29 ଜାନୁୟାରୀ 2019, ମଙ୍ଗଳବାର – ଏହି 6ଟି ରାଶି ଉପରେ ମା’ମଙ୍ଗଳାଙ୍କ କୃପା ରହିବ

Spread the love

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ । ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରିବେ । କାରବାରରେ ନୂଆ ସଉଦା ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆଜି ପରିବାରରେ ବଡ଼ ଖୁସି ଆସିପାରେ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ମହିଳାମାନେ ପାରିବାରିକ ଜୀବନରେ ବ୍ୟସ୍ତତା ରହିବେ, ଦୈନନ୍ଦିନ କାର୍ଯ୍ୟକଳାପ ସୁଚାରୁ ରୂପେ ସମ୍ପାଦନା କରି ମଧ୍ୟ ବୟୋଜ୍ୟେଷ୍ଠଙ୍କ ଠାରୁ ଅପମାନିତ ହେବେ । ବିଦ୍ୟାର୍ଥିମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଧୈର୍ଯ୍ୟ ଧରି ରହିଲେ ମନରେ ଶାନ୍ତି ଅନୁଭବ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବାରେ ସଂଶୟ ରହିବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଜୀବନସାଥୀଙ୍କ ପରାମର୍ଶ ଆଗକୁ ବଢ଼ିବାରେ ସହାୟକ ହେବ । ଖର୍ଚ୍ଚ ବଢ଼ିପାରେ । ମହିଳାମାନେ ସ୍ୱାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ମିଥୁନ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ବ୍ୟବସାୟରେ ଶୀଘ୍ର ଫଇସଲା ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ ଏବଂ ପଦୋନ୍ନତିର ଯୋଗମଧ୍ୟ ରହିଛି । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଜୀବନସାଥୀଙ୍କ ଠାରୁ କୌଣସି ଶୁଭ ଖବର ପାଇବେ । ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଅ ଦୁର୍ଗା ।

କର୍କଟ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ । ବ୍ୟବସାୟୀ ଆଜି ଯୋଜନା ପ୍ରସ୍ତୁତ କରିବେ । ବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ଯୁବପିଢିଙ୍କୁ ଚାକିରିର ସୁଯୋଗ ଆସିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ଦାମ୍ପତ୍ୟ ଜୀବନ ଖୁସିମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଛୋଟ ଛୋଟ କାମକୁ ବୁଝିବିଚାରି ନ କଲେ ଦ୍ଵନ୍ଦରେ ପଡିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି । ପୁରାତନ ରୋଗର ପ୍ରକୋପ ବୃଦ୍ଧି ଯୋଗେ ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା ଓ ମନ ଉତ୍ତେଜିତ ରହିବ । ପାରିବାରିକ ସ୍ତରରେ କିଛି କୁହୁଳା ଆଶାନ୍ତି ସୃଷ୍ଟି ହେବ । ମହିଳାମାନେ ବନ୍ଧୁଙ୍କ ସହ ଚର୍ଚ୍ଚାରେ ମାଜି ନିଜ କାମରେ ଅବହେଳା କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଆର୍ଥିକ ସ୍ଥିତି ଦୁର୍ବଳ ହେବାରୁ ଜରୁରୀ କାମ ସ୍ଥଗିତ ହେବ । ନିଜ କଥାବାର୍ତ୍ତାରେ ସଂଯମ ରଖନ୍ତୁ । ସୁଖଦ ସମାଚାର ମିଳିବାର ସମ୍ଭାବନା ରହିଛି । ଘରକୁ ବନ୍ଧୁଙ୍କ ଆସିବା ଯିବା ଲାଗି ରହିବ । ବ୍ୟବସାୟ ସମ୍ୟକ ମାନ୍ଦା ରହିବ, ଆଶାତୀତ ଫଳ ପାଇବେ ନାହିଁ । ନୂତନ ବନ୍ଧୁଲାଭ । ବନ୍ଧୁଙ୍କ ସହଯୋଗରେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନା କରିପାରିବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଆକସ୍ମିକ ଦୁର୍ଘଟଣା ଘଟିପାରେ । ମହିଳାମାନେ ନିଜ ସନ୍ତାନଙ୍କ ପାଠପଢାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ । କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ । ସରକାରୀ ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରଙ୍କ ପରି ବ୍ୟବହାର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ବାବା ଲିଙ୍ଗରାଜ ।

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଆପଣଙ୍କର ଆତ୍ମବିଶ୍ୱାସ ଯଥେଷ୍ଟ ବୃଦ୍ଧି ହେବ । ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ବିଭିନ୍ନ କାର୍ଯ୍ୟରେ ବାଧା ଦୁରେଇ ଯିବା । ବାଦ ବିବାଦ ଠାରୁ ଦୂରେଇ ରହିବା ରୁହନ୍ତୁ । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ମହିଳାମାନେ ପ୍ରତ୍ୟେକ କାର୍ଯ୍ୟରେ ପ୍ରସଂଶିତ ହେବେ । ବିଦ୍ୟାର୍ଥୀଙ୍କମାନେ ନିଜର ପ୍ରତିଭା ବଳରେ ସମ୍ମାନିତ ଓ ପ୍ରସଂଶିତ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

ଧନୁ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି । ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ସୁଖଦ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ମହିଳାମାନଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କୁମ୍ଭ: ଆପଣଙ୍କ କାମ ପୂରା କରିବାରେ କେହି ଅବରୋଧ କରିପାରିବେ ନାହିଁ । ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ । ବେକାରଙ୍କୁ ରୋଜଗାର ମିଳିବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟି ରଖିବା ଉଚିତ୍ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ପ୍ରିୟବନ୍ଧୁଙ୍କୁ କୌଣସି ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ଦେବଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବ˚ ସଫଳ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ଓ ଆର୍ଥିକ ସ୍ଥିତି ଠିକ୍‌ ରହିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାର ଊନ୍ମୁକ୍ତ ହେବ । ମହିଳାମାନଙ୍କୁ ଚାକିରିର ଉଆ ପ୍ରସ୍ତାବ ଆସିବା । ବିଦ୍ୟାର୍ଥିମାନେ ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହରପାର୍ବତୀ ।