28 ଫେବୃୟାରୀ 2019 ଗୁରୁବାର : ଆଜିର ରାଶିଫଳ ।

Spread the love

28 ଫେବୃୟାରୀ 2019 ଗୁରୁବାର : ଆଜିର ରାଶିଫଳ ।

ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ ଓ ଅଫିସରେ ଏଭଳି ସୁଯୋଗ ମିଳିବ ଯାହା ଦ୍ବାରା ଆପଣଙ୍କର ଯଥେଷ୍ଟ ଲାଭ ହେବ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ଶତ୍ରୁମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନ ପାଠପଢ଼ାରେ ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଆପଣଙ୍କ କଳ୍ପନା ଶକ୍ତି ଆପଣଙ୍କ ଆଶା ପୂରା କରିବାରେ ସହାୟକ ହେବ । ଆର୍ଥିକ ସ୍ଥିତି ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ପୂର୍ବ କଳହର ସମାଧାନ ହେବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ । କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ରାଜନୀତିରେ ସଫଳତା ମିଳିବ । ବିରୋଧୀପକ୍ଷ ଗୁପ୍ତରୂପେ ଆପଣଙ୍କର ପ୍ରଶଂସା କରିବେ । ଅଚାନକ ଧନପ୍ରାପ୍ତି ହେବ । ପ୍ରେମରେ ସଫଳତା ମିଳିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ: ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ପ୍ରତିଟି କାର୍ଯ୍ୟରେ କୃତକାର୍ଯ୍ୟ ହେତୁ ମନ ବହୁତ ପ୍ରଫୁଲ୍ଲ ରହିବ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଠାରୁ ଦୁରେଇ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ: ଆଗକୁ ବଢ଼ିବାର ଦିନଟିଏ ଅତ୍ୟନ୍ତ ଉତ୍ତମ । ଯାହା ବି କାମ କରିବେ ସଫଳତା ପାଇବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟ ବାଣିଜ୍ୟରେ ସାମାନ୍ୟ ଲାଭବାନ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରସଂଶିତ ହେବେ । ସନ୍ତାନମାନଙ୍କ ପାଇଁ ଅଧିକାଂଶ ସମୟ ଚିନ୍ତିତ ରହିବେ । କୃଷିଜୀବୀମାନେ ଅତ୍ୟଧିକ ପରିଶ୍ରମ କରିବେ । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ରାଜନୀତିକ୍ଷେତ୍ରରେ ଶତୃମାନେ ବାଧା ସୃଷ୍ଟି କରିବେ, ତଥାପି ଲୋକଙ୍କ ମନ ଜିଣିପାରିବେ । ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ । ଆୟର ନୂଆ ସାଧନ ମିଳିବ । ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ । ବୈବାହିକ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ ଓ ପ୍ରତିଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଧାର ଦେଇଥିବା ଟଙ୍କା ଫେରିପାଇବେ । ଶତୃବୃଦ୍ଧି ହେବ ସଂଗେ ସଂଗେ ଚାକିରୀ କରୁଥିବା ବ୍ୟକ୍ତିଙ୍କ ଉପରେ ସମ୍ୟକ ମାନସିକ ଚାପ ରହିପାରେ । କଥାବାର୍ତ୍ତାରେ ନିଆଯକୁ ସଂଯମତା ରକ୍ଷା କରନ୍ତୁ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ବ୍ୟବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ତୁଳା: ଆଜି ଆପଣ ଧୈର୍ଯ୍ୟ ଧରି କାମ କରିବାର ଆବଶ୍ୟକତା ରହିଛି । ବୟୋଜ୍ୟେଷ୍ଠଙ୍କ ରାୟ ଗ୍ରହଣ କରନ୍ତୁ; ଲାଭ ହେବ । ମାନସିକ ଶାନ୍ତି ଓ ଶରୀର ଭଲ ରହିବ । ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ନୂତନବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ । ସାର୍ବଜନିକ ଜୀବନରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ବୃଦ୍ଧି ପାଇବ, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା: ଆର୍ଥିକ ସମସ୍ୟାର ସମାଧାନ ହେବ । ବ୍ୟବସାୟୀଙ୍କ ଲାଗି ଦିନଟି ଅନୁକୂଳ ରହିବ । ବ୍ୟବସାୟରେ ଆୟ ବୃଦ୍ଧି ହେବ । କର୍ମ ମୁଖରତା ଯୋଗୁଁ ଶାରୀରିକ ପୀଡା ଭୋଗିବେ । ଅଫିସରେ କୌଣସି ନୂଆ ପରିଯୋଜନା‌େର କାମ କରିପାରନ୍ତି । ବାଦବିବାଦ, ମାଲିମକଦ୍ଦମା, ଜାମିନି ମଧ୍ୟସ୍ଥତା ଠାରୁ ଦୂରେଇ ରହିବ ଆପଣଙ୍କ ଆଜି ଶ୍ରେୟସ୍କର ଅଟେ । କୃଷିଜିବୀମାନେ ଲାଭବାନ୍ ହେବେ । ଜନ ସମ୍ପର୍କ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ:- ସାରାଦିନ ଅଶାନ୍ତି ମୁକ୍ତ ରହିବେ । ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ କିନ୍ତୁ ବ୍ୟବସାୟରେ ଆୟ ଠାରୁ ବ୍ୟୟ ଅଧିକ ହେବ । ମାଲିମକଦ୍ଦମାରେ ସଫଳତା ମିଳିବ । ପରିବାରରେ ମନାମାଳିନ୍ୟ ଦେଖା ଦେଇପାରେ । ଯାହାଫଳରେ ଦାମ୍ପତ୍ୟ ପ୍ରତିଦିନ ପରି ସୁଖ ରହିବ ନାହିଁ ।ବନ୍ଧୁଙ୍କ ମେଳରେ ଆପଣଙ୍କ ମାନସମ୍ମାନ ବଢ଼ିବ । ପାଠପଢା କ୍ଷେତ୍ରରେ, ପରୀକ୍ଷା, ପ୍ରତିଯୋଗିତା, ଓ କ୍ଷେତ୍ରରେ ଅଶାନ୍ତି ରହିବ ଆଜି ଦିନଟି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

ମକର: ଦୀର୍ଘଦିନ ଧରି ମନରେ ଚାଲି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ । ଧାର ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ । ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷଜନକ ହେବ । ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି । ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

କୁମ୍ଭ: ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ନୂଆ ଉପକ୍ରମର ଶୁଭାରମ୍ଭ କରନ୍ତୁ, ଲାଭ ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ମୀନ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ । ସ୍ଥଗିତ ଥିବା କାର୍ଯ୍ୟ ବନ୍ଧୁଙ୍କ ମାଧ୍ୟମରେ ସମ୍ପୂର୍ଣ୍ଣ କରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରିଆନନ୍ଦ ପାଇବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ସାମୟିକ ବିବ୍ରତ ହୋଇପାରନ୍ତି । ସରକାରୀ କ୍ଷେତ୍ରରେ ଲାଭ ପାଇବେ । ସନ୍ଧ୍ୟାରେ କୌଣସି ଶୁଭ ସମାଚାର ମିଳିପାରେ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବର ଅଭାବ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀଲାଭ ହେବେ । ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।