23 ଜୁଲାଇ 2019, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ବିନା ଦ୍ଵିବ୍ଧାରେ ସମ୍ପାଦନ କରିବେ ନିଜ କାର୍ଯ୍ୟ ଓ ଆର୍ଥିକ ସ୍ଥିତିରେ

Spread the love

23 ଜୁଲାଇ 2019, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ବିନା ଦ୍ଵିବ୍ଧାରେ ସମ୍ପାଦନ କରିବେ ନିଜ କାର୍ଯ୍ୟ ଓ ଆର୍ଥିକ ସ୍ଥିତିରେ ଉନ୍ନତି ପରିଲିକ୍ଷିତ ହେବ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ । କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ । ସରକାରୀ ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରଙ୍କ ପରି ବ୍ୟବହାର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ବାବା ଲିଙ୍ଗରାଜ ।

ବୃଷ: ଦିନଟି ଆପଣଙ୍କ ପାଇଁ ଠିକ୍‌ଠାକ୍‌ ରହିବ । ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ନଜରକୁ ଆସିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ରୋଜଗାର ସମସ୍ୟା ସୁଧୁରି ଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନେ କର୍ମକ୍ଷେତ୍ରରେ କୃତକାର୍ଯ୍ୟ ହେବେ ଓ ପ୍ରସଂଶିତ ହେବେ ।ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ମହିଳାମାନଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି । ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ସୁଖଦ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ସିଂହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଆପଣଙ୍କର ଆତ୍ମବିଶ୍ୱାସ ଯଥେଷ୍ଟ ବୃଦ୍ଧି ହେବ । ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ବିଭିନ୍ନ କାର୍ଯ୍ୟରେ ବାଧା ଦୁରେଇ ଯିବା । ବାଦ ବିବାଦ ଠାରୁ ଦୂରେଇ ରହିବା ରୁହନ୍ତୁ । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ମହିଳାମାନେ ପ୍ରତ୍ୟେକ କାର୍ଯ୍ୟରେ ପ୍ରସଂଶିତ ହେବେ । ବିଦ୍ୟାର୍ଥୀଙ୍କମାନେ ନିଜର ପ୍ରତିଭା ବଳରେ ସମ୍ମାନିତ ଓ ପ୍ରସଂଶିତ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

କନ୍ୟା: ଆପଣଙ୍କ କାମ ପୂରା କରିବାରେ କେହି ଅବରୋଧ କରିପାରିବେ ନାହିଁ । ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ । ବେକାରଙ୍କୁ ରୋଜଗାର ମିଳିବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟି ରଖିବା ଉଚିତ୍ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ପ୍ରିୟବନ୍ଧୁଙ୍କୁ କୌଣସି ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ତୁଳା: ଦେବଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବ˚ ସଫଳ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ଓ ଆର୍ଥିକ ସ୍ଥିତି ଠିକ୍‌ ରହିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାର ଊନ୍ମୁକ୍ତ ହେବ । ମହିଳାମାନଙ୍କୁ ଚାକିରିର ଉଆ ପ୍ରସ୍ତାବ ଆସିବା । ବିଦ୍ୟାର୍ଥିମାନେ ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହରପାର୍ବତୀ ।

ବିଛା: ଦିନଟି ଠିକ୍‌ଠାକ୍‌ ରହିବ । ପ୍ରତ୍ୟେକ କାମ ବିନା ବିଘ୍ନରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ । ବ୍ୟବସାୟୀ ଆଜି ଯୋଜନା ପ୍ରସ୍ତୁତ କରିବେ । ବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ଯୁବପିଢିଙ୍କୁ ଚାକିରିର ସୁଯୋଗ ଆସିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ଦାମ୍ପତ୍ୟ ଜୀବନ ଖୁସିମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରିଣୀ ।

ମକର: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସମ୍ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସରକାରୀ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆଜି ଶୁଭ ଖବର ମିଳିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ମିତ୍ରଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ । ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରିବେ । କାରବାରରେ ନୂଆ ସଉଦା ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆଜି ପରିବାରରେ ବଡ଼ ଖୁସି ଆସିପାରେ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ମହିଳାମାନେ ପାରିବାରିକ ଜୀବନରେ ବ୍ୟସ୍ତତା ରହିବେ, ଦୈନନ୍ଦିନ କାର୍ଯ୍ୟକଳାପ ସୁଚାରୁ ରୂପେ ସମ୍ପାଦନା କରି ମଧ୍ୟ ବୟୋଜ୍ୟେଷ୍ଠଙ୍କ ଠାରୁ ଅପମାନିତ ହେବେ । ବିଦ୍ୟାର୍ଥିମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ: ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ପ୍ରତିଟି କାର୍ଯ୍ୟରେ କୃତକାର୍ଯ୍ୟ ହେତୁ ମନ ବହୁତ ପ୍ରଫୁଲ୍ଲ ରହିବ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଠାରୁ ଦୁରେଇ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।