23 ଫେବୃୟାରୀ 2019, ଶନିବାର- ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ ବିଶେଷ କୃପା ରହିବ

Spread the love

23 ଫେବୃୟାରୀ 2019, ଶନିବାର- ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ ବିଶେଷ କୃପା ରହିବ

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଚାକିରୀ କରୁଥିବା କର୍ମଚାରୀମାନଙ୍କର ଉନ୍ନତି ହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ବିରୋଧୀଙ୍କୁ ପରାସ୍ତ କରିବେ । ସନ୍ଧ୍ୟାରେ ଆପଣଙ୍କର ମାନସିକ ଅଶାନ୍ତି ବଢ଼ିପାରେ । ବିବାହିତ କଥାବାର୍ତ୍ତାରେ ସଂଯମ ରଖନ୍ତୁ । ଶୁଭରଙ୍ଗ: ଗୋଲାପି । ଆରାଧନା: ଶ୍ରୀକୃଷ୍ଣ ।

ବୃଷ: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ । ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ । ବେପାର ଉଦ୍ୟୋଗରେ ଠିକ ସମୟରେ ସଠିକ ନିର୍ଣ୍ଣୟ ନେବେ । ଅଫିସରେ ଆପଣଙ୍କର ଆହୁରି ସମ୍ମାନ ବଢ଼ିବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ: ମନରେ ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟରେ ଲାଭ ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଲୁହା, ସିମେଣ୍ଟ ବ୍ୟବସାୟୀଙ୍କର ଉନ୍ନତି ହେବ । ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ଡଳମଣି ।

କର୍କଟ: ଦିନଟି ଆପଣଙ୍କ ପାଇଁ ବେଶ୍ ବଢ଼ିଆ ରହିବ । ଯେଉଁ କାମରେ ହାତ ଦେବେ ପୂର୍ଣ୍ଣ ସଫଳତା ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ସେୟାର କିଣିବେ ବା ନୂତନ କାରବାରରେ ନିବେଶ ପାଇଁ ବିଚାର କରିବେ । କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ସିଂହ: ଆପଣଙ୍କର ଧ୍ୟାନ ପରିବାର ଓ ଟଙ୍କା ପଇସା ଦିଗରେ ରହିବ । ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହୋଇଯିବ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଅନ୍ୟମାନଙ୍କ ମାମଲାରେ ଅଧିକାର ଜାହିର କରନ୍ତୁ ନାହିଁ । ମହିଳାମାନେ ଜୀବନସାଥୀଙ୍କୁ କୌଣସି ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଭଗବାନଙ୍କ ନାମକୁ ସୃତି କରନ୍ତୁ; ମନକୁ ଶାନ୍ତି ମିଳିବ । ନିଃସ୍ବାର୍ଥ ସମାଜ ସେବାରୁ ପ୍ରତିଷ୍ଠା ପାଇବେ । ବ୍ୟବସାୟରେ ନିବେଶ ପାଇଁ ଆଜି ଦିନଟି ଉତ୍ତମ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ । କର୍ମ କ୍ଷେତ୍ରରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ନିଜ ବିଶ୍ୱାସ ରଖନ୍ତୁ, ସମସ୍ତ କାର୍ଯ୍ୟର ଠିକ ଭାବରେ ସମାପନ ହେବ । ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଭଲ ସଉଦା ହେବାର ସମ୍ଭାବନା । ଆର୍ଥିକ ସ୍ଥିତି ମଜଭୁତ ହେବ । ଇ˚ଜିନିୟରଙ୍କ ପାଇଁ ଦିନଟି ଲାଭପ୍ରଦ ରହିବ । ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଶୁଭରଙ୍ଗ: ବାଇଗଣୀ ରଙ୍ଗ । ଆରାଧନା: ହନୁମାନ ।

ବିଛା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ । ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ସଙ୍ଗୀତ କଳା କ୍ଷେତ୍ରରେ ସଫଳତା ପାଇବେ । ବାହନ କିଣିବା ପାଇଁ ମନ ବଳିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

ଧନୁ: ପ୍ରେତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ବିରୋଧୀ କ୍ଷତି ପହଞ୍ଚାଇବା ଲାଗି ଅସଫଳ ପ୍ରୟାସ କରିବେ । ପ୍ରିୟବନ୍ଧୁଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର: ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରଣକୌଶଳ ପ୍ରସ୍ତୁତ କରିବେ । ମନର କଥା ମନରେ ରଖନ୍ତୁ; ବିଜୟୀ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ବୟୋଜ୍ୟେଷ୍ଠଙ୍କ ଠାରୁ ପରାମର୍ଶ ନିଅନ୍ତୁ, କୃତକାର୍ଯ୍ୟ ହେହେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କର ଭାଗ୍ୟ ଉଜ୍ଜ୍ୱଳ ହେବ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ବଢ଼ିଆ ରହିବ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଚର୍ଚିକା ।

କୁମ୍ଭ: ଆଜି ଆପଣଙ୍କ ଅତ୍ୟନ୍ତ ଖୁସି ଅନୁଭବ କରିବେ, ଆଶା କରିଥିବା କାମରେ ପୂର୍ଣ୍ଣ ସଫଳତା ପାଇବେ । ବ୍ୟବସାୟରେ ପରିବାର ଓ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ସୁଧାର ହେବ । ନୂଆ ଚାକିରି ପାଇଁ ଭଲ ସମୟ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ । ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ । ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ପାଇବେ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରେମ ସମ୍ପର୍କ ବୃଦ୍ଧି ହେତୁ ମନ ଖୁସି ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।