27 ଜୁଲାଇ 2019, ଶନିବାର – ସତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ବ୍ୟବସାୟ କର୍ମକ୍ଷେତ୍ରରେ ହେବ

Spread the love

27 ଜୁଲାଇ 2019, ଶନିବାର – ସତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ବ୍ୟବସାୟ କର୍ମକ୍ଷେତ୍ରରେ ହେବ ସକାରାତ୍ମକ ବିଜୟ….

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ଉଚ୍ଚରାଶିରେ ଚନ୍ଦ୍ରଙ୍କ ସଂଯୋଗ ହେତୁ ସବୁ କାମ ସୁରୁଖୁରୁରେ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଖୁସଦାୟକ ରହିବ । ଚନ୍ଦ୍ରଙ୍କ ପ୍ରଭାବରେ ଯାହା ମନେ ମନେ ଚିନ୍ତା କରୁଛନ୍ତି ଓ ଖୋଜୁଛନ୍ତି, ତାହା ନିଶ୍ଚିତ ପାଇପାରିବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ, ଅନ୍ୟଥା କଳହର ସମ୍ଭାବନା ରହିଛି । ଅଫିସ୍‌ କାମରେ ନୂତନ ଭାବେ କୌଣସି କାର୍ଯ୍ୟାରମ୍ଭ ସକାଶେ ତପତ୍ରତା ବଢ଼ିପାରେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଆଜି ଆପଣ ଦିନ ଭିତରେ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ରାଶିରେ ରାହୁ ଅବସ୍ଥାନ କରିଥିବାରୁ ମନରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ରହିବ । ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ବନ୍ଧୁବତ୍ସଳ ହେବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମଧ୍ୟ ପାଇବେ । ରାଶିରେ ରାଜଯୋଗ କାରକ ଚତୁଃଗ୍ରହ ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତାର ସହ ସମ୍ମାନଜନକ ସ୍ଥିତିରେ ରଖିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶତ୍ରୁତା କାରଣରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବଳବାନ୍‌ ଶନିଙ୍କ ପ୍ରଭାବରେ ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଓ ଯାତ୍ରା ସ୍ଥଗିତ ରହିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ଏଜେନ୍ସିପରୁ ଖୁସି ରହିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା: ଭାଗ୍ୟ ସ୍ଥାନରେ ଏକାଧିପତି ହେତୁ ଯାହା ଆଶା କରୁଛନ୍ତି; ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ । ଦୀର୍ଘ ଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଖ୍ୟାତି ସହ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଆଲୋଚନା ପରିସରରେ କଥା ଓ କାମରେ ତାଳମେଳ ଅଭାବରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ । ପରୋକ୍ଷ ଶତ୍ରୁତା କରିବା ଯୋଗୁ ବିଚଳିତବୋଧ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଭଗବାନଙ୍କୁ ଧ୍ୟାନ କରନ୍ତୁ; ସର୍ବ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବ । ଅଷ୍ଟମସ୍ଥ ଚନ୍ଦ୍ର ଆର୍ଥିକ ସ୍ଥିତିକୁ ସୁଦଢ଼ କଲେ ମଧ୍ୟ ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି । କର୍ମଜଞ୍ଜାଳର ଗୁରୁତ୍ୱ ଦୃଷ୍ଟିକୋଣରୁ ଆଜି ଅଫିସ୍‌ କାମରେ ବେଶି ସମୟ କଟାଇବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ତଥାପି ଖର୍ଚ୍ଚାନ୍ତ ଅଧିକ ହେବ । ଘର ପାଇଁ ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ଆପଣଙ୍କ ପାଇଁ ଦିନଟି ଆନନ୍ଦ ଉଲ୍ଲାସ ରହିବ । ରାଶି ପ୍ରତି ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ । କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯାଇପାରେ । କାର୍ଯ୍ୟରେ ମଧ୍ୟ ସଫଳତା ବିଳମ୍ବରେ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ପ୍ରଫୁଲ୍ଲ ରହିବା । କିନ୍ତୁ ଶନି ତୃତୀୟଭାବସ୍ଥ ଯୋଗୁ ଯାନବାହନରେ ସତର୍କତା ବିଧେୟ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ରହିବ । ଚତୁର୍ଥାଧିପତି ସ୍ଵଗୃହକୁ ଦେଖୁଥିବାରୁ ପାରିବାରିକ ସ୍ତରରେ ଚିନ୍ତା କିିଛି ମାତ୍ରାରେ କମିଯିବ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀ ବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ । ସାମାଜିକ ସ୍ତରରେ ଅନ୍ୟମାନଙ୍କ ଉପରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରିୟତମାଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ମକର: ନିଜ ଉପରେ ଆତ୍ମା ବିଶ୍ଵାସ ରଖନ୍ତୁ ଓ ନକରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ । ଏକାଧିକ ଗ୍ରହ ସପ୍ତମଭାବସ୍ଥ ଯୋଗୁ ବିବାଦରେ ହସ୍ତକ୍ଷେପ କରନ୍ତୁ ନାହିଁ ଏବଂ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ସହକର୍ମୀ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପରିବାରରେ ମତଭେଦ କାରଣରୁ ଭୁଲ୍‌ ବୁଝାମଣା ଜନିତ ସମ୍ପର୍କ ହାନି ଘଟିପାରେ । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କୁମ୍ଭ: ଆପଣ କୌଣସି ମହତ୍ୱପୂର୍ଣ ନିଷ୍ପତ୍ତି ନେଇପରନ୍ତି । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ସ୍ଵାସ୍ଥ୍ୟସମସ୍ୟା ନିୟନ୍ତ୍ରଣାଧୀନ ରହିବ ଓ ବନ୍ଧୁମାନଙ୍କ ସହାନୁଭୂତି ଅବଶ୍ୟ ଲାଭ କରିବେ । ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ସାମୟିକ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ପୂର୍ବରୁ କରିଥିବା ପରିଶ୍ରମର ଫଳ ଆପଣଙ୍କୁ ପ୍ରାପ୍ତି ହେବ । ଭାଗ୍ୟସ୍ଥାନ ପ୍ରତି ଗୁରୁଦୃଷ୍ଟି ନୂତନ କାର୍ଯ୍ୟାରମ୍ଭ ସକାଶେ ଅନୁକୂଳ ରହିବ । କିନ୍ତୁ ସନ୍ଦେହ ଜନିତ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ । ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସଭା ସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।