29 ମାର୍ଚ୍ଚ 2019, ଶୁକ୍ରବାର – ମାଆ ଦୂର୍ଗାଙ୍କ କୃପାରୁ ଏହି ୭ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ, ଅତୀତର ମନୋବାଞ୍ଛା ପୂରଣ ହେବ…..

Spread the love

29 ମାର୍ଚ୍ଚ 2019, ଶୁକ୍ରବାର – ମାଆ ଦୂର୍ଗାଙ୍କ କୃପାରୁ ଏହି ୭ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ, ଅତୀତର ମନୋବାଞ୍ଛା ପୂରଣ ହେବ…..

ଆଜି ଆମେ ଆପଣଙ୍କୁ 29 ମାର୍ଚ୍ଚ 2019, ଶୁକ୍ରବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ 29 ମାର୍ଚ୍ଚ 2019, ଶୁକ୍ରବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆଜି ଆପଣ ନିଜକୁ ଊର୍ଜାବାନ ଅନୁଭବ କରିବେ । ଉନ୍ନତିର ନୂଆ ରାସ୍ତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ କାହାରିଙ୍କୁ ବନ୍ଧୁଭାବେ ଗ୍ରହଣ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର । ଆରାଧନା: ବାବା କପିଳସ ।

ବୃଷ: ଆଜି ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ମିଥୁନ: ଆତ୍ମସମୀକ୍ଷାରେ ସମୟ ବିତିବ । ଶତ୍ରୁଙ୍କ ଗତିବିଧି ଉପରେ ନଜର ରଖନ୍ତୁ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମହାଲକ୍ଷ୍ମୀ ।

କର୍କଟ: ମାତାପିତାଙ୍କ ଆଶୀର୍ବାଦରେ ମନୋବଳ ଦୃଢ଼ ରହିବ । ଦୀର୍ଘ ଦିନରୁ ସ୍ଥଗିତ ଥିବା କାର୍ଯ୍ୟ ପୂରା ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ନାରାୟଣୀ ।

ସିଂହ: ଆପଣଙ୍କ କାର୍ଯ୍ୟଶୈଳୀରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ । ଆର୍ଥିକ ପକ୍ଷରେ ଯଥେଷ୍ଟ ସୁଧାର ଆସିବ । ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାରବାରରେ ପୁଞ୍ଜି ନିବେଶ ପାଇଁ ଭାବି ପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଯୁବକ ଯୁବତୀମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା: ପ୍ରଭୁଙ୍କ ସ୍ମରଣରେ ମନ‌ରେ ସକାରାତ୍ମକ ଶକ୍ତି ସଂଚାର ହେବ । କୌଣସି କାମ କରିବା ଲାଗି ବଡ଼ ଲୋକଙ୍କ ସାହାଯ୍ୟ ପାଇପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ବାହାର ଖାଦ୍ୟ ପରିହାର କରନ୍ତୁ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ତୁଳା: ଆଜି ଆପଣ ମନର ଇଚ୍ଛା ପୂରା କରିବା ପାଇଁ ଧ୍ୟାନ ଦିଅନ୍ତୁ । ଘରକୁ ପୁରୁଣା ବନ୍ଧୁ ଆସିବେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସାମାଜିକ କାର୍ଯ୍ୟ କରିବାରେ ଅଧିକ ସମୟ ଦେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ମଝିଘରିଆଣୀ ।

ବିଛା : ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ । ରାଜନେତାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପରିଜନ ଓ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ମନ ବଳ ଦୃଢ ହେବ । ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ରାଜନୀତିରେ ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ମକର: ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହର ପାର୍ବତୀ ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ । ସକାରାତ୍ମକ ଭାବନାରେ ରହନ୍ତୁ; କାମ କରିବା ସହଜ ହେବ । ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ । ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତିରେ ମନକାମନା ପୂରା ହେବ ଓ ଉପରିସ୍ଥ କର୍ମଚାରୀଙ୍କ ଶ୍ରଦ୍ଧା ଅତୁଟ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଜୀବନସାଥୀଙ୍କଠାରୁ ଖୁସି ମିଳିପାରେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

ମୀନ : ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭ ପ୍ରଦ । ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ରାଜନୀତି କ୍ଷେତ୍ରରେ ନିରର୍ଥକ ମନସନ୍ତାପ, ମାନସିକ ଅଶାନ୍ତି, ଉତ୍ତେଜନା, ଡିପ୍ରେସନ, ସ୍ୱାସ୍ଥ୍ୟହାନୀ, ମା’ ଓ ପତ୍ନୀଙ୍କ ସହ ମତାନ୍ତର ହୋଇପାରେ। ମହିଳାମାନେ ସନ୍ତାନ ପାଇଁ ଚିନ୍ତିତରହିବେ । ଆର୍ଥିକ ଟଣାଟଣି ଅବସ୍ଥା ରହିବ । ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ । ପ୍ରେମ ସାଗରରେ ବୁଡ଼ ପକାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।