29 ଜୁନ 2019 ଶନିବାର- ଶାନିଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚକ୍ରରେ ହେବ ପରିବର୍ତ୍ତନ…, ଦୂର ହେବ ଆର୍ଥିକ ସଙ୍କଟ !

Spread the love

29 ଜୁନ 2019 ଶନିବାର- ଶାନିଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚକ୍ରରେ ହେବ ପରିବର୍ତ୍ତନ…, ଦୂର ହେବ ଆର୍ଥିକ ସଙ୍କଟ !

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଦିନଟି ଆପଣଙ୍କ ଲାଗି ସୁଖଦାୟକ ରହିବ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ । ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ମାନସିକଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ:ଧଳା । ଆରାଧନା:ମହାଲକ୍ଷ୍ମୀ ।

ବୃଷ: କର୍ମ କ୍ଷେତ୍ରରେ ସହକର୍ମୀ କିମ୍ବା ଘରେ ଗୃହିଣୀ ପ୍ରତିବାଦର ସ୍ୱର ଉଉତ୍ତୋଳନ କରିପାରନ୍ତି । ପରିସ୍ଥିତିରେ ପଡି ଖୋର୍ଚ୍ଚାନ୍ତ ହେବେ ଓ ମନସ୍ତାପ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସହ ସାନ୍ନିଧ୍ୟରେ ଆସିବେ । ମହିଳାମାନଙ୍କ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିବା କଷ୍ଟକର ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ମିଥୁନ: ଯୁବକ ଯୁବତୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଶୁଭକାର୍ଯ୍ୟ ସମ୍ପାଦନ କରିବେ । ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଆଦି ସହଜରେ ସମାଧାନ ହୋଇଯିବ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ ହୋଇପାରେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଦୃଢ ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । ପ୍ରତ୍ୟେକ ସ୍ଥଳରେ ସମସ୍ତେ ଆପଣଙ୍କୁ ଆଜି ସହଯୋଗ କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗି ହେବେ । ଦାମ୍ପତ୍ୟ ସୁଖରେ ବାଧା, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

କନ୍ୟା: ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ପୁରସ୍କାର ଓ ସମ୍ମାନ ମିଳିବା ଯୋଗ ରହିଛି । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ତୁଳା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ । କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସମ୍ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ । ଅଫିସରେ ବାତାବରଣ ଅନୁକୂଳ ରହିବ । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ । ଧର୍ମ କାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି । ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ମଧ୍ୟ କରିପାରିବେ । ସାଧାରଣ କଥାକୁ ଅସାଧାରଣ ଭାବେ ଉପସ୍ଥାପନ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ମହିଳାମାନେ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମଟିକୁ ଅବହେଳା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ବିଛା: ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ବିଦେଶ ଯାତ୍ରାରେ ଲାଭ ପାଇବେ । ମହିଳାମାନେ ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ଧନୁ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ । କ୍ୟାରିୟର ଗଢ଼ିବା ଲାଗି ଭଲ ପ୍ରସ୍ତାବ ମିଳିପାରେ । ହୋଟେଲ ବ୍ୟବସାୟୀଙ୍କର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେଲେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ପାରିବାରିକ ସ୍ଥିତିରେ ସୁଦୃଢ ହେବ । ଧର୍ମକ୍ଷେତ୍ରରେ ଲିପ୍ତ ରହିବେ । ସନ୍ଧ୍ୟାରେ ସାଙ୍ଗ ଓ ପରିଜନଙ୍କ ସହିତ ସମୟ ବିତେଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଝିଘରିଆଣୀ ।

ମକର: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ଆଧ୍ୟାତ୍ମକ ଭାବନାରେ ସମୟ କଟିବ । ଆର୍ଥିକ ସ୍ଥିତି ଠିକ ରହିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଚାକିରୀ ସମ୍ବନ୍ଧିତ ସୂଚନା ପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାରା ଖୋଲିବ । ଶୁଭରଙ୍ଗ: ମେରୁନ । ମହିଳାମାନେ ପରିବାରର ବୟୋଜ୍ୟୋଷ୍ଠଙ୍କ ଠାରୁ ବେଶ ପ୍ରସଂଶିତ ହେବେ । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ: ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ । ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି । ସରକାରୀ ଲାଭର ଆଶା ରଖିପାରନ୍ତି । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ମୀନ: ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ । ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ । ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ । ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।