25 ଜାନୁୟାରୀ 2019, ଶୁକ୍ରବାର – ମାଆ ସନ୍ତୋଷୀଙ୍କ କୃପାରୁ ଏହି ୬ଟି ରାଶିର ବ୍ୟକ୍ତିଙ୍କ ସମସ୍ତ ମନୋବାଞ୍ଛା ପୂରଣ ହେବ !

Spread the love

ମେଷ: ଦିନଟି ଆପଣଙ୍କ ଲାଗି ଦୁଃଖ ଓ ସୁଖ ମିଶ୍ରିତ ହୋଇ ରହିବ । କିଛି ନୂଆ କରି ଦେଖାଇବା ଲାଗି ଯୋଜନା କରିପାରନ୍ତି । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ସହକର୍ମୀଙ୍କ ସହିତ ତର୍କବିତର୍କ ହୋଇପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଗାୟତ୍ରୀ ।

ବୃଷ: ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ । ପ୍ରତ୍ୟେକ କାମରେ ନିଜକୁ ଯୋଗ୍ୟ ପ୍ରମାଣିତ କରିପାରିବେ । ଆର୍ଥିକ ପକ୍ଷ ମଜଭୁତ ହେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ପାରିବାରିକ ଜୀବନ ସୁଖମୟ ହେବ । ପୁରାତନ ରୋଗରୁ ମୁକ୍ତି ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ମିଥୁନ: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଗଣେଶ ।

କର୍କଟ: ମନରେ ଲାଗି ରହିଥିବା ନକାରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟିକ କଥାବାର୍ତ୍ତା ଲାଗି ଦୂରସ୍ଥାନକୁ ଯାଇପାରନ୍ତି । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

ସିଂହ: ଦିନଟି ଆପଣଙ୍କ ଲଗାଇ ସୁଖ ଦୁଃଖର ସମିଶ୍ରଣ ରହିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ବ୍ୟବସାୟରେ ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ । ଚାକିରୀ ଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିଲେ ମଧ୍ୟ ଉଚ୍ଚ ଅଧିକାରୀଙ୍କ ଠାରୁ ନିନ୍ଦା ଶୁଣି ପାରନ୍ତି ଏବଂ ସ୍ଥାନ ବଦଳି ହୋଇପାରେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ମହିଳାମାନେ ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହି ମଧ୍ୟ, ନିଜ ବନ୍ଧୁଙ୍କ ସହ ବେଶ ହସଖୁସିରେ ଦିନ କାଟିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଭୈରବୀ ।

କନ୍ୟା: ଆଜି ଆପଣଙ୍କର ଆତ୍ମବଳ ଓ ଉତ୍ସାହ ବୃଦ୍ଧି ହେବ । ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ । ବ୍ୟବସାୟୀଙ୍କୁ ଅଧିକ ଧନଲାଭ ହେବ । ବାହ୍ୟ ଶତ୍ରୁ ବୃଦ୍ଧି, ସରକାରୀ କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ରାଜନୀତିରେ କୂଟନୀତିର ଶୀକାର ହେବେ । ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ବିଦ୍ୟାର୍ଥୀମାନେ ନିଜର ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

ତୁଳା: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ । ଲାଗିରହିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଆଶା ଆକାଂକ୍ଷା ପୂର୍ଣ୍ଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନେ ଜୀବନ ଯାତ୍ରାରେ ଆଗକୁ ବଢ଼ିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ଆଜି ଆପଣଙ୍କ କାମରେ ବ୍ୟସ୍ତତା ରହିବ ସଂଗେ ସଂଗେ ହସଖୁସିରେ ଦିନଟି ଅତିବାହିତ କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆର୍ଥିକ ସ୍ଥିତିରେ ପ୍ରଗତି ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରେମିକା ସହିତ ବାହାରକୁ ଭୋଜନ ପାଇଁ ଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଆପଣଙ୍କର ମନୋଭାବ ହାସ୍ୟସ୍ପଦ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ । ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ । ବିବାହିତାଙ୍କୁ ପାରିବାରିକ ସୁଖ ମିଳିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

ମକର: ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବା । ଚାକିରିଆଙ୍କ ପାଇଁ ସମୟ ଠିକ୍‌ ରହିବ । ରାଜନୀତିରେ ଲାଭ ପାଇବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ । କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ନିଜ ଜ୍ଞାତିକୁଟୁମ୍ବଙ୍କ ସହଯୋଗ ପାଇ ଆଗକୁ ବଢିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ: ଆତ୍ମବିଶ୍ୱାସର ସହ କାମ କରନ୍ତୁ; ସଫଳତା ନିଶ୍ଚୟ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଅଧିକାରୀ ବର୍ଗ ଆପଣଙ୍କ ପକ୍ଷରେ ରହିବେ । ଟଙ୍କା ପଇସା ସମ୍ବନ୍ଧିତ କୌଣସି ବଡ଼ ମାମଲାର ସମାଧାନ ହୋଇଯିବ । ଏତଦବ୍ୟତୀତ ବ୍ୟବସାୟରେ ଉନ୍ନତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୀତି କ୍ଷେତ୍ରରେ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଶୁଭରଙ୍ଗ: ଧଳା । ଆରାଧନା: ହାର ଗୌରୀ ।

ମୀନ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ଆପଣଙ୍କର ସକାରାତ୍ମକ ଭାବନାରେ ଲୋକେ ପ୍ରଭାବିତ ହେବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। କୌଣସି ବଡ଼ କମ୍ପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ବାଧା ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିବ । ଶୁଭରଙ୍ଗ: ଲାଲ । ଆରାଧନା: ଠାକୁରାଣୀ ।