30 ମଇ 2019 ଗୁରୁବାର : ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ନିଜ କର୍ମରେ ସଫଳତା ଓ ଅନ୍ୟ ରାଶି ସମ୍ପର୍ଣ୍ଣ

Spread the love

30 ମଇ 2019 ଗୁରୁବାର : ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ନିଜ କର୍ମରେ ସଫଳତା ଓ ଅନ୍ୟ ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନଙ୍କ ପାଇଁ ଦିନଟି ମଧ୍ୟମ ଧରଣର ରହିବା । ଆସନ୍ତୁ ଜାଣିବା ଆଜିର ରାଶି ଫଳ ।

ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ରାହୁ ଯୁକ୍ତ ମଙ୍ଗଳ ହେତୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରି ପାରନ୍ତି । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଅଫିସରେ ଉଚ୍ଚଧିକାରୀ ଆପଣଙ୍କ ଉପରେ କ୍ଷୁବ୍ଧ ହୋଇପାରନ୍ତି । ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବାର ଆଶା ରହିଛି । ଜୀବନସାଥୀଙ୍କ ଠାରୁ ବିଶେଷ ସହଯୋଗ ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ବାଦବିବାଦ ଠାରୁ ଦୂରେ ରୁହନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ମୁଖ ଭାବରେ ପାପ ଗ୍ରହ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ । ନଚେତ ଆକସ୍ମିକ ଭାବରେ କଳହ ଆସିପାରେ । ନିଜର କ୍ରୋଧକୁ ସଂଯମତା ରଖିବା ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ । କର୍ମ କ୍ଷେତ୍ରରେ ଆତ୍ମବିଶ୍ୱାସ ପରିଶ୍ରମ କାଲେ ମଧ୍ୟ ଆଶାତୀତ ଫଳ ପ୍ରାପ୍ତି ହୋଇପାରିବ ନାହିଁ । ସରକାରୀ ଚାକିରିଆଙ୍କର ଆର୍ଥିକପକ୍ଷ ମଜଭୁତ ରହିବା ଏବଂ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ମାଧ୍ୟମ ଧରଣର ଲାଭ ପାଇବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ପରିବାରରେ ସମସ୍ୟା ଭିତରେ ଗତି କଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ମାଣିକେଶ୍ବରୀ ।

ମିଥୁନ: ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବେ । ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ପ୍ରତିଟି କାର୍ଯ୍ୟରେ କୃତକାର୍ଯ୍ୟ ହେତୁ ମନ ବହୁତ ପ୍ରଫୁଲ୍ଲ ରହିବ । ବ୍ୟବସାୟରେ ଲାଭ ହେବ କିନ୍ତୁ ବ୍ୟବସାୟରେ ସମସ୍ୟା କ୍ରମଶଃ ବଢି ବଢି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଠାରୁ ଦୁରେଇ ରହିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ:- ଭାଗ୍ୟ ସ୍ଥାନରେ ଚନ୍ଦ୍ର ଯୋଗୁ ଆଜିର ଉଦ୍ୟମ ବ୍ୟର୍ଥ ଯିବ ନାହିଁ । ଦିନଟି ଆପଣଙ୍କ ଲାଗି ଖୁବ ଭଲ ରହିବ । ଛାତ୍ର-ଛାତ୍ରୀମାନେ କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁଯୋଗ ଆସିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ କିନ୍ତୁ ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ କିନ୍ତୁ ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି । ମାନସିକ ଅଶାନ୍ତି ଦେଖା ଦେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଠାକୁରାଣୀ ।

ସିଂହ: କର୍ମ ସ୍ଥାନରେ ରାଶ୍ୟାଧିପତି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରାଇବେ । ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ କିତନୁ ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ, ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜି ଆପଣଙ୍କୁ କୌଣସି ସମସ୍ୟା ବିଚଳିତ କରି ପାରିବ ନାହିଁ । ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ ଓ ପ୍ରତିଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଧାର ଦେଇଥିବା ଟଙ୍କା ଫେରିପାଇବେ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ କିନ୍ତୁ ଚାକିରିଜୀବୀ ମାନଙ୍କ ଉପରେ ସମ୍ୟକ ମାନସିକ ଚାପ ରହିପାରେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ବ୍ୟବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ତୁଳା:- ମଙ୍ଗଳଙ୍କ ପୂର୍ଣ୍ଣ ଦୃଷ୍ଟି କାରଣରୁ ପରିବାରରେ ସୁଖ ଶାନ୍ତି ଫେରିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା ସଫଳ ହେବ । ସକାରାତ୍ମକ ଭାବନାରେ ଦିନଟି ଅତିବାହିତ ହେବ । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସ ଖୁସିରେ ଦିନଟି ବିତାଇବେ । ବିବାହିତା କୌଣସି ଧର୍ମାନୁଷ୍ଠାନକୁ ଯାତ୍ରାରେ ଯିବେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଦାମ୍ପତ୍ୟଜୀବନ ସୁଖରେ କଟିବା । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ବିଷ୍ଣୁ ।

ବିଚ୍ଛା:- କୋଣଭାବସ୍ଥ ଚନ୍ଦ୍ର ପ୍ରଭାବରୁ ମାନସିକ ସ୍ଥିତି ବଦଳିବା କାରଣରୁ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଆଜି ଦିନଟି ଆପଣଙ୍କ ପାଇଁ ଖାସ୍ ନ ଥିଲେ ମଧ୍ୟ ସମସ୍ତ ଆଶା ଆକାଂକ୍ଷା ପୂରଣ ହେବ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷେତ୍ରରେ ଆଶାନୁରୂପକ ଲାଭବାନ ହେବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଅତ୍ୟନ୍ତ ଖୁସି ଅନୁଭବ କରିବେ । ଧାର ଦେଇଥିବା ଧନ ଫେରି ପାରିବେ । ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିମଳା ।

ଧନୁ:- ସାରାଦିନ ଅଶାନ୍ତି ମୁକ୍ତ ରହିଲେ ମଧ୍ୟ ପାପଗ୍ରହଙ୍କ ପ୍ରଭାବରେ ମାନସିକ ସ୍ତରରେ ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ କିନ୍ତୁ ବ୍ୟବସାୟରେ ଆୟ ଠାରୁ ବ୍ୟୟ ଅଧିକ ହେବ । ମାଲିମକଦ୍ଦମାରେ ସଫଳତା ମିଳିବ । ପରିବାରରେ ମନାମାଳିନ୍ୟ ଦେଖା ଦେଇପାରେ । ଯାହାଫଳରେ ଦାମ୍ପତ୍ୟ ପ୍ରତିଦିନ ପରି ସୁଖ ରହିବ ନାହିଁ । ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

ମକର: ଗ୍ରହମାନଙ୍କ ଶୁଭ ସଂସ୍ଥାନରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ଆନୁଷଙ୍ଗିକ ସାହାଯ୍ୟର ମଧ୍ୟ ଅଭାବ ରହିବ ନାହଁ । କିନ୍ତୁ ସାଧାରଣ ଘଟଣାରେ ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଆଧ୍ୟତ୍ମିତ ଭାବନାରେ ସମୟ କଟିବ । ଆର୍ଥିକ ସ୍ଥିତି ଠିକ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ । ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ବାର ଖୋଲିବ । କୌଣସି ମୂଲ୍ୟବାନ୍‌ ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି । ଶୁଭରଙ୍ଗ: ମେରୁନ । ଆରାଧନା: ହର ପାର୍ବତୀ ।

କୁମ୍ଭ: କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ । ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଯାନ୍ତ୍ରିକ କାର୍ଯ୍ୟ, ରଚନାମତ୍କ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ କିନ୍ତୁ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ମୀନ: କର୍ମକ୍ଷେତ୍ର ଓ ପରିବାର ମଧ୍ୟରେ ବିଭିନ୍ନ ପ୍ରକାର ସମସ୍ୟାକୁ ସାମନା କରି ନ ପାରି ବିଚଳିତ ହୋଇପାରନ୍ତି । ବହୁତ ଜଟିଳ ସମସ୍ୟାକୁ ବୁଦ୍ଧିମତାର ସହ ସମାଧାନ କରିନେବେ । ବାଣିଜ୍ୟ,ବ୍ୟବସାୟ ପାଇଁ ଦିନଟି ଭଲ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ,ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ । ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇବେ । ପରିବାରରେ ମନାମାଳିନ୍ୟ ଦେଖାଦେବ । ଚେଷ୍ଟା କରୁଥିବା କାମ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲା, ଜମିଜମା ବିବାଦରେ ଉପକୃତ ହୋଇପାରନ୍ତି । ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।