3 ଫେବୃଆରୀ 2019, ରବିବାର – ଏହି ୫ ରାଶି ଉପରେ ଭଗବାନ ଶିବଙ୍କ କୃପା ରହିବ

Spread the love

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆପଣ ସକାରାତ୍ମକ ମନୋଭାବ ଅନୁଭବ କରିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ । ବ୍ୟବସାୟ ଓ ଚାକିରିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ଭାଇଭଉଣୀଙ୍କ ସହିତ ଉତ୍ତମ ବୁଝାମଣା ରହିବ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ: ଦିନଟି ଆପଣଙ୍କ ଲାଗି ଦୁଃଖ ଓ ସୁଖ ମିଶ୍ରିତ ହୋଇ ରହିବ । ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ଅଫିସରେ କାମ ଭାବିଚିନ୍ତି କରନ୍ତୁ । ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଲକ୍ଷ୍ମୀ ।

କର୍କଟ: ଦିନଟି ଆପଣ ପାଇଁ ଅନୁକୂଳ ରହିବ, ପ୍ରତିଟି କ୍ଷେତ୍ରରେ ଆଗକୁ ବଢିବେ । ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ରାଜନୀତିରେ ସୀମା ବଢ଼ାଇବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି
ହୋଇପାରେ । ଅପରିଚିତଙ୍କ ସହିତ ସମ୍ପର୍କ ସ୍ଥାପନ ହେବ; ଯାହା ଦ୍ୱାରା ଭବିଷ୍ୟତରେ ଯଥେଷ୍ଟ ଲାଭ ମିଳିବ । କଳାକାରଙ୍କୁ କୌଣସି ନୂଆ କାର୍ଯ୍ୟକ୍ରମ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଅମ୍ବିକା ।

ସିଂହ: ନୂତନ ପରିକଳ୍ପନାରେ ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ଯାହାଫଳରେ କାର୍ଯ୍ୟକ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ମନକୁ ଆଶ୍ବସ୍ତି ମିଳିବ, ମାନସିକ ଶାନ୍ତି ପାଇବେ । ଜମି ସଂକ୍ରାନ୍ତୀୟ ବିବାଦର ସମାଧାନ ହେବ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନରେ ସୁଖୀ ରହିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ଶାରଳା ।

କନ୍ୟା: ଦିନଟି ଆପଣଙ୍କ ପାଇଁ ଭଲ ରହିବ । ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ନଜରକୁ ଆସିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅବହେଳା କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ପ୍ରତିଟି କ୍ଷେତ୍ରେ ଜଗି ରହି କାର୍ଯ୍ୟ କରନ୍ତୁ । ଶତ୍ରୁମାନେ ଗୋଡ ଝିକିବା ପାଇଁ ଚେଷ୍ଟିତ କରିବେ । ମାତାପିତାଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଚାକିରୀ କ୍ଷେତ୍ରରେ କର୍ମଜୀବିମାନେ ନିଜ କର୍ମ ଅଧିକ ମହତ୍ତ୍ୱ ଦେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବିଦ୍ୟାର୍ଥୀମାନେ ସଂଘର୍ଷରତ ହେବେ । ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ବିଛା: ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି । ଆପଣଙ୍କ କାମରେ ସକାରାତ୍ମକତା ନଜରକୁ ଆସିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସରକାରୀ ଚାକିରିରେ ଥିବା ବ୍ୟକ୍ତି ବିଶେଷ ସୁଖବର ପାଇବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

ଧନୁ: ଘର ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ, ଦେବୀ ମାଆ’ଙ୍କ ଆଶୀର୍ବାଦରୁ ଦିନଟି ବେଶ ଭଲରେ କାଟିବା । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ଘରୋଇ କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ବନ୍ଧୁ, ସମ୍ପର୍କୀୟ ଠାରୁ ଶୁଭ ଖବର ପାଇବେ । ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ପାରିବାରିକ ଜୀବନରେ ମଧ୍ୟ ଶାନ୍ତି ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ମକର: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମାଜିକ ଉତ୍ସବରେ ସହଯୋଗ କରିବେ । ବ୍ୟବସାୟରେ ଉନ୍ନତି ଲାଗି ନୂଆ ରଣକୌଶଳ ପ୍ରସ୍ତୁତ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମନର କଥା ମନରେ ରଖନ୍ତୁ; ସଫଳତା ପାଇବେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ବାବା କପିଳାସ ।

କୁମ୍ଭ: ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ, ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ । ବ୍ୟବସାୟିକ କାମରେ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିବ । ମହିଳାମାନେ ସୁଖ ସମ୍ପଦ ପ୍ରାପ୍ତି ଓ ବ୍ରତ, ଉପାସନାରେ ବର୍ତ୍ତୀ ରହିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ବେଶ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟାକଚଣ୍ଡୀ ।

ମୀନ: ଅଟକିଥିବା ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହୋଇଯିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସାମାଜିକ କାମରେ ଆପଣଙ୍କର ଯୋଗଦାନ ପାଇଁ ପୁରସ୍କାର ମିଳିବ । ଅଫିସରେ ଆପଣଙ୍କର କର୍ତ୍ତୃତ୍ୱ ବଢ଼ିବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଗୌରୀ ।