28 ମଇ 2019, ମଙ୍ଗଳବାର – 6ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ରହିବା ମାଆ ଦୂର୍ଗାଙ୍କ ଅପର କୃପା । ବ୍ୟବସାୟ ଓ ପ୍ରେମ ବ୍ୟାପାରରେ ମିଳିବ ସଫଳତା ।

Spread the love

28 ମଇ 2019, ମଙ୍ଗଳବାର – 6ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ରହିବା ମାଆ ଦୂର୍ଗାଙ୍କ ଅପର କୃପା । ବ୍ୟବସାୟ ଓ ପ୍ରେମ ବ୍ୟାପାରରେ ମିଳିବ ସଫଳତା ।

ଜୀବନର ଚଲାପଥରେ ସୁଖ ଆଉ ଦୁଖ ଲାଗି ରହିଥାଏ । କେତେବେଳେ ସୁଖ ତ ଆଉ କେତେବେ ଦୁଃଖ । ଜ୍ୟାତିଷ ଶାସ୍ତ୍ର ଅନୁସାରେ ଗ୍ରହ ନକ୍ଷେତ୍ରକୁ ଆଧାର କରି ବ୍ୟକ୍ତିର ଭଲ କିମ୍ବା ଖରାପ ପରିସ୍ଥିତି ଆସିଥାଏ । ଯଦି ଗ୍ରହର ସ୍ଥିତି ଠିକ ହୋଇଥାଏ, ତେବେ ବ୍ୟକ୍ତି ଜୀବନର ପ୍ରତୀଟି ସମସ୍ୟା ଦୂର ହୋଇଯାଇ ଥାଏ । କିନ୍ତୁ ଯଦି ଗ୍ରହର ସ୍ଥିତି ଠିକ ହୋଇନଥାଏ, ତେବେ ଅନେକ କଷ୍ଟ ଭୋଗିବା ପାଇଁ ପଡିଥାଏ । ପରିବର୍ତ୍ତନ ପ୍ରକୃତିର ଏକ ନିୟମ ଅଟେ ଯାହା ସମୟ ଅନୁସାରେ ନିରନ୍ତର ପରିବର୍ତ୍ତନ ହୋଇଥାଏ । ଏହାକୁ ରୋକିବା କୌଣସି ବ୍ୟକ୍ତି ଦ୍ଵାରା ସମ୍ଭବ ନୁହେଁ । ତେବେ ଆସନ୍ତୁ ଜାଣିବା ଆଜିର ରାଶିଫଳ, କେମିତି ରହିବା ଆଜିର ଦିନଟି ଆପଣଙ୍କ ପାଇଁ ?

ମେଷ: ସୌଭାଗ୍ୟ ପ୍ରାପ୍ତିର ଦିନଟିଏ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପ୍ରତି ଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ ଏବଂ ଲୋକ ସମ୍ପର୍କରେ ଆତ୍ମସନ୍ତୋଷ ବଢ଼େଇବ ।ଅଧିକାରୀଙ୍କ ଠାରୁ ସହଯୋଗ ପାଇ କାର୍ଯ୍ୟ ପୂରଣ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଜୀବନସାଥୀଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ବୃଷ: ନିଜ ଉପରେ ବିଶ୍ବାସ ରଖନ୍ତୁ । ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ । ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଚାକିରୀ ଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ଯୋଗେ ସଫଳତା ମିଳିବ ଓ ଆନନ୍ଦିତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀକୃଷ୍ଣ ।

ମିଥୁନ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଶୁଭ ଖବର ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବାସହ ସ୍ଥାନାନ୍ତର ସୂଚନା ପାଇବେ । ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲା ପରି କଥା ଶୁଣିବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିବ । ମାଲିମୋକଦ୍ଦମାରେ କ୍ଷତି ସହିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ଆଜି ନିଜକୁ ଭାଗ୍ୟବାନ ଅନୁଭବ କରିବେ । ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି । ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ମହିଳାମାନେ ଜିନିଷପତ୍ର କିଣିବା ଲାଗି ଅନ୍ୟତ୍ର ଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ନାରାୟଣୀ ।

ସିଂହ: ଆପଣଙ୍କର ସ୍ୱଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ପୁଞ୍ଜି ବଜାରରେ ଆପଣଙ୍କୁ ଲାଭ ମିଳିପାରେ । ବ୍ୟବସାୟ କ୍ଷେତ୍ରରେ ଅର୍ଥଲାଭର ମାର୍ଗ ଖୋଲିଯାଇ ଉନ୍ନତିହେବ । ରାଜନୀତିରେ ମନୋକାମନା ପୂରା ହେବ । ଏତଦବ୍ୟତୀତ ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଶୁଭ ସମାଚାର ମିଳିବ । ମହିଳାମାନେ ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ କିନ୍ତୁ ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ମଧ୍ୟ ହେବ । ମହିଳାଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ । ଆପଣଙ୍କ କାମରେ ପ୍ରବନ୍ଧକର୍ତ୍ତା ଖୁସି ହେବେ । ଆର୍ଥିକ ମାମଲାରେ ଲାଭ ମିଳିବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଗୃହ ନିର୍ମାଣ କରିବେ । ଦୂରଯାତ୍ରାରେ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ ଓ ଆକସ୍ମିକ ଧନପ୍ରାପ୍ତିହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଜୀବନସାଥୀଙ୍କ ବିଚାର ସହିତ ମେଳ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ପାର୍ବତୀ ।

ତୁଳା: ପରିସ୍ଥିତ ଓ ପରିଣାମକୁ ଆଖି ଆଗରେ ରଖି କାମ କରିଚାଲିଲେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ । ମିତ୍ରମାନଙ୍କ ସହିତ ବୁଲିବା, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ କିନ୍ତୁ ପରୋକ୍ଷ ପରୀକ୍ଷା ଓ ଅନୁସନ୍ଧାନ ନ କରି କୌଣସି ସିଦ୍ଧାନ୍ତରେ ଉପନୀତ ହେବା ଠିକ୍‌ ହେବ ନାହିଁ । ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବିଛା: ଆପଣଙ୍କ ମନ ରଚନାତ୍ମକ କାମରେ ଲାଗି ରହିବ । କୌଣସି ଶୁଭ ଖବର ମିଳିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ । ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ । ଅଚାନକ ଧନପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକି ଥିବା ଅର୍ଥ ଫେରି ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ସମଲେଶ୍ଵରୀ ।

ଧନୁ: ଦିନଟି ଠିକ୍‌ଠାକ୍‌ ରହିବ । ପ୍ରତ୍ୟେକ କାମ ବିନା ବିଘ୍ନରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର: ନୂଆ କାମର ଶୁଭାରମ୍ଭ ପାଇଁ ସମୟ ଅନୁକୂଳ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ । ବ୍ୟବସାୟରେ ପୂର୍ଣ୍ଣ ସଫଳତା, ପୂର୍ବ ସମସ୍ୟାର ସମାଧାନ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଧାର ଦେଇଥିବା ଧନ ଫେରି ପାଇବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ତାରିଣୀ ।

କୁମ୍ଭ: ମନ ପ୍ରଫୁଲ୍ଲ ରହିବ । ଆପଣଙ୍କର କୌଣସି କାମ ଲାଗି ଗୁରୁଜନଙ୍କ ସହିତ ଆଲୋଚନା କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଫାଇଦା ଉଠାଇବେ । ପଢାପଢିରେ ମାନସିକ ଶାନ୍ତି, ବ୍ୟବସାୟରେ ପ୍ରଚୁର ଲାଭ, ମନର ଅଶାନ୍ତି ଦୂର ହେବ । ଅଫିସ କାମରେ ରାଜ୍ୟ ବାହାରକୁ ଯାଇପାରନ୍ତି । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

ମୀନ: ସୌଭଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ । ନୂତନ କର୍ମ ପ୍ରାପ୍ତି ହେବ ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ସରକାରୀ କ୍ଷେତ୍ରରେ ଲାଗି ରହିଥିବା ବାଧା ଦୂର ହେବ । ଜମି କାରବାରରେ ନିବେଶ ପାଇଁ ପିତାଙ୍କ ସହଯୋଗ ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ । ମାଲିମୋକଦ୍ଦମାର ଭୟ ରହିବ । କର୍ମ କ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ । ମହିଲାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ କରିବାକୁ ମନ ବଳେଇବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ରାମଚଣ୍ତୀ ।