02 ନଭେମ୍ବର 2019, ଶନିବାର- ୫ଟି ରାଶିର ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ କୃପା ଦୃଷ୍ଟି ରହିବ । ପ୍ରତୀଟି କାର୍ଯ୍ୟରେ ସଫଳତା ପାଇବେ ।

Spread the love

02 ନଭେମ୍ବର 2019, ଶନିବାର- ୫ଟି ରାଶିର ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ କୃପା ଦୃଷ୍ଟି ରହିବ । ପ୍ରତୀଟି କାର୍ଯ୍ୟରେ ସଫଳତା ପାଇବେ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କୁ ଲାଭର କିଛି ଅବସର ପ୍ରାପ୍ତ ହେବ । ଧନାଧିପତିଙ୍କ ସ୍ଵଗୃହ ସଂସ୍ଥାନରୁ ଅର୍ଥନୈତିକ ଉତ୍କର୍ଷତା ମୁହଁରେ ହସ ଫୁଟାଇବ । କିନ୍ତୁ ଏମିତି କେତେକ କାମ ରହିଛି ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ । ବ୍ୟବସାୟ ବାଣିଜ୍ୟ ମାନ୍ଦା ରହିଲେ ମଧ୍ୟ କୌଣସି କ୍ଷତି ସହିବାକୁ ପଡିବ ନାହିଁ । ଚାକିରିରେ କର୍ତ୍ତୃତ୍ବ ବଢ଼ିବ । ବୈବାହିକ ଜୀବନରେ ପରିସ୍ଥିତି ଅନୁକୂଳ ରହିବ । ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ପାଇବେ । ପାରିବାରିକ ସୌଖ୍ୟ ସାଙ୍ଗକୁ ପୁତ୍ରକନ୍ୟାଙ୍କ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା : ମାଆ ମାଣିକେଶ୍ଵରୀ ।

ବୃଷ: ଦିନଟି ସମ୍ୟକ କଷ୍ଟଦାୟକ ରହିବ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତି କ୍ରମଶଃ ବଦଳିବାରେ ଲାଗିବ । କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁକ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ସମ୍ୟକ କ୍ରୋଧ ସୃଷ୍ଟି କରିପାରେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ବନ୍ଧୁମାନେ ସାମୟିକ ସହଯୋଗକୁ ନିଜର ସ୍ଵାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ: ନୂଆ ପରିଯୋଜନାର ଶୁଭାରମ୍ଭ କରିପାରନ୍ତି । ରାଶିରେ ରାହୁ ଓ ଚନ୍ଦ୍ରଙ୍କ ସଂଯୋଗ ଆପଣଙ୍କ ଚିନ୍ତାଧାରାକୁ ବଦଳାଇ ଦେଇପାରେ । ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମ ପୂରା ହେବ । ଅଫିସରେ ଆପଣଙ୍କୁ ନୂଆ ପରିଯୋଜନାର ଦାୟିତ୍ଵ ମିଳିବ । ପୂର୍ବ ଅପେକ୍ଷା ଆର୍ଥିକ କ୍ଷେତ୍ରରେ ବହୁତ ଭଲ ରହିବ । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ପରିଭ୍ରମଣ, ନୂତନ ସ୍ଥାନ ପରିଦର୍ଶନ ସୁଯୋଗ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ନିଜକୁ ସୁସ୍ଥ ସବଳ ଅନୁଭବ କରିବେ । ଏକାଦଶସ୍ଥ ଚନ୍ଦ୍ର ହେତୁ ଏକାଧାରରେ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଅତୁଟ ରହିବ । ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭ କରାଇଲେ ସୁଦ୍ଧା ଶନିଙ୍କ ପ୍ରଭାବରେ ପାରିବାରିକ କ୍ଷେତ୍ରକୁ ଅସ୍ଥିରତା ପ୍ରଦାନ କରିପାରନ୍ତି । ବ୍ୟାବସାୟିକ କାମରେ ମନ୍ଥର ଗତିରେ ସଫଳତା ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ଦିନଟିକୁ ସରସ ସୁନ୍ଦର କରିବାରେ ସମର୍ଥହେବ । ଜୀବନରେ ନୂଆ ପରିବର୍ତ୍ତନ ହେବ । ବେପାରରେ ଯୋଜନାବଦ୍ଧ ରୂପେ କାମ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ଚାକିରି କରୁଥିବା କର୍ମଜୀବୀମାନଙ୍କ ପଦୋନ୍ନତିର ଯୋଗ ରହିଛି । ସଭାସମିତି, କଳା ସାହିତ୍ୟ, ରାଜନୀତି, ଜମିଜମା କାରବାର ତଥା ଗଠନମୂଳକ କାର୍ଯ୍ୟରେ କାମ କରି ଉଚ୍ଚ ପ୍ରଶଂସିତ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ଅପରାହ୍ନରେ ତାହା ଟିକିଏ ବିଳମ୍ବରେ ପାଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଚର୍ଚ୍ଚିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅତ୍ୟନ୍ତ ଭଲ ରହିବ । ନିଜ ମନୋମୁତାବକ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି ଗଠନମୂଳକ କିମ୍ବା ସାମୂହିକ କାମରେ ନିଜର ପତିଆରା ଜାହିର୍‌ କରିପାରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଏବଂ ସାମାଜିକ ପ୍ରତିଷ୍ଠା ମଧ୍ୟ ଅକ୍ଷୁଣ୍ଣ ରହିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା: ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ । ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ହନୁମାନ ।

ବିଛା: କାର୍ଯ୍ୟକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ । ଅବଶ୍ୟ ଶନିଙ୍କ କୁପ୍ରଭାବରୁ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ରାଜନୀତିରେ ସଫଳତା ମିଳିବ । ବିବାଦୀୟ ଘଟଣା କିମ୍ବା ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ସମ୍ବନ୍ଧ ମଧୁର ରହିବ । ଆପଣ ଯାହା କରନ୍ତୁ ନା କାହିଁକି ଆପଣଙ୍କର କୌଣସି ଅସୁବିଧା ହେବନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଯଥେଷ୍ଟ ସଫଳତା ମିଳିବ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ବ୍ୟବସାୟରେ ପରିଧି ବଢ଼ିବ । ଆପଣଙ୍କର ଭୌତିକ ସୁଖ ସାଧନରେ ବୃଦ୍ଧି ହୋଇପାରେ । ସନ୍ତାନମାନଙ୍କ ବୈବାହିକ କର୍ମ ସମ୍ପାଦନ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ଫଳପ୍ରଦ ହୋଇପାରେ । ଶାରୀରିକ ସୁସ୍ଥତା ଫେରି ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମାଣିକେଶ୍ଵରୀ ।

ମକର: ପୂଜାପାଠରେ ମନକୁ ଶାନ୍ତି ମିଳିବ । ଚାକିରିଜୀବୀଙ୍କ ପାଇଁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ରହିଛି । ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିବ । କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ । ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ । ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପାରିବାରିକ ସ୍ତରରେ ବିଶୃଙ୍ଖଳା ଲାଗି ରହିବା କାରଣରୁ ମହିଳାମାନଙ୍କ ମନ ସ୍ଥିର ରହିବ ନାହିଁ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ତାରାତାରିଣୀ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟା ମିଠା ରହିବ । ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ରହି ପାରନ୍ତି । ପରିବାରରେ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । କଳା, କ୍ରୀଡ଼ା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପ୍ଲଟିଙ୍ଗ କାରବାର, ପ୍ରଶାସନ ଓ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ କରିପାରିବେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଶୁଭରଙ୍ଗ: ଧୂସର । ବାବା କପିଳାସ ।

ମୀନ: ଆପଣଙ୍କ ଲାଗି ବଢ଼ିଆ ଦିନଟିଏ । ନିଜ ବ୍ୟବହାରରେ ଆପଣ ଲୋକଙ୍କ ମନ ଜିଣି ନେବେ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ଯାତ୍ରା, ବ୍ୟବସାୟ, ଆଲୋଚନା କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ । ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶକରି ସମାଲୋଚିତ ହେବେ । କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସକରି ଖାଲରେ ପଡ଼ିପାରନ୍ତି । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ଶୁଭରଙ୍ଗ:ଲାଲ । ଆରାଧନା: ମାଆ ଭୈରବୀ ।