୁଡିକ ଉପରେ ମଧ୍ୟ କିଛି ନା କିଛି ପ୍ରଭାବ ପଡିଥାଏ । ଯେତେବେଳେ ଗ୍ରହ ଗୁଡିକର ସ୍ଥାନ ପରିବର୍ତ୍ତନ ହୋଇଥାଏ ରାଶି ଗୁଡିକ ଉପରେ ମଧ୍ୟ ଏହାର ଶୁଭଫଳ ପଡିଥାଏ । ଜୋତିଷଙ୍କ ଅନୁସାରେ ରାଶି ଗୁଡିକର ମହତ୍ତ୍ୱ ବ୍ୟକ୍ତିଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ । ରାଶିର ଆଧାରରେ ବ୍ୟକ୍ତିର ଭବିଷ୍ୟତ ବିଷୟରେ କୁହାଯାଇପାରେ ।

ମେଷ : ପୂର୍ବ ଦିନ ଅପେକ୍ଷା ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ବୃଷ : ସମ୍ପତ୍ତିଗତ କାର୍ଯ୍ୟରେ ବଡ଼ ଲାଭ ହୋଇପାରେ । ସମ୍ପତ୍ତିର ନେଣଦେଣରେ ଲାଭ ହେବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଅଟକି ରହିଯାଇ ଥିବା କାର୍ଯ୍ୟ ସମ୍ପନ୍ନ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଯାହାଫଳରେ ଆପଣଙ୍କ ମନ ପ୍ରସନ୍ନ ରହିବ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ । ମହିଳାମାନଙ୍କର ଆଶା ପୂରଣ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ କାଳୀଜାଈ ।

ମିଥୁନ : ଦିନସାରା ଖୁସି ମନରେ ରହିବେ । ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଉଚ୍ଚପଦ ଅଳଙ୍କୃତ ପାଇଁ ବାଧା ଦୂର ହେବ । ବ୍ୟବସାୟୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ସନ୍ତାନମାନଙ୍କ ପାଇଁ ସବୁବେଳେ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ । ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ଶ୍ରୀ ଗଣେଶ ।

କର୍କଟ : ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଗୋଟିଏ ଦିଗରେ ପ୍ରୟାସ କରନ୍ତୁ; ଯଥେଷ୍ଟ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଭଲ ଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ସିଂହ : ଦିନଟି ସୁଖଦାୟକ ରହିବ କିନ୍ତୁ ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଶାରିରୀକ ଅସୁସ୍ଥତା ଦୂର ହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

କନ୍ୟା : ଦିନଟି ଉତ୍କର୍ଷପୂର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ପୁଞ୍ଜି ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ଯୋଗୁଁ ମନ ବହୁତ ଖୁସି ରହିବ । କୌଣସି କମ୍ପନୀରେ ଚାକିରିରେ ଡାକରା ଆସିବ । ରାଜନୀତି କ୍ଷେତ୍ରରେ ସମ୍ମାନ ମିଳିବ । ସାମାଜିକ କାର୍ଯ୍ୟରେ ନିୟୋଜିତ ରହିବେ । ମହିଳାମାନେ ନିଜ ସନ୍ତାନଙ୍କ ପାଇଁ ଚିନ୍ତାଟା ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ତୁଳା : ଆପଣଙ୍କ ମନରେ ନୂଆ ଚିନ୍ତାଧାରା ଆସିବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଆପଣଙ୍କ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଚାକିରୀ କରୁଥିବା ଲୋକେ କର୍ତ୍ତବ୍ୟ ପରାୟଣର ସହ କାର୍ଯ୍ୟ କରିଲେ ମଧ୍ୟ ଉଚ୍ଚାଧିକାରୀଙ୍କ ଠାରୁ ଅପମାନିତ ହୋଇପାରନ୍ତି । ଶତୃମାନେ ଦୂରେଇଯିବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ହୋଟେଲକୁ ଭୋଜନ ପାଇଁ ଯାଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ବିଛା : ଦିନଟି ଅନୁକୂଳ ରହିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ରାଜନୀତିରେ ସାକ୍ଷାତ ଆଲୋଚନା ଭଲ ରହିବ । ଶାରୀରିକ ସୁସ୍ଥତା ଏବଂ ମାନସିକ ପ୍ରସନ୍ନତା ଅନୁଭବ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ଧନୁ : ଦେବାଦେବୀଙ୍କ ପୂଜାର୍ଚ୍ଚନା କରନ୍ତୁ, ମନ‌ରେ ଆତ୍ମା ବିଶ୍ୱସ ବୃଦ୍ଧି ହେବ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହୋଇପାରନ୍ତି । ପରିବାରରେ ଅଶାନ୍ତି ଦେଖାଦେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତି କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରର ପରିବର୍ତ୍ତନ ହେବ । ବ୍ୟବସାୟ ପାଇଁ ଦିନଟି ଭଲ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରିଣୀ ।

ମକର : କୌଣସି ପୁରୁଣା କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧନ କରିବେ । କାର୍ଯ୍ୟ-ସଫଳତା ଏବଂ ଯଶ-କୀର୍ତ୍ତି ପ୍ରାପ୍ତ ହେବା ପାଇଁ ଆଜିର ଦିନ ଶୁଭ ଅଟେ । ନିଜ ଲୋକମାନେ ହିଁ କାମ ଦ୍ଵନ୍ଦ ସୃଷ୍ଟି କରିପାରନ୍ତି । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ହନୁମାନ ।

କୁମ୍ଭ : ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିବା ଦ୍ଵାରା କାର୍ଯ୍ୟରେ ସଫଳତା ମିଳିବ । ନୂତନ ବ୍ୟବସାୟୀ ଆରମ୍ଭ କରିବା ପାଇଁ ଇଚ୍ଛା ପ୍ରକାଶ କରିବେ । କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଚାକିରୀ କ୍ଷେତ୍ରରେ କର୍ତ୍ତୃପକ୍ଷ ଆପଣଙ୍କ କାମର ପ୍ରଶଂସା କରିବେ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ପରିଜନମାନଙ୍କ ସହିତ କୌଣସି ପର୍ଯ୍ୟଟନ-ସ୍ଥଳକୁ ଯାତ୍ରାର ଆନନ୍ଦ ପ୍ରାପ୍ତ କରି ପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ମୀନ : ମନ ବେଶ୍ ଆନନ୍ଦ ଉଲ୍ଲାସ ରହିବା । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଚାକିରିରେ ଉଚ୍ଚାଧିକାରିମାନଙ୍କର ପ୍ରସନ୍ନତା କାରଣରୁ ପଦୋନ୍ନତିର ଯୋଗ ଅଛି । ବ୍ୟବସାୟରେ ଫାଇଦା ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସରଳତାରେ ସଫଳତା ପ୍ରାପ୍ତି ହେବ । ପରିଣାମ ସ୍ଵରୂପ ଆପଣ ମାନସିକରୂପରେ ପ୍ରଫୁଲ୍ଲିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ଜଗନ୍ନାଥ ।