22 ଜୁନ ୨୦୧୯ ଶନିବାର – ଶାନିଦେବଙ୍କ କୃପାରୁ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ରହିବା ଶନିଦେବ କୃପା ଦୃଷ୍ଟି ରହିବ ଓ ଦୂର ହେବ ସମସ୍ତ ଦୁଃଖ କଷ୍ଟ…

Spread the love

22 ଜୁନ ୨୦୧୯ ଶନିବାର – ଶାନିଦେବଙ୍କ କୃପାରୁ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ରହିବା ଶନିଦେବ କୃପା ଦୃଷ୍ଟି ରହିବ ଓ ଦୂର ହେବ ସମସ୍ତ ଦୁଃଖ କଷ୍ଟ…

ଗ୍ରହର ଗତିପଥ ପରିବର୍ତ୍ତନ କାରଣରୁ ବ୍ୟକ୍ତିର ଜୀବନରେ ବହୁତ ଅନେକ ପରିବର୍ତ୍ତନ ହୋଇଥାଏ । କେତେବେଳେ ବ୍ୟକ୍ତିର ଜୀବନରେ ସୁଖ ସମୃଦ୍ଧି ଆସିଥାଏ ତ କେତେବେଳେ ଅତ୍ୟଧିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ସମୟର ସହିତ ବହୁତ କିଛି ବଦଳି ଯାଇଥାଏ । ଜ୍ୟୋତିଷଙ୍କ କହିବା ଅନୁସାରେ ଗ୍ରହ ନକ୍ଷେତ୍ର ଗୁଡିକର ଯେତେବେଳେ ସ୍ଥାନ ପରିବର୍ତ୍ତନ ଘଟିବ କାରଣରୁ ମନୁଷ୍ୟ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତେଣୁ ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଦିନଟି ଆପଣଙ୍କ ଲାଗି ସୁଖଦାୟକ ରହିବ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ । ଅତୀତରୁ ଅଟକି ଥିବା କାର୍ଯ୍ୟ ଆଜି ସହଜ ଓ ସୁବିଧାରେ ସମ୍ପାଦନ କରିପାରିବେ । ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ମଧ୍ୟ ସମସ୍ୟାର ସମାଧାନ କରିବେ । ବ୍ୟବସାୟରେ ଆଶାତୀତ ଲାଭ ହେବାର ସମ୍ଭାବନା ରହିଛି । ସରକାରୀ ଚାକିରିଆଙ୍କୁ କିଛି ନୂଆ ଦାୟିତ୍ଵ ମିଳିପାରେ । କର୍ମ ପରିସର ବୃଦ୍ଧି ପାଇବାରୁ କ୍ଳାନ୍ତି ଅନୁଭବ କରି ପାରନ୍ତି । ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟ ମାନଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ମାନସିକଶାନ୍ତି ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ:ଧଳା । ଆରାଧନା: ମହାଲକ୍ଷ୍ମୀ ।

ବୃଷ: ଆଜି ଆପଣଙ୍କ ବ୍ୟକ୍ତିଗତ କାର୍ଯ୍ୟରେ ସମ୍ୟକ ସମସ୍ୟା ଉତ୍ପନ୍ନ ହୋଇପାରେ । ସ୍ଵାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି କଷ୍ଟ ଅନୁଭବ କରିବେ । କିନ୍ତୁ ବ୍ୟବସାୟରେ ସଫଳପ୍ରଦ ହେବ । ପରିବହନ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବଜେଟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହୋଇପାରେ । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କୈାଣସି ବିକଳ୍ପ ବ୍ୟବସ୍ଥା କରିବା ସକାଶେ ମନସ୍ଥ କରିପାରନ୍ତି । କର୍ମକ୍ଷେତ୍ରରେ ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ହୋଇଯିବ । ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବା । ଦୈହିକ ଦୁର୍ବଳତା ଯୋଗୁ ମନ୍ଥର ଗତିରେ ପ୍ରତ୍ୟେକ କାମ ସମ୍ପନ୍ନ ହେବ । ଆଲୋଚନା କାଳରେ ଦ୍ଵନ୍ଦରେ ପଡି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ । ପ୍ରେମ ସାଗରରେ ବୁଡ଼ ପକାଇବେ । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ଶ୍ରୀକୃଷ୍ଣ ।

କର୍କଟ: ନୂଆ ସମ୍ଭାବନା ମିଳିପାରେ । ଅବସରର ଲାଭ ନିଅନ୍ତୁ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । କଥାରେ କଥାରେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଅପଣେଇ ନେଇ କାମ ହାସଲ କରିପାରିବେ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବ ନାହିଁ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ନୂଆ ଘର କିଣିବା ଲାଗି ଆଗ୍ରହ ବଢ଼ିବ । ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣକ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ତାରିଣୀ ।

ସିଂହ: ଆପଣଙ୍କ ମନରେ ସକାରାତ୍ମକ ଚିନ୍ତାଧାରା ବଜାୟ ରହିବ । ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ । ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ । ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିପାରେ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି । ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ । କଳା, କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ତଥା ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଚିତ୍ରା ନକ୍ଷତ୍ର କିନ୍ତୁ କୈାଣସି ଖଳ ଲୋକ ମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ଯୋଗ ଦେଇପାରନ୍ତି । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ତୁଳା: ଦିନଟି ଆପଣଙ୍କ ପାଇଁ ଆନନ୍ଦମୟ ରହିବ । ଆପଣଙ୍କ ଉନ୍ନତ ବିଚାରଧାରା ଓ ଉନ୍ନତ କାର୍ଯ୍ୟଶୈଳୀରୁ ପ୍ରଶଂସିତ ହେବେ । ଆବଶ୍ୟକ ସମୟରେ କୈାଣସି ମୂଲ୍ୟବାନ ଜିନିଷଟି ନପାଇ ବନ୍ଧୁଙ୍କ ଉପରେ ରାଗିବେ । ଆପଣଙ୍କୁ କୌଣସି ଭଲ କାମ ମିଳିପାରେ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରି ପାରିବେ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ରାଜନୀତି, କଳାରେ ସାମାଜିକ ସ୍ତରରେ ସମ୍ମାନିତ ହେବେ । ଗବେଷଣା, ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇପାରନ୍ତି । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟକଚଣ୍ତୀ ।

ବିଛା: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ । ବିଶେଷ କିଛି ଅଭାବ ଅସୁବିଧା ନଥିଲେ ମଧ୍ୟ ଶନି କ୍ଷେତ୍ରସ୍ଥ ଚନ୍ଦ୍ର ସୁସ୍ଥ ମାନସିକତାରୁ ବଂଚିତ କରାଇବ । ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବାର ଆଶଙ୍କା ରହିଛି । କିନ୍ତୁ କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ ଓ କ୍ରୀଡା,ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ । ଜୀବନରେ ମଉଜ ମଜଲିସ ପାଇଁ ସୁନ୍ଦର ଅବସର ମିଳିବ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ପରିବର୍ତ୍ତନ କରିବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ତାରିଣୀ ।

ଧନୁ: ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲି ମୋକଦ୍ଦମାରେ ଜିତିବେ । ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ । କାମ-କାର୍ଯ୍ୟରେ ଗମ୍ଭୀରତାରେ ଧ୍ୟାନ ଦେବେ । କର୍ମ କ୍ଷେତ୍ରରେ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି । ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ବନ୍ଧୁ କିମ୍ବା ବାନ୍ଧବୀଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୂଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ । ଆଜି ଯାତ୍ରା ସମୟରେ ଅନ୍ୟମନସ୍କ ରୁହନ୍ତୁ ନାହିଁ ଏବଂ ଯାନ ବାହାନରେ ସତର୍କତା ରକ୍ଷା କରନ୍ତୁ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ମକର: ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇପାରେ । ଚାକିରୀ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ରପ୍ତାନି କାରବାର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଶୁଭରଙ୍ଗ: ବାଦାମି । ଆରାଧନା: ହନୁମାନ ।

କୁମ୍ଭ: ଧାର୍ମିକ କାର୍ଯ୍ୟରେ ଦିନ ଅତିବାହିତ କରିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଅନୁରୋଧ ରକ୍ଷାକରି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ଵାକ୍ଷରିତ ହୋଇପାରେ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା:ମାଆ ଦୁର୍ଗା ।

ମୀନ: ସକାରାତ୍ମକ ଭାବନାରେ ରହନ୍ତୁ କାମ କରିବା ସହଜ ହେବ । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ବହୁତ ଦିନ ହେଲା ଅଟକି ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଆପଣଙ୍କ କାମରେ ନୂଆ ଦାୟିତ୍ଵ ମିଳିପାରେ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ମହିଳାମାନେ ଦୁଃଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଭୈରବୀ ।