25 ଜୁନ 2019, ମଙ୍ଗଳବାର, – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଦୁଃଖ କଷ୍ଟ ଦୂର ହେବ, ବ୍ୟବସାୟରେ ମିଳିବ ସଫଳତା…..

Spread the love

25 ଜୁନ 2019, ମଙ୍ଗଳବାର, – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଦୁଃଖ କଷ୍ଟ ଦୂର ହେବ, ବ୍ୟବସାୟରେ ମିଳିବ ସଫଳତା…..

ଗ୍ରହମାନଙ୍କ ଗତିପଥ ପରିବର୍ତ୍ତନ କାରଣରୁ ବ୍ୟକ୍ତିର ଜୀବନରେ ଅନେକ ପରିବର୍ତ୍ତନ ହୋଇଥାଏ, କେତେବେଳେ ବ୍ୟକ୍ତିର ଜୀବନରେ ସୁଖ ସମୃଦ୍ଧି ଆସିଥାଏ ତ କେତେବେଳେ ଅତ୍ୟଧିକ ଅସୁବିଧାର ସମୂଖୀନ ହେବାକୁ ପଡିଥାଏ । ସମୟର ସହିତ ବହୁତ କିଛି ବଦଳି ଯାଇଥାଏ । ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ: କର୍ମଭାବସ୍ଥ ଶନି ଓ କେତୁ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁତା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଆପଣ ମନକଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ଏଭଳି ଏକ ପରିସ୍ଥିତିର ସମ୍ମୁଖୀନ ହୋଇ ଅଶାନ୍ତିରେ ରହିବେ । ଅବଶ୍ୟ ସଭା ସମିତିରେ ସଫଳତା ହାସଲ କରିବେ ଏବଂ ଅର୍ଥ ସଂକଟରୁ ରକ୍ଷା ପାଇଯିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ଦେଖା ଦେଇପାରେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ବୃଷ: ନିଜ ଉପରେ ବିଶ୍ବାସ ରଖନ୍ତୁ; ସମସ୍ତ କାର୍ଯ୍ୟରେ ସଫଳ ହେବେ । ରବି ନିଜ ରାଶିରେ ନକ୍ଷତ୍ରଭିତ୍ତିରେ ରାହୁଙ୍କ ଦ୍ୱାରା ସମ୍ବନ୍ଧିତ ଯୋଗୁ ସ୍ଵାସ୍ଥ୍ୟ, ପରିବାର ଓ ପଦସ୍ଥ ବ୍ୟକ୍ତିଙ୍କ ସହ ସମ୍ପର୍କରେ ସାମାନ୍ୟ ସମସ୍ୟା ଦେଖାଦେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନରେ ସତର୍କତା ଅବଲମ୍ବନ କରନ୍ତୁ । ଅଫିସ, କର୍ମ ସଂସ୍ଥାରେ ବିନା କାରଣରେ ସମସ୍ୟା ଉପୁଜି ପାରେ । ଆଲୋଚନା ପରିସରରେ ଆପଣଙ୍କ ଅପ୍ରିୟ ସତ୍ୟ ଆକସ୍ମିକ କଳହ ସୃଷ୍ଟିର କାରଣ ହୋଇପାରେ । ଅତୀତରୁ ରହି ଆସିଥିବା ରୋଗପୀଡ଼ା, ଶତ୍ରୁତା ଓ ଧାର କରଜ ସକାଶେ ଚିନ୍ତାକୁ ବଢ଼ାଇବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ହର ପାର୍ବତୀ ।

ମିଥୁନ: ଚନ୍ଦ୍ରଙ୍କ କୋଣଭାବରେ ରାହୁଙ୍କ ସହ ମଙ୍ଗଳ ଓ ବୁଧ ଦିନଚର୍ଯ୍ୟାରେ ମିଶ୍ରିତଫଳ ଅନୁଭବ କରାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବିବଦମାନ ପରିସ୍ଥିତିରୁ ମୁକ୍ତି ମିଳିବ, କିନ୍ତୁ ସନ୍ତୋଷ ପାଇବେ ନାହିଁ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ନିର୍ମାଣାଧୀନ କାର୍ଯ୍ୟ କିମ୍ବା ନୂଆ ଯୋଜନା ପରିକଳ୍ପନା ଉପରେ ଗୁରୁତ୍ୱ ଦେଇପାରନ୍ତି । ଘର କଥା ମନକୁ ବାରମ୍ବାର ଆଲୋଡ଼ିତ କରିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

କର୍କଟ: ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ । ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ଅଫିସରେ ଅଧିକ ଦାୟିତ୍ଵ ନିର୍ବାହ କରିବେ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ: ବହୁତ ଲୋକ ଆପଣଙ୍କ କାମର ଦୋଷ ତ୍ରୁଟି ବାହାର କରିପାରନ୍ତି । କାରଣ ଭାଗ୍ୟାଧିପ ରାଶି ଓ ଚନ୍ଦ୍ରଙ୍କଠାରୁ ଷଷ୍ଠ ଓ ଅଷ୍ଟମସ୍ଥ ଯୋଗୁ କୌଣସି କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବନାହିଁ । ବ୍ୟବସାୟରେ ଅଧିକ ପରିଶ୍ରମ କରିବା ସତ୍ତ୍ୱେ ମଧ୍ୟ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଟଙ୍କା ପଇସା ସମ୍ବନ୍ଧରେ କୌଣସି ପଦକ୍ଷେପ ଆଜି ନିଅନ୍ତୁ ନାହିଁ । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ଜମି ସଂକ୍ରାନ୍ତୀୟ ବିବାଦ ଆଶୁ ସମାଧାନ ହେବ । ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କଲେ ବିବାଦ ଭିତରକୁ ଠେଲି ହୋଇ ଯାଇପାରନ୍ତି । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଧୈଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ । ଆଜି ଆପଣ ଯେଉଁ କାମ ସକାଶେ ଉଦ୍ୟମ କରିବେ ତାହା କଦାପି ନିଷ୍ଫଳ ହେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଅଫିସରେ କର୍ତ୍ତୃତ୍ଵ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ତୁଳା: ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ । ମନ ଭିତରେ ଦୁଃଖ ରହିଥିଲେ ମଧ୍ୟ ହସି ହସି କହିବା କାରଣରୁ କାମ ହାସଲ କରିବାରେ ଅସୁବିଧା ହେବ ନାହିଁ । ପ୍ରତିଟି କାମ ସୁରୁଖୁରୁରେ କରିବେ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ଗତକାଲି ଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆପଣଙ୍କ ପ୍ରାର୍ଥନାକୁ ଉଚ୍ଚଅଧିକାରୀ ଗୁରୁତ୍ଵର ସହିତ ବିଚାର କରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବିଛା: ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ଓ ଲାଭଦାୟକ ରହିବ । କେନ୍ଦ୍ରସ୍ଥାନରେ ଶୁକ୍ର ହେତୁ ଆଜି ଆବଶ୍ୟକ ମନେ କରୁଥିବା ଅର୍ଥ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ କିନ୍ତୁ କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ପାଇବାର ସୌଭାଗ୍ୟ ପ୍ରାପ୍ତ ହେବ । ପରିବାରର ଆବଶ୍ୟକତା ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ମହିଳାମାନେ ବ୍ୟୟୋଜ୍ୟେଷ୍ଟଙ୍କ ଠାରୁ ପ୍ରଶଂସିତ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

ଧନୁ: ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ବ୍ୟୟଭାବସ୍ଥ ମଙ୍ଗଳ ଆପଣଙ୍କ ଦୀର୍ଘଦିନର ସମ୍ପର୍କକୁ କ୍ଷୁଣ୍ଣ କରିବାର ଆଶଙ୍କା ରହିଛି । କିନ୍ତୁ ଏକାଦଶସ୍ଥ ଶୁକ୍ର ପ୍ରଭାବରୁ ଭୋଗବିଳାସ ସାଙ୍ଗକୁ ଷ୍ଟେସନାରୀ ଜିନିଷ, ନୂତନ ବସ୍ତ୍ର ଅଳଙ୍କାର କିମ୍ବା ଗାଡ଼ିମୋଟର ଆଦି କ୍ରୟ କରିବା ସକାଶେ ମନ ବଳାଇବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନେବା ଉଚିତ୍ । ଦୀର୍ଘ ସମୟ ଗୋଟିଏ ସ୍ଥାନରେ ଅଟକି ରହି ଓ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ମକର: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ବୁଧ ଓ ବୃହସ୍ପତିଙ୍କ ଷଡ଼ାଷ୍ଟକ ସ୍ଥିତି ବନ୍ଧୁ ଓ ପାରିବାରିକ ସମ୍ପର୍କରେ ବ୍ୟାଘାତ ସୃଷ୍ଟି କରିବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଆକସ୍ମିକ ଭାବରେ କୌଣସି କାମ ସକାଶେ ଆପଣଙ୍କ ଖର୍ଚ୍ଚ ପରିମାଣ ବଢ଼ିଯିବା ସାଙ୍ଗକୁ ମନରେ ଆଶଙ୍କା ଲାଗି ରହିପାରେ । ଅବଶ୍ୟ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଘରେ ଖୁସିର ମାହୋଲ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

କୁମ୍ଭ: ଉଚ୍ଚାଧିକାରୀଙ୍କୁ ସାକ୍ଷାତ କରନ୍ତୁ; ଲାଭ ମିଳିବ । ଧନାଧିପତିଙ୍କ କୋଣଭାବମଣ୍ଡନ ଅର୍ଥଲାଭ, ସୁସ୍ଥ ମାନସିକତା, ବନ୍ଧୁ ସମ୍ପର୍କକୁ ଦୃଢ଼ୀଭୂତ କରିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆଜିର ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତା କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ । କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିଚଳିତ କରିପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟାକଚଣ୍ଡୀ ।

ମୀନ: ଆଜି ରାହୁଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ମାନସିକ ଓ ପାରିବାରିକ ସ୍ଥିତି ସମସ୍ୟା ବହୁଳ ହୋଇପାରେ । ତଥାପି ଦ୍ୱିଜା ନକ୍ଷତ୍ର ନିକଟସ୍ଥ ବନ୍ଧୁମାନଙ୍କ ସହଯୋଗ ଲାଭ କରି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରି ପାରିବେ । କ୍ୟାରିୟର ସମ୍ବନ୍ଧରେ କୌଣସି ବଡ଼ ଫଇସଲା ନେଇପାରନ୍ତି । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିପାରେ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟରେ ଲିପ୍ତ ରହିବେ । ପାରିବାରିକ ସ୍ତରରେ ଭାବପ୍ରବଣତା ପରିହାର କରନ୍ତୁ, ନଚେତ୍‌ ଅଯଥା ଦୁଶ୍ଚିନ୍ତାକୁ ଆମନ୍ତ୍ରଣ କରିବାକୁ ପଡ଼ିପାରେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସନ୍ତୋଷୀ ।