28 ମାର୍ଚ୍ଚ 2019, ଗୁରୁବାର – ରାଶିଫଳ; ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବା…….

Spread the love

28 ମାର୍ଚ୍ଚ 2019, ଗୁରୁବାର – ରାଶିଫଳ; ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବା…….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ପାରିବାରିକ ମାମଲାରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। । ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଅସନ୍ତୁଷ୍ଟ ହୋଇପାରନ୍ତି । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଝିଘରିଆଣୀ ।

ବୃଷ: ନମ୍ର ସ୍ଵଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ଆପଣଙ୍କ ପାଇଁ ଉନ୍ନତିର ନୂଆ ରାସ୍ତା ଖୋଲିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ: ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ । କିଛି ଖାସ୍‌ କାମରେ ସଫଳ ହୋଇପାରନ୍ତି । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ମିତ୍ରଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ବଢ଼ିଆ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ଆତ୍ମ ବିଶ୍ବାସ ବୃଦ୍ଧି ପାଇବ । ଭାବିଥିବା କାମ ପୂରା ହୋଇଯିବ । ଆର୍ଥିକ ଦୃଷ୍ଟିରୁ ଦିନଟି ଅନୁକୂଳ ରହିବ ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀ ଗଣେଶ ।

ସିଂହ: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ଚାକିରି ତଲାସରେ ଥିବା ବ୍ୟକ୍ତିବିଶେଷ ଶୁଭ ଖବର ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ । କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କନ୍ୟା: ପରିବାରରେ ହସଖୁଶିର ବାତାବରଣ ରହିବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ସରକାରୀ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କ ପକ୍ଷରୁ ‌ପ୍ରୋତ୍ସାହନ ମିଳିପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା: ଦିନଟି ସକାରାତ୍ମକ ଭରା ରହିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋର୍ନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଦୂରସ୍ଥାନକୁ ଯାତ୍ରା କରିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରେମ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ବାବା କପିଳାସ ।

ବିଛା: ଦୃଢ଼ ମନୋବଳ ଯୋଗୁଁ ଆପଣଙ୍କୁ ସଫଳତା ମିଳିବ । ବ୍ୟବସାୟରେ ଅନୁବନ୍ଧ ହୋଇପାରେ । ବ୍ୟବସାୟରେ ଭାଗିଦାରୀମାନଙ୍କ ଠାରୁ ସାହାଯ୍ୟ ପାଇବେ । ଅଫିସ୍‌ରେ ଆପଣଙ୍କୁ ସମସ୍ତଙ୍କ ସହଯୋଗ ମିଳିବ । କର୍ମୋନ୍ନତିର ସୂଚନା ପାଇବା ସହ ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ଧନୁ: ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ନୂତନ ବାହନ, ଗୃହ ଆଦି ଲାଭ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରରେ ମନୋମାଳିନ୍ୟ ମେଣ୍ଟିଯିବ। ପରୀକ୍ଷା ହେବେ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା ଓ ପ୍ରତିଦ୍ୱିନ୍ଦିତାରେ ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି, ସାବଧାନ ରହିବା ଉଚିତ୍ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମକର: ଆପଣଙ୍କର ସକାରାତ୍ମକ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ ଦିଗରୁ ଉନ୍ନତି ହେବ । ସରକାରୀ କର୍ମକ୍ଷେତ୍ରରେ ଆପଣଙ୍କ କାମକୁ ଉଚ୍ଚାଧିକାରୀ ପ୍ରଶଂସା କରିବେ । କୌଣସି ବିଶେଷ କାମରେ ଫାଇଦା ମିଳିପାରେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ପାରିବାରିକ ଜୀବନରେ ସୁଖୀ ରହିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀକୃଷ୍ଣ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ନିର୍ଦ୍ଦିଷ୍ଟ ସମୟରେ କାମ ପୂରା ହେବ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି । ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଅମ୍ବିକା ।

ମୀନ: ଦିନଟି ଉତ୍କର୍ଷପୂର୍ଣ୍ଣ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂଆ ସ୍ରୋତରୁ ଧନ ମିଳିବା ହେତୁ ଆର୍ଥିକ ସ୍ଥିତି ମଜଭୁତ ହେବ । କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ଭାବମୂର୍ତ୍ତି ରକ୍ଷା କରି ପରିବାର ମୁଖ୍ୟଙ୍କ ସହିତ ପରିଚାଳନାଗତ ସମ୍ପର୍କ ଅତୁଟ ରଖିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।