୨୫ ଫେବୃଆରୀ ୨୦୧୯ ସୋମବାର – ମହାଦେବଙ୍କ କୃପାରୁ ଏହି ୪ଟି ରାଶିର ଭାଗ୍ୟ ବଦଳିଯିବ

Spread the love

୨୫ ଫେବୃଆରୀ ୨୦୧୯ ସୋମବାର– ମହାଦେବଙ୍କ କୃପାରୁ ଏହି ୪ଟି ରାଶିର ଭାଗ୍ୟ ବଦଳିଯିବ

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ର ଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ମନରେ କିଛି ନୂଆ କାର୍ଯ୍ୟ କରିବାର ଇଚ୍ଛା ଉଜ୍ଜୀବିତ ହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଛାତ୍ରମାନେ ଲେଖାପଢ଼ାରେ ଅଧିକ ମନଯୋଗ ଦେବେ । ଶୁଭରଙ୍ଗ: ଧୂସର । ଆରାଧନା: ଶ୍ରୀ ଗଣେଶ ।

ବୃଷ: ପୂଜାପାଠରେ ସମୟ ବିତିବ । ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଗରିବଙ୍କୁ ସହାୟତା କରିବେ । ବ୍ୟବସାୟର ବିକାଶ ଉପରେ ଧ୍ୟାନ କେନ୍ଦ୍ରୀଭୂତ କରିବେ । ରାଜନୀତିରେ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ରୋମାଞ୍ଚକର ରହିବା । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୂର୍ଗା ।

ମିଥୁନ: ନିଜ ବ୍ୟବହାର ଓ ସ୍ଵଭାବ ବଳରେ ଏନିମାନେ ଆକୃଷ୍ଟ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଟଙ୍କା ପଇସା ସମ୍ବନ୍ଧିତ କୌଣସି ମାମଲାର ସମାଧାନ ଅବଲମ୍ବନ କରନ୍ତୁ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଆଖଣ୍ଡଳମଣୀ ।

କର୍କଟ: ବ୍ୟବସାୟ ବାଣିଜ୍ୟରେ ବେଶ୍ ଉନ୍ନତି କରିବେ । ଧନ ଓ ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବିରୋଧୀଙ୍କ ସହିତ ଦୃଢ଼ ମୁକାବିଲା କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ସିଂହ: ଦିନଟି ଶୁଭଦାୟକ ରହିବା । ଉନ୍ନତି ପଥରେ ଅଗ୍ରସର ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୂ-ଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ବ୍ୟବସାୟରୁ ଅଧିକ ଲାଭ ପାଇବା ପାଇଁ ନୂଆ କୌଶଳ ଅବଲମ୍ବନ କରିବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ନୂଆ ବାହନ କିଣିବା ଲାଗି ମନ ବଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ମନ ବ୍ୟର୍ଥ ଚିନ୍ତାରୁ ମୁକ୍ତି ହେବ । ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ । ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମ ପୂରା ହେବ । ବ୍ୟବସାୟ କ୍ଷେତ୍ରରେ ଧନ୍ଦିହୋଇ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ବିଛା: ଧାର୍ମିକ କାର୍ଯ୍ୟରେ ନିଯୋଜିତ ରହିବେ । ବ୍ୟବସାୟରେ ପୂର୍ବ ସମସ୍ୟା ଦୂର ହେବ ଏବଂ ବନ୍ଧୁଙ୍କ ସହ ନୂଆ ବ୍ୟବସାୟ ସମ୍ବନ୍ଧରେ ଆଲୋଚନା କରିବେ । ଅଫିସରେ କୌଣସି ନୂଆ ପରିଯୋଜନା ମିଳିପାରେ । ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ଧନୁ: ସାରା ଦିନ ଖୁସି ମନରେ ରହିବେ। କାରବାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ ଏବ˚ ସଫଳ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଆୟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ଜଗନ୍ନାଥ ।

ମକର: ଦିନଟି ଆପଣଙ୍କ ଲାଗି ବହୁତ ଭଲ ରହିବ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ସଙ୍କଟ ଉପୁଜିପାରେ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ଅଫିସରେ କୌଣସି କାମ ପାଇଁ ଆପଣଙ୍କୁ ସମ୍ମାନିତ କରାଯିବ । ରାଜନୀତିରେ ବଡ ନେତାଙ୍କ ସହିତ ସମ୍ପର୍କ ଘନିଷ୍ଠ ହେବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ପ୍ରେମ ରୋମାନ୍‌ସ ପାଇଁ ଦିନଟି ଉତ୍ତମ ରହିବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ନାରାୟଣୀ ।

କୁମ୍ଭ: ଦିନଟି ଆନନ୍ଦମୟ ରହିବ । ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ଚାକିରୀରେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ । ମହିଳାମାନଙ୍କର ଚାତୁର୍ଯ୍ୟତାରେ ପରାକ୍ରମ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମୀନ: ଦିନଟି ଆପଣଙ୍କ ପାଇଁ ସୁଖ ଓ ଶାନ୍ତିମୟ ରହିବ । ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ । ଜୀବନସାଥୀଙ୍କ ଠାରୁ ଭଲ ଉପହାର ପାଇବେ। ଅବିବାହିତଙ୍କୁ ବିବାହର ସୁନ୍ଦର ପ୍ରସ୍ତାବ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ଲକ୍ଷ୍ମୀ ନାରାୟଣ ।