30 ମାର୍ଚ୍ଚ 2019, ଶନିବାର- ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ ବିଶେଷ କୃପା ରହିବ, ମିଳିବ ଅଜସ୍ର ଖୁସି

Spread the love

30 ମାର୍ଚ୍ଚ 2019, ଶନିବାର- ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ଶନିଦେବଙ୍କ ବିଶେଷ କୃପା ରହିବ, ମିଳିବ ଅଜସ୍ର ଖୁସି

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଚାକିରୀ କରୁଥିବା କର୍ମଚାରୀମାନଙ୍କର ଉନ୍ନତି ହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ବିରୋଧୀଙ୍କୁ ପରାସ୍ତ କରିବେ । ସନ୍ଧ୍ୟାରେ ଆପଣଙ୍କର ମାନସିକ ଅଶାନ୍ତି ବଢ଼ିପାରେ । ବିବାହିତ କଥାବାର୍ତ୍ତାରେ ସଂଯମ ରଖନ୍ତୁ । ଶୁଭରଙ୍ଗ: ଗୋଲାପି । ଆରାଧନା: ଶ୍ରୀକୃଷ୍ଣ ।

ବୃଷ :- କର୍ମ କ୍ଷେତ୍ରରେ ସହକର୍ମୀ କିମ୍ବା ଘରେ ଗୃହିଣୀ ପ୍ରତିବାଦର ସ୍ୱର ଉଉତ୍ତୋଳନ କରିପାରନ୍ତି । ପରିସ୍ଥିତିରେ ପଡି ଖୋର୍ଚ୍ଚାନ୍ତ ହେବେ ଓ ମନସ୍ତାପ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସହ ସାନ୍ନିଧ୍ୟରେ ଆସିବେ । ମହିଳାମାନଙ୍କ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିବା କଷ୍ଟକର ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ମିଥୁନ: ମନରେ ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟରେ ଲାଭ ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଲୁହା, ସିମେଣ୍ଟ ବ୍ୟବସାୟୀଙ୍କର ଉନ୍ନତି ହେବ । ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ଡଳମଣି ।

କର୍କଟ: ଆଜିର ଦିନଟି ଆପଣ ପାଇଁ କିଛି ବେସ୍‌ ଭଲ ରହିବ । ଅଚାନକ ଧନଲାଭ ହେବ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ ଓ ପଦୋନ୍ନତି ହେବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଅର୍ଥ ସଙ୍କଟ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ । ଯାତ୍ରା ଓ କଚେରୀ ମାମଲାରେ ଶୁଭଫଳ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ଆପଣଙ୍କର ଧ୍ୟାନ ପରିବାର ଓ ଟଙ୍କା ପଇସା ଦିଗରେ ରହିବ । ଆପଣଙ୍କର ସ୍ଥଗିତ ଥିବା କାମ ପୂରା ହୋଇଯିବ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଅନ୍ୟମାନଙ୍କ ମାମଲାରେ ଅଧିକାର ଜାହିର କରନ୍ତୁ ନାହିଁ । ମହିଳାମାନେ ଜୀବନସାଥୀଙ୍କୁ କୌଣସି ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ । ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ । କୌଣସି ବଡ଼ ନେଣଦେଣ କରିପାରନ୍ତି । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । କଥାବାର୍ତ୍ତାରେ ସଂଯମତା ନ ରକ୍ଷା କଲେ ବିବାଦଗ୍ରସ୍ତ ହୋଇପଡିବେ । କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ । ଖୋଜୁଥିବା ଜିନିଷ ହଠାତ ପାଇଯିବେ । ମହିଳାମାନଙ୍କ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ କଟକଚଣ୍ତୀ ।

ତୁଳା: ଊର୍ଜାର ସ୍ତର ଉଚ୍ଚା ରହିବ । କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସମ୍ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ । ଅଫିସରେ ବାତାବରଣ ଅନୁକୂଳ ରହିବ । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ । ଧର୍ମ କାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି । ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ମଧ୍ୟ କରିପାରିବେ । ସାଧାରଣ କଥାକୁ ଅସାଧାରଣ ଭାବେ ଉପସ୍ଥାପନ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ମହିଳାମାନେ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମଟିକୁ ଅବହେଳା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ବିଛା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ । ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ସଙ୍ଗୀତ କଳା କ୍ଷେତ୍ରରେ ସଫଳତା ପାଇବେ । ବାହନ କିଣିବା ପାଇଁ ମନ ବଳିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

ଧନୁ: ପ୍ରେତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ବିରୋଧୀ କ୍ଷତି ପହଞ୍ଚାଇବା ଲାଗି ଅସଫଳ ପ୍ରୟାସ କରିବେ । ପ୍ରିୟବନ୍ଧୁଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର: ପିତା ବା ବୟୋଜ୍ୟେଷ୍ଠଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି । ଆବଶ୍ୟକ ଜିନିଷଟି ଅନ୍ୟକୁ ଦେଇ ଅପଦସ୍ତ ହୋଇପାରନ୍ତି । ନିର୍ମାଣଧିନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ପରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁଁ ଯୋଜନା ଗୁଡିକ ଠିକ୍ ଭାବରେ ସମ୍ପୂର୍ଣ୍ଣ ହେବନାହିଁ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବେ । ମହିଳାମାନେ ପ୍ରଶଂସା ବଦଳରରେ କେବଳ ଅଭିଯୋଗ ଶୁଣି ମନ ଖରାପ କରିବେ। ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

କୁମ୍ଭ: ଆଜି ଆପଣଙ୍କ ଅତ୍ୟନ୍ତ ଖୁସି ଅନୁଭବ କରିବେ, ଆଶା କରିଥିବା କାମରେ ପୂର୍ଣ୍ଣ ସଫଳତା ପାଇବେ । ବ୍ୟବସାୟରେ ପରିବାର ଓ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ସୁଧାର ହେବ । ନୂଆ ଚାକିରି ପାଇଁ ଭଲ ସମୟ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ । ଆପଣଙ୍କ ଯୋଗ୍ୟତା ଅନୁସାରେ ଆପଣଙ୍କୁ ଯଥେଷ୍ଟ କାମ ମିଳିବ । ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ପାଇବେ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରେମ ସମ୍ପର୍କ ବୃଦ୍ଧି ହେତୁ ମନ ଖୁସି ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।