24 ଜୁନ 2019, ସୋମବାର – ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ଦୂର ହେବ ସମସ୍ତ ଦୁଃଖ କଷ୍ଟ…

Spread the love

24 ଜୁନ 2019, ସୋମବାର – ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ଦୂର ହେବ ସମସ୍ତ ଦୁଃଖ କଷ୍ଟ…

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ । ବ୍ୟବସାୟୀଙ୍କୁ କୌଣସି ଚୁକ୍ତିରୁ ଅଚାନକ ଧନଲାଭ ହେବ । ଚାକିରିଆଙ୍କର ଦରମା ବୃଦ୍ଧି ହୋଇପାରେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

ମିଥୁନ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥି ଦେବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣତା ସହ ଚାଲିବା ହିତକର । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ମହିଳାମାନେ ସନ୍ତାନଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

କର୍କଟ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । ବହୁତ ଭଲ ସୁଯୋଗ ଆପଣଙ୍କୁ ଅପେକ୍ଷା କରି ରହିଛି । ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ହେବ । କୌଣସି ନୂଆ କାମ ପାଇଁ ରାଜ୍ୟ ବାହାରକୁ ଯାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ନୂଆ ଘର କିଣିବା ଲାଗି ଯୋଜନା କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଦିନଟି ଶୁଭପ୍ରଦ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ବିଛା: ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ପ୍ରଫୁଲ୍ଲ ରହିବା । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହୋଇପାରନ୍ତି ଓ ପରିବାର ଏବଂ କର୍ମ କ୍ଷେତ୍ରରେ ଆଦରଣୀୟ ସ୍ଥାନ ଅଧିଷ୍ଟିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଦିନଟି ବେଶ ମଂଗଦାୟକ ରହିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଆୟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ଜଗନ୍ନାଥ ।

ମକର: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ନୀଳ । ଆରାଧନା: ହର ପାର୍ବତୀ ।

କୁମ୍ଭ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜର ବ୍ୟବହାର ପ୍ରତି ଟିକେ ସତର୍କ ରହନ୍ତୁ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ମାତାପିତାଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ନ୍ତୁ ସଫଳତା ମିଳିବ । ଗୁରୁତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମୀନ: ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।