27 ଜାନୁୟାରୀ 2019, ରବି ର – ଏହି ୩ଟି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରିନ୍ତୁ, ସୂର୍ଯ୍ୟଦେବଙ୍କ କୃପାରୁ ସମସ୍ତ କାର୍ଯ୍ୟ ସିଦ୍ଧି ହେବ

Spread the love

ମେଷ: ସାରାଦିନ ଖୁସି ମନରେ ରହିବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଶିକ୍ଷାର୍ଥୀଙ୍କ ଲାଗି ସମୟ ଅନୁକୂଳ ରହିବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଜୀବନସାଥୀଙ୍କର ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭୈରବୀ ।

ବୃଷ: ଉତ୍ସାହର ସହ ସମସ୍ତ କାର୍ଯ୍ୟ ସମ୍ପାଦନା କରିବେ । ଉଚ୍ଚ ଅଧିକାରୀ ଆପଣଙ୍କ କାମକୁ ପ୍ରଶଂସା କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । କୌଣସି ମଞ୍ଚରେ ସମ୍ମାନିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମିଥୁନ: ସମୟର ସଦୁପଯୋଗ କରନ୍ତୁ । ଲକ୍ଷ୍ୟ ପ୍ରାପ୍ତି ଦିଗରେ ଗମ୍ଭୀରତାର ସହିତ ପ୍ରୟାସ କରନ୍ତୁ; ସଫଳ ହେବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । କୃଷିଜୀବିମାନେ ଆନନ୍ଦିତ ହେବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ମ୍ୟୁଚୁଆଲ୍‌ ଫଣ୍ଡରେ ନିବେଶ କରନ୍ତୁ ଫାଇଦା ହେବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ପରିବାର ଲୋକଙ୍କ ସହିତ ଜୀବନ ଆନନ୍ଦମୟ ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀକୃଷ୍ଣ ।

କର୍କଟ: ଦୀର୍ଘ ଦିନରୁ ସ୍ଥଗିତ ଥିବା କାମ ପୂରା ହେବ । ରାଜନୀତିରେ ଆଦର ସମ୍ମାନ ପାଇବେ । ଅଫିସରେ କୌଣସି ଭଲ ଖବର ମିଳିବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ଜୀବନସାଥୀଙ୍କ ସହିତ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ସ୍ୱାସ୍ଥ୍ୟ ସମସ୍ୟାକୁ ସମ୍ୟକ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ପାର୍ବତୀ ।

ସିଂହ: ଆଜି ଆପଣଙ୍କ କ୍ୟାରିୟର ଲାଗି କୌଣସି ଅବସର ମିଳିବ । କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ଆକସ୍ମିକ ଅର୍ଥ ଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଆଦି କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ବିରଜା ।

କନ୍ୟା: ପ୍ରଭୁଙ୍କ ଧ୍ୟାନରେ ମନକୁ ଶାନ୍ତି ମିଳିବ । ପରିବାର ଲାଗି ଦିନଟି ଅନୁକୂଳ ରହିବ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆଜି କୌଣସି କାମରେ ଯାତ୍ରାରେ ଯିବେ । ଏହି ଯାତ୍ରା ଆପଣଙ୍କ ଲାଗି ଲାଭପ୍ରଦ ହେବ । ପୁରାତନ ରୋଗର ଉପଶମ ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଆଜି କୌଣସି କଥାକୁ ନେଇ ମନରେ ଦ୍ଵନ୍ଦ୍ୱ ରହିବ । ଆପଣଙ୍କ ସ୍ଥଗିତ ଥିବା କାମରେ କେହି ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ । ବ୍ୟବସାୟରୁ ଅଚାନକ ଧନଲାଭ ହୋଇପାରେ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସନ୍ତୋଷୀ ।

ବିଛା: ଦିନଟି ହାସ୍ୟାସ୍ପଦ ଦାୟକ ରହିବ । ବନ୍ଧୁଙ୍କ ଠାରୁ ସୁଖଦ ଖବର ମିଳିପାରେ । ରାଜନୀତିରେ ସୀମା ବଢ଼ାଇବେ ଓ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବ୍ୟବସାୟରେ ନୂଆ ଉପାୟ ଗ୍ରହଣ କରନ୍ତୁ ଲାଭ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ବିଦ୍ୟାର୍ଥିଙ୍କ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ସନ୍ତୋଷଜନକ ଫଳ ପ୍ରାପ୍ତି ହେବ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ସକାରାତ୍ମକ ଭବିଷ୍ୟତକୁ ନେଇ ମହତ୍ତ୍ଵପୂର୍ଣ୍ଣ ନିଷ୍ପତ୍ତି ନେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ରହିଛି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଟଙ୍କା ପଇସା ସମ୍ବନ୍ଧୀୟ ମାମଲା ସହଜରେ ସମାଧାନ ହୋଇଯିବ । ରାଜନୀତିକ କାମରେ ରୁଚି ରହିବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

ମକର: କର୍ମ କ୍ଷେତ୍ରରେ ଉତ୍ସାହର ସହିତ କାମ କରିବେ । ସହକର୍ମୀଙ୍କ ସହିତ ବୁଝାମଣା ଠିକ୍‌ ରହିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ଯୋଜନା ପରିବର୍ତ୍ତନ କରିବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ମନ ଅସ୍ଥିର ରହିବା ହେତୁ ଟିକେ ଅଶାନ୍ତିରେ ରହିବେ । ମନ୍ଦିରକୁ ଯାଇ ଠାକୁର ଦର୍ଶନ କରନ୍ତୁ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ମହିଳାମାନେ ପିଲାଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ, ଜ୍ଞାତିକୁଟୁମ୍ବଙ୍କ ଠାରୁ ପ୍ରସଂଶିତ ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଶାରଳା ।

ମୀନ: ପରିଜନ ଓ ବନ୍ଧୁଙ୍କ ସହଯୋଗ ପାଇବେ । କାରବାରକୁ ନେଇ ମନରେ ନୂଆ ବିଚାର ଆସିବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଠିକାଦାରଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।