30 ଅଗଷ୍ଟ 2019, ଶୁକ୍ରବାର – ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନତି ସାମାନ୍ୟ ଝାଞ୍ଜଟମୟ ରହିବ ।

Spread the love

30 ଅଗଷ୍ଟ 2019, ଶୁକ୍ରବାର – ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନତି ସାମାନ୍ୟ ଝାଞ୍ଜଟମୟ ରହିବ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହବେ । ଚନ୍ଦ୍ର କୋଣଭାବରେ ରହିଥିବାରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ମନୋମାଳିନ୍ୟ ଦୂରେଇ ଯିବ । ଉନ୍ନତି ସମ୍ବନ୍ଧୀୟ ଉପଯୋଗୀ କଥା ସାମନାକୁ ଆସିବ । ଅଫିସରେ ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟ ମିଳିବ କିନ୍ତୁ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ । ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ବୃଷ : ଭାବିଥିବା ସବୁ କାମ ସମୟରେ ପୂରା ହେବ । ସପ୍ତମାଧିପତି କେନ୍ଦ୍ରସ୍ଥ ଯୋଗୁ ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ ଓ ଆଶା ପୂରଣ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ଆର୍ଥିକ ପକ୍ଷ ମଜଭୁତ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ସଭାସମିତିରେ କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥରେ ଛନ୍ଦି ହୋଇପାରନ୍ତି । ବିବାଦୀୟ ଘଟଣା ସେମିତି କିଛି ଗୁରୁତର ହେବ ନାହିଁ ଅବଶ୍ୟ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହ ଦୂର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ମିଥୁନ : ଆପଣଙ୍କ ଊର୍ଜାର ସ୍ତର ଭଲ ରହିବ । ବଳବାନ୍‌ ରାହୁ ରାଶିରେ ରହିଥିବାରୁ ଯେ କୌଣସି ପ୍ରକାରେ ନିଜର କାମ ହାସଲ ପାଇଁ ଚେଷ୍ଟିତ ହେବେ । ବ୍ୟବସାୟୀଙ୍କ ଲାଗି ଦିନଟିଏ ଭଲ । ନିଜସ୍ଵ ଚେଷ୍ଟାଦ୍ୱାରା ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ରାଜନୈତିକ ସମ୍ପର୍କରୁ ସ୍ଥଗିତ ଥିବା କାମ ଆଗକୁ ବଢ଼ିବ । ଋଣ ପରିଶୋଧ କରିବା ପାଇଁ ମହାଜନୀ ଚାପର ବଶବର୍ତ୍ତୀ ହେବେ । ଘରର ବାତାବରଣ ଠିକ୍‌ ରହିବ । ଆପଣଙ୍କ ଜୀବନସାଥୀ ଆପଣଙ୍କର ସ୍ଵାସ୍ଥ୍ୟରେ ପୂରା ଧ୍ୟାନ ରଖିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶ ଭାବ ଦେଖା ଦେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ମଙ୍ଗଳା ।

କର୍କଟ : ଧନସ୍ଥାନରେ ଏକାଧିକ ଗ୍ରହ ରହିଥିବାରୁ ଅର୍ଥଲାଭ ସାଙ୍ଗକୁ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ବିତିବ କିନ୍ତୁ ଏକାଧିକ ମାମଲାରେ ବ୍ୟସ୍ତ ରହିବେ । ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପାରନ୍ତି । ସମାଜରେ କାହାରି ସହିତ ମତଭେଦ ହୋଇପାରେ । ବ୍ୟବସାୟିକ କଥାବାର୍ତ୍ତା ଲାଗି ଦୂରସ୍ଥାନକୁ ଯାଇପାରନ୍ତି । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର କ୍ଳେଶ କମ୍‌ ହେବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

ସିଂହ : ଘରେ ଧାର୍ମିକ ସମାରୋହର ଆୟୋଜନ କରିପାରନ୍ତି । ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ବ୍ୟବସାୟ ପାଇଁ ସହାୟକ ହେବ । କର୍ମକ୍ଷେତ୍ରରେ ଆତ୍ମୀୟ ସ୍ଵଜନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ । ସ୍ଥଗିତ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିରଜା ।

କନ୍ୟା : ମନୋସ୍କାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ଆପଣଙ୍କୁ ସମସ୍ତଙ୍କ ସହଯୋଗ ମିଳିବ । ବ୍ୟବସାୟୀମାନେ କୌଣସି ଅନୁଭବୀଙ୍କ ରାୟ ନେଇ ଆଗକୁ ବଢ଼ନ୍ତୁ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରର କୌଣସି ଅତୀତ କଥା ମନକୁ ବାରମ୍ବାର ଆଲୋଡିତ କରିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ: ମ୍ୟାଜଣ୍ତା । ଆରାଧନା: ସନ୍ତୋଷୀ ମାତା ।

ତୁଳା : ଆଜି କୌଣସି ଖାସ୍‌ ବ୍ୟକ୍ତିଙ୍କ ସାକ୍ଷାତ୍‌ ଆଲୋଚନା ହୋଇପାରେ । ଲାଭସ୍ଥାନରେ ଗ୍ରହମାନେ ଆପଣଙ୍କୁ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ପ୍ରଦାନ କରିପାରନ୍ତି । ବ୍ୟବସାୟରେ ସଉଦା ପାଇଁ ବାହାରକୁ ଯିବାକୁ ପଡ଼ିପାରେ । ନିର୍ଦ୍ଦିଷ୍ଟ ସମୟରେ କାମର ପୂର୍ଣ୍ଣତା ଅଭାବରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ । ବେକାର ଯୁବପିଢିମାନେ ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ରହିବ । ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ବିଛା: କାମ ପ୍ରତି ନିଜର ଭାବନା ସକାରାତ୍ମକ ରଖନ୍ତୁ । ଲୋକଙ୍କ ଠାରୁ ଅଧିକ ସହଯୋଗର ଆଶା କରନ୍ତୁ ନାହିଁ । ବ୍ୟବସାୟରେ ତ୍ଵରିତ ନିଷ୍ପତି ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶାନୁସାରେ ଆପଣଙ୍କୁ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ବାହାର କାମରେ ଗଲାବେଳେ ବାହନ ସାବଧାନତା ସହ ଚାଳାନ୍ତୁ । ସ୍ଵାସ୍ଥ୍ୟରେ ଉନ୍ନତି ଘଟିବାର ଲକ୍ଷ୍ୟ କରି ସାମୟିକ ଆଶ୍ୱସ୍ତି ଲାଭ କରିବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଆପଣଙ୍କର ମନୋଭାବ ହାସ୍ୟସ୍ପଦ ରହିବ । ମନ ଅନୁଯାୟୀ ପ୍ରତ୍ୟେକ କାମ କରିପାରିବେ, ଯାହାଫଳରେ ମନରେ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ କୌଣସି ଫାଇଦା ପାଇଁ ନୂଆ ଚକ୍ତିନାମା ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଭାଗ୍ୟ ଉଜ୍ଵଳ ରହିବା । ମତପାର୍ଥକ୍ୟ କାରଣରୁ ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ । କୌଣସି କ୍ଷେତ୍ରରେ ସାହାଯ୍ୟ ଓ ଅର୍ଥ ପାଇଁ ବନ୍ଧୁଙ୍କ ହାତକୁ ଚାହିଁ ବସିବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତି ହେବେ । ବିବାହିତାଙ୍କୁ ପାରିବାରିକ ସୁଖ ମିଳିବ । ଶୁଭରଙ୍ଗ: କ୍ରୀମ । ଆରାଧନା: ମାଆ ଗାୟତ୍ରୀ ।

ମକର: ନିଜ ଉପରେ ଆତ୍ମବିଶ୍ୱାସ ରଖନ୍ତୁ ମନରୁ ଦୁଶ୍ଚିନ୍ତା ବାହାର କରି ଦିଅନ୍ତୁ । ମାନସିକ ଅସୁସ୍ଥତା କାରଣରୁ ଦେହ ଓ ମୁଣ୍ଡ ଦରଜ ଅନୁଭବ କରିବେ । ପାରିବାରିକ ଦୁଶ୍ଚିନ୍ତା ଅନେକାଂଶରେ ସ୍ଵାଭାବିକ ଜୀବନଯାତ୍ରାକୁ ପ୍ରତିହତ କରିବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଲାଗି ରହଥିବା କୌଣସି ମକଦ୍ଦମା ଆପଣଙ୍କ ପକ୍ଷରେ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ପ୍ରେମିକାଙ୍କ ଲାଗି ଦିନଟିଏ ଭଲ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ଆରାଧନା: ମାଆ ଦୁର୍ଗା ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ସପ୍ତମରେ ଏକାଧିକ ଗ୍ରହ ରହିଥିବା କାରଣରୁ ଯାତ୍ରା ଓ ବିବାଦରୁ ଦୂରେଇ ରହିବା ଭଲ ହେବ । ତଥାପି ଆଜି ଦିନଟିରେ କେତେକ ପୁରାତନ କାମ ଶେଷ କରିବାକୁ ଅଗ୍ରାଧିକାର ଦେଇପାରନ୍ତି । ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ । ବ୍ୟବସାୟୀରେ ପୂର୍ବରୁ ଲାଗି ରହିଥିବା ସମସ୍ୟାକୁ ସୁଧାରି ନେବେ । ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିବ । ଆପଣ ପିଲାମାନଙ୍କ ସହିତ ବାହାରକୁ ବୁଲି ଯିବେ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରାତାରିଣୀ ।

ମୀନ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ଯେଉଁ କାମ ହାତକୁ ନେବେ ନିଶ୍ଚିତ ଲାଭ ପାଇବେ । ସ୍ଵାସ୍ଥ୍ୟ, କର୍ମକ୍ଷେତ୍ର, ବିଚାରଧାରା, ଶିକ୍ଷା, ସନ୍ତାନ ଓ ଆଲୋଚନା କ୍ଷେତ୍ର ପାଇଁ ଦିନଟି ବହୁତ ଭଲ। କିନ୍ତୁ ଉତ୍ତରଭାଦ୍ରପଦ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହେବାକୁ ପଡିପାରେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ନୂଆ ବାହନ କିଣିବା ଲାଗି ମନ ବଳିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଶୁଭରଙ୍ଗ: ଧୂସର । ଆରାଧନା: ହର ପାର୍ବତୀ ।