୨୬ ମାର୍ଚ୍ଚ ୨୦୧୯, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ଏହି ୩ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ସମସ୍ତ କାର୍ଯ୍ୟ ସୂଚାରୁ ରୂପରେ ସମ୍ପାଦନ କରିବେ, ଖୁସିରେ ଦିନ ଅତିବାହିତ କରିବେ….

Spread the love

୨୬ ମାର୍ଚ୍ଚ ୨୦୧୯, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ଏହି ୩ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ସମସ୍ତ କାର୍ଯ୍ୟ ସୂଚାରୁ ରୂପରେ ସମ୍ପାଦନ କରିବେ, ଖୁସିରେ ଦିନ ଅତିବାହିତ କରିବେ….

ଆଜି ଆମେ ଆପଣଙ୍କୁ ୨୬ ମାର୍ଚ୍ଚ ୨୦୧୯, ମଙ୍ଗଳବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୨୬ ମାର୍ଚ୍ଚ ୨୦୧୯, ମଙ୍ଗଳବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।

ବୃଷ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ସୁଧୁରିବ । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ବ ଦେବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ବୈବାହିକ ଜୀବନ ଖୁସିଭରା ରହିବ । ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସମ୍ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସରକାରୀ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆଜି ଶୁଭ ଖବର ମିଳିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ମିତ୍ରଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବା । ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ । କାମକୁ ନେଇ ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ ନାରାଜ ହୋଇପାରନ୍ତି । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

ସିଂହ: ଦିନଟି ଆପଣଙ୍କୁ ମିଶ୍ରଣ ଫଳ ପ୍ରଦାନ କରିବା । ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ । ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ମାଲିମୋକଦ୍ଦମା, ଖେଳ, ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ପ୍ରଭୁଙ୍କ ଧୢାନରେ ମନକୁ ଶାନ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ଆପଣଙ୍କୁ କିଛି ଭଲ ଅବସର ମିଳିପାରେ । କାରବାରରେ ସଫଳତା ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ହର ପାର୍ବତୀ ।

ତୁଳା: ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ । ଆପଣଙ୍କ ଜୀବନ ଲାଗି କିଛି ଖାସ୍‌ ସୁଯୋଗ ମିଳିପାରେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ସ୍ୱାସ୍ଥ୍ୟ ଦିଗରୁ ସ୍ତ୍ରୀମାନେ ବିଶେଷ ସତର୍କ ରହିବା ଉଚିତ୍ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ । କାରବାରରୁ ଆଶାଠୁଁ ଅଧିକ ଲାଭ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କାରବାର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ଲାଗି ଦିନଟି ଶୁଭ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକସ୍ଥିତି ଭଲ ରହିବ । ନୂଆ ଲୋକଙ୍କ ସହିତ ପରିଚୟ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଶ୍ରୀକୃଷ୍ଣ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ । ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ । ବ୍ୟବସାୟରେ ଉନ୍ନତି କରିବେ । ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ବିରଜା ।

ମୀନ: କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଓ ସଫଳ ହେବେ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।