ଆଜିର ରାଶିଫଳ, 23 ଜାନୁୟାରୀ 2019, ବୁଧବାର – ଏହି ୫ ରାଶି ଉପରେ ମା’ଆ ଲକ୍ଷ୍ମୀ ଓ ବିଘ୍ନରାଜ ଗଣେଶଙ୍କ କୃପା ଦୃଷ୍ଟି ରହିବ

Spread the love

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ ।ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କୁ ଆରାମ ଅନୁଭବ ହେବ । କୌଣସି ଫଇସଲା ନେବାରେ ସଂଶୟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଜୀବନସାଥୀଙ୍କ ପରାମର୍ଶ ଆଗକୁ ବଢ଼ିବାରେ ସହାୟକ ହେବ। ଖର୍ଚ୍ଚ ବଢ଼ିପାରେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଠାକୁରାଣୀ ।

ମିଥୁନ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ବ୍ୟବସାୟରେ ଶୀଘ୍ର ଫଇସଲା ଲାଭପ୍ରଦ ହେବ, କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ଜୀବନସାଥୀଙ୍କ ଠାରୁ କୌଣସି ଶୁଭ ଖବର ପାଇବେ । ଛାତ୍ରୀଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ବାଦାମୀ । ଆରାଧନା: ହର ଗୌରୀ ।

କର୍କଟ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ । ବ୍ୟବସାୟୀ ଆଜି ଯୋଜନା ପ୍ରସ୍ତୁତ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

ସିଂହ: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ । ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ଅବହେଳା କରିବେ । ମହିଳାମାନେ ସନ୍ତୁଷ୍ଟ ରହିଲେବି ଆର୍ଥିକ, ପାରିବାରିକ ଓ ବ୍ୟବସାୟିକ କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ତାରା ତାରିଣୀ ।

କନ୍ୟା: ଆର୍ଥିକ ସ୍ଥିତି ଦୁର୍ବଳ ହେବାରୁ ଜରୁରୀ କାମ ସ୍ଥଗିତ ହେବ । କଥାବାର୍ତ୍ତାରେ ସଂଯମ ରଖନ୍ତୁ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ସୁଖଦ ସମାଚାର ମିଳିବାର ସମ୍ଭାବନା । ଘରକୁ ବନ୍ଧୁଙ୍କ ଆସିବା ଯିବା ଲାଗି ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହେବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ସରକାରୀ ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ । ରାଜନୀତି କ୍ଷେତ୍ରରେ କୂଟନୀତିର ଜାଲରେ ପଡିପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ଗଣେଶ ।

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଆପଣଙ୍କର ଆତ୍ମବିଶ୍ୱାସ ଯଥେଷ୍ଟ ବୃଦ୍ଧି ହେବ । ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ କଟକଚଣ୍ଡୀ ।

ଧନୁ: ନିଜ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ବ୍ୟବସାୟୀମାନେ ଯଥେଷ୍ଟ ପରିଶ୍ରମ କରିବେ କିନ୍ତୁ ତଦନୁଯାୟୀ ଫାଇଦା ମିଳିବ ନାହିଁ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ଆୟ ତୁଳନାରେ ବେୟ ଅଧିକ ହେବ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରିବେ । ମହିଳାମାନେ ଘରୋଇ କାମରେ ବ୍ୟସ୍ତ ରହିବେ ଶୁଭ ସମ୍ବାଦପାଇ ଖୁସିହେବେ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ବହୁମୂଲ୍ୟ ବସ୍ତୁ କିଣିବା ଲାଗି ମନରେ ଆଗ୍ରହ ବଢ଼ିବ ଓ ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ମହିଳାମାନେ ବେଶ୍ ହସଖୁସିରେ ପ୍ରିୟଜନଙ୍କ ସହ ଦିନଟିକୁ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

କୁମ୍ଭ: ନିଜ ଇଚ୍ଛା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିପାରିବେ । ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରିୟବନ୍ଧୁଙ୍କୁ କୌଣସି ଉପହାର ଦେଇ ପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଲକ୍ଷ୍ମୀ ।

ମୀନ: ଇଷ୍ଟଦେବୀଙ୍କ ଆରାଧନା ଦ୍ୱାରା ମନ‌ରେ ସକାରାତ୍ମକ ଭାବନା ସଂଚାର ହେବ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବ˚ ସଫଳ ହେବେ । ଆର୍ଥିକ ସ୍ଥିତି ଠିକ୍‌ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାରା ଖୋଲିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ସନ୍ତୋଷୀ ।