23 ମଇ 2019, ଗୁରୁବାର – ମା’ଲକ୍ଷ୍ମୀଙ୍କ କୃପାରୁ ୭ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ ଓ ୩ଟି ରାଶିର ଲୋକେ ପ୍ରେମ ପ୍ରସଙ୍ଗରେ ସଫଳତା ଲାଭ କରିବେ ।

Spread the love

23 ମଇ 2019, ଗୁରୁବାର – ମା’ଲକ୍ଷ୍ମୀଙ୍କ କୃପାରୁ ୭ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ ଓ ୩ଟି ରାଶିର ଲୋକେ ପ୍ରେମ ପ୍ରସଙ୍ଗରେ ସଫଳତା ଲାଭ କରିବେ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ 23 ମଇ 2019, ଗୁରୁବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ ।

ବୃଷ : କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ସ୍ଥଗିତ ଥିବା କାମ ପୂରଣ ହେବ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗର ଶିକାର ହୋଇପାରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନ ରଖିଲେ ମାଲିମୋକଦ୍ଦମାର ଭୟ ରହିବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ : ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ । ବୈବାହିକ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ : କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ଆୟରସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା : ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟିକ କାମରେ ଜିଲ୍ଲା ବାହାରକୁ ଯାଇପାରନ୍ତି । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ତୁଳା : ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନରୋଗର ପ୍ରକୋପ ସହିତ ଉଦରପୀଡ଼ା ଦେଖାଦେବ । ପରିବାରରେ ବ୍ୟୟବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ମହିଳାମାନେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବିଚ୍ଛା : ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ : ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁ ଥିଲା ବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

ମକର : ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

କୁମ୍ଭ : ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକ ଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ମନକୁ ଆଘାତ ଲାଗିଲା ପରି କଥା ଶୁଣିବେ । ନିଜ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶ ଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ମୀନ : ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନ ରୋଗର ଉପଶମ ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।