24 ଜାନୁୟାରୀ 2019, ଗୁରୁବାର – ମା’ଲକ୍ଷ୍ମୀଙ୍କ କୃପାରୁ ଏହି ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପ୍ରତିକ୍ଷେତ୍ରରେ କୃତକାର୍ଯ୍ୟ ହେବେ

Spread the love

ମେଷ: ପରିଶ୍ରମର ସକାରାତ୍ମକ ଫଳ ମିଳିବ । ଆପଣ କିଛି ନୂଆ ଲୋକ ଓ ବିଦେଶୀଙ୍କ ସହିତ ମିଶିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପାରିବାରିକ ପରିସ୍ଥିତି ବଦଳିଯିବ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ସମଲେଶ୍ୱରୀ ।

ବୃଷ: ଜୀବନରେ କ’ଣ ପାଇଛନ୍ତି, କ’ଣ ହରାଇଛନ୍ତି; ସେହି ହିସାବ ନିକାଶରେ ସମୟ କଟିବ । ଆପଣଙ୍କ ସମସ୍ୟାକୁ ନେଇ ଅଭିଭାବକଙ୍କ ସହିତ ଆଲୋଚନା କରନ୍ତୁ; ମନ ହାଲୁକା ହେବ । ଅଫିସରେ କାମର ବୋଝ ବଢ଼ିବ । ରାଜନୀତି ମାମଲାରେ ସଫଳତା ମିଳିବ । କର୍ମ ପ୍ରତି ହତୋତ୍ସାହ ଏବଂ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମିଥୁନ: ଆପଣଙ୍କର ବହୁ ଦିନର ଇଚ୍ଛା ପୂରା ହେବ । ଜୀବନ-ସାଥୀଙ୍କ ସହଯୋଗ ମିଳିବ । ନୂଆ କାମରେ ରୁଚି ବଢ଼ିବ । ଚାକିରିରେ ବଡ଼ ସଫଳତା ମିଳିବା ଯୋଗ ରହିଛି । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଦୁନିଆକୁ ଜିଣି ନେବା ଲାଗି ଆପଣଙ୍କ ଭିତରେ ଉତ୍ସାହ ରହିବ । ପ୍ରତିଷ୍ଠିତ ଲୋକଙ୍କ ସହିତ ମିଶିବେ । କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଅତିଶୀଘ୍ର ପୂରା କରିବେ । ବ୍ୟାପାରରେ ପ୍ରଚୁର ଲାଭ ହେବ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଆପଣଙ୍କ ଉନ୍ନତି ହେତୁ ପରିବାରରେ ଖୁସିର ମହୋଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀକୃଷ୍ଣ ।

ସିଂହ: ଆପଣଙ୍କର ମନୋଭାବ ମଜାକିଆ ରହିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ । ରଚନାତ୍ମକ କାମରେ ଆପଣଙ୍କର ନାମ ରହିବ । ଶାସନରେ ଥିବା ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଦୁର୍ଗା ।

କନ୍ୟା: ବୁଦ୍ଧିମତ୍ତାରେ କାମ କରନ୍ତୁ; ସଫଳତା ଓ ଲାଭ ପାଇବେ । ରାଜନେତାଙ୍କ ଲାଗି ଦିନଟି ବଢ଼ିଆ ରହିବ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତିତ ରହିବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ନିର୍ବାହ କରିବେ । ପ୍ରେମିକାଙ୍କୁ ମନର କଥା କହିବେ । ବାଦ ବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଦିନଟି ଆପଣଙ୍କ ଶୁଭଦାୟକ ରହିବ । କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ଆସିବ ଯଦ୍ୱାରା ଆମଦାନି ବୃଦ୍ଧି ହେବ, ଆର୍ଥିକ ସ୍ଥିତିରେ ସୁଦୃଢ ହେବ ଓ ସକ୍ଷମ ସ୍ଥିତିରେ ରହିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ଆପଣଙ୍କ କାର୍ଯ୍ୟଶୈଳୀରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ଦାମ୍ପତ୍ୟ ଜୀବନ ପ୍ରେମଭରା ରହିବ । ମହିଳାମାନେ ସ୍ୱାସ୍ଥ୍ୟଗତ ସମୟରେ ପୀଡି଼ତ ରହିବେ । ଶୁଭରଙ୍ଗ: ନୀଳ । ଆରାଧନା: ସତ୍ୟନାରାୟଣ ।

ବିଛା: ପୂଜାପାଠରେ ସମୟ ବିତିବ । ଗରିବଙ୍କୁ କିଛି ଦାନ କରନ୍ତୁ, ଭାଗ୍ୟ ଉଜ୍ଜ୍ୱଳ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ମହିଳାମାନେ ଶୁଭ କାର୍ଯ୍ୟରେ ଯୋଗ ଦେବେ । ନିଜର କାର୍ଯ୍ୟ ପାଇଁ ପ୍ରସଂଶିତ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଭୈରବୀ ।

ଧନୁ: ଆଜି କିଛି ନୂଆ ଅନୁଭବ ପ୍ରାପ୍ତ ହେବ । ଭାବିଥିବା ସବୁ କାମ ଠିକ ଭାବରେ ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବୃଦ୍ଧି ହେବ । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ମହିଳାମାନେ ପରିବାରଜନଙ୍କ ସହ ହସଖୁସିରେ ଦିନ କାଟିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରାତାରିଣୀ ।

ମକର: ଆପଣଙ୍କର ହାସ୍ୟକୌତୁକ ସ୍ୱଭାବ ସମସ୍ତଙ୍କୁ ଭଲ ଲାଗିବ । ଚାକିରିରେ ନିଷ୍ଠାର ସହିତ କାମ କଲେ ଭଲ ଫଳାଫଳ ମିଳିବ । ବ୍ୟବସାୟ ବାଣିଜ୍ୟରେ ବେଶ ଲାଭବାନ ରହିବେ । ପରିବାର ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ । ଗୃହ, ଯାନବାହାନ କ୍ରୟ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟା ଅଧ୍ୟୟନରେ ମନଧ୍ୟାନ ଦେବେ । ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତତା ରହିବେ । ଦାମ୍ପତ୍ୟ ଜୀବନରେ ହସଖୁସିର ଲୋହରୀ ଖେଳି ଉଠିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ସୁଖ ସୌଭାଗ୍ୟ ବୃଦ୍ଧି ହେବ, ଦିନଟି ମଙ୍ଗଳମୟ ରହିବ । ସମସ୍ତ କାର୍ଯ୍ୟ ବିନା ବାଧାବିଘ୍ନରେ ସମ୍ପାଦନା କରିବେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ସାମାଜିକ କାର୍ଯ୍ୟରେ ମନୋନିବେଶ କରିବେ । ପ୍ରିୟବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଭଲରେ କାଟିବା । ସବୁ ସମସ୍ୟାର ସମାଧାନ ହେବ । ଅଫିସରେ କୌଣସି ଖୁସି ଖବର ମିଳିବ । ବ୍ୟବସାୟରେ ଅର୍ଥନିବେଶରୁ ଲାଭ ହେବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଲେଖାପଢ଼ାରେ ସାଥୀଙ୍କ ସାହାଯ୍ୟ ମିଳିବ । ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ହର ଗୌରୀ ।