31 ଜୁଲାଇ 2019, ବୁଧବାର – ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି କର୍ମ କ୍ଷେତ୍ରରେ ଆଶାତୀତ ଉନ୍ନତି କରିବେ ଓ ପରିବାରରେ

Spread the love

31 ଜୁଲାଇ 2019, ବୁଧବାର – ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି କର୍ମ କ୍ଷେତ୍ରରେ ଆଶାତୀତ ଉନ୍ନତି କରିବେ ଓ ପରିବାରରେ ଖୁସି ବାତାବରଣ ରହିବ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଧ୍ୟାତ୍ମିକ ଦିଗରେ ମନ ଲାଗି ରହିବ । ଗ୍ରହ ପ୍ରଭାବରୁ ପ୍ରଭାବଶାଳୀ କର୍ମକ୍ଷେତ୍ର ଯୋଗୁ ପୂର୍ବରୁ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଓ ଲାଭବାନ ମଧ୍ୟ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ସୁଖ ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ବୃଷ: ଦିନଟି ଆପଣଙ୍କୁ ମାଧ୍ୟମ ଫଳ ପ୍ରଦାନ କରିବା । ଅଷ୍ଟମସ୍ଥ ସ୍ଵଗୃହୀ ଶୁକ୍ର ଶାରୀରିକ ଦୁର୍ବଳତା ସଙ୍ଗକୁ ସାମୟିକ ଅଭାବବୋଧ ଜନିତ ଚିନ୍ତିତ ରହପାରନ୍ତି । ଶିଳ୍ପ, ବାଣିଜ୍ୟ, ରାଜନୀତି ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ ଓ କ୍ଷମା ଗୁଣରେ ଯଶ ପ୍ରାପ୍ତି ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଉଚ୍ଚ ପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଅବିବାହିତଙ୍କୁ ବିବାହର ଭଲ ପ୍ରସ୍ତାବ ମିଳିବ । ପଡୋଶୀଙ୍କ ସହାୟତା ଲାଭ କରି ମାନସିକ ଅସୁସ୍ଥିକୁ ଦୂରେଇବାର ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମିଥୁନ: ଇଷ୍ଟଦେବୀଙ୍କ କୃପାରୁ ଦିନଟି ଆପଣଙ୍କ ପାଇଁ ସୁଖସମ୍ଭାର ନେଇ ଆସିବା । ଅଷ୍ଟମସ୍ଥଗ୍ରହ ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି । ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । କାରବାରରେ ବଡ଼ ସଉଦା ହେବ । ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ । ସ୍ଵାସ୍ଥ୍ୟରେ ଉନ୍ନତି, ନୂତନ କର୍ମାରମ୍ଭ, ପ୍ଳଟିଙ୍କ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭରୁ ମନ ଏକପ୍ରକାର ଖୁସୀ ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କର୍କଟ: ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ, ରୋମାଞ୍ଚକର ରହିବା । ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ଆପଣଙ୍କ ଉନ୍ନତ ଚିନ୍ତାଧାରା ସନ୍ତାନଙ୍କ ସମସ୍ୟା, ଉଚ୍ଚଶିକ୍ଷା ଓ ବିଦେଶଯାତ୍ରାର ସୁଯୋଗ ପାଇପାରନ୍ତି । ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ । ପ୍ରତିଯୋଗିତା, କ୍ରୀଡା, ଗବେଷଣା, ଲେଖାପଢା ତଥା ବ୍ୟବସାୟ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ଆଦି କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ମହିଳାମାନଙ୍କ ପାଇଁ ଦିନଟି ବେଶ ଭଲ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରିଣୀ ।

ସିଂହ: ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ବ୍ୟୟଭାବ ପ୍ରତି ଗ୍ରହମାନଙ୍କ ଦୃଷ୍ଟି ଫଳରେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ୱେଷଣ କରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟ ମାନେ ଆପଣଙ୍କ ପରାମର୍ଶ ଲୋଡ଼ି ପାରନ୍ତି । ଗୃହ ସମସ୍ୟାରେ ଛନ୍ଦି ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

କନ୍ୟା: ଉଚ୍ଚଆଶା ସଫଳ ହେବ । ଗ୍ରହସ୍ଥିତିର ସାମ୍ୟତା ଆପଣଙ୍କ ଦିନଚର୍ଯ୍ୟା ସକାଶେ ଶୁଭଙ୍କରୀ ହେବ । ଯାହା ଚାହୁଁଛନ୍ତି ସେହି ଅନୁସାରେ କାମ କରି ଚାଲିଲେ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ମନରେ ନୂଆ ନୂଆ ଚିନ୍ତା ଆସିବା । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଅଫିସ କାମ ତରବରିଆ ଭାବେ କରନ୍ତୁ ନାହିଁ । ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ମଧ୍ୟ ଲାଭ ପାଇପାରିବେ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ କୃଷ୍ଣ ।

ତୁଳା: ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ବ୍ୟବସାୟର ବିକାଶ ଉପରେ ଅଧିକ ଧ୍ୟାନ ଦେବେ । ସ୍ଵାସ୍ଥ୍ୟ ଭଲ ରହିବା ସହ ନୂତନ କର୍ମାରମ୍ଭ, ନିଯୁକ୍ତି ଖବର, ବନ୍ଧୁଙ୍କ ନିମନ୍ତ୍ରଣରେ ଯାତ୍ରା ଭଳି ଶୁଭସୂଚକ କେତେକ କାର୍ଯ୍ୟ କରିବେ । ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଯେଉଁ କାମରେ ହାତ ଦେବେ, ସେଥିରେ ଅବଶ୍ୟ ସଫଳତା ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

ବିଛା: ଏକାଦଶସ୍ଥ ଗ୍ରହମାନେ ଆପଣଙ୍କ ଆଶା ଓ ଅଭିଳାଷକୁ ପୂରଣ କରିବାରେ ସମର୍ଥ ହେବେ । ରାଜକୀୟ ମାମଲାରେ ସଫଳତା ମିଳିବ । ଆପଣଙ୍କର ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରି ନେବେ । ଅର୍ଥ ଲାଭ ସଙ୍ଗକୁ ଶାରିରୀକ ସୁସ୍ଥତା ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଏକ ଭିନ୍ନ ପରିସ୍ଥିତିରେ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଲାଭ କରି, ଅଟକି ରହିଥିବା କାମକୁ ସମ୍ପନ୍ନ କରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ବିବାହିତ ଲୋକଙ୍କ ଲାଗି ଦିନଟି ବଢ଼ିଆ ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

ଧନୁ: ଚିତ୍ତପ୍ରସନ୍ନ ରହିବ ଏବଂ ସର୍ବକାର୍ଯ୍ୟ ସିଦ୍ଧି ହେବ । ଦ୍ୱାଦଶସ୍ଥ ଗ୍ରହମାନେ ଆପଣଙ୍କୁ ବାରମ୍ବାର ସ୍ଥାନ ପରିବର୍ତ୍ତନ କରାଇ କର୍ମ ପରିସରକୁ ବ୍ୟାପକ କରିପାରନ୍ତି । ଚାକିରିଆଙ୍କ ପାଇଁ ଦିନଟି ଭଲ ରହିବ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ ତଥାପି ବ୍ୟବସାୟର ବୃଦ୍ଧି ଯୋଗ ରହିଛି । ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ଅବଶ୍ୟ ଆପଣ ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଖପାଖୁଆଇ ନେବା ହେତୁ ହେତୁ କିଛି ଅସୁବିଧା ହେବ ନାହିଁ । ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି । ସନ୍ଧ୍ୟାରେ କୌଣସି ବନ୍ଧୁ ବା ଜୀବନସାଥୀଙ୍କ ସହିତ ସମୟ କଟାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମକର: ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଏକାଧିକ ରାଶିରେ ଅବସ୍ଥାନ କରି ମାନସିକ ବିକ୍ଷିପ୍ତତା ମଧ୍ୟରେ ଅଭିଳଷିତ କାର୍ଯ୍ୟରେ ସିଦ୍ଧି ଲାଭ କରାଇବେ । ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ । ତଥାପି ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଆର୍ଥିକ ପରିସ୍ଥିତି ଭଲ ରହିବ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ନିର୍ମାଣାଧୀନ କାର୍ଯ୍ୟ କିଛି ଅଂଶ ପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟ ଦେବ ।

କୁମ୍ଭ: ଗୃହୀ ଶୁକ୍ର ଚତୁର୍ଥାଧିପ ରବିଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ କଥାରେ ପରିଚାଳିତ ହୋଇପାରନ୍ତି । ଅତୀତର ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପାଦନାକୁ ଚେଷ୍ଟିତ କରିବେ, ସମ୍ୟକ ସଫଳତା ପାଇବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ମଜବୁତ ରହିବ । ପରିବାର ସମସ୍ୟା ବାରମ୍ବାର ମନକୁ ଆନ୍ଦୋଳିତ କରିବା, ଯାହାଫଳରେ ମନ ଭଲ ରହିବା ନାହିଁ । କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତି ବଦଳାଇ ପାରନ୍ତି । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ମୀନ: ଦିନଟି ଆପଣଙ୍କ ପାଇଁ ସକାରାତ୍ମକ ଫଳ ପ୍ରଦାନ କରିବ । ଚନ୍ଦ୍ର ତିନୋଟି ଗ୍ରହ ମଧ୍ୟରେ ଭାଗ୍ୟସ୍ଥାନକୁ ଅବଲୋକନ କରି ନୂଆ ନୂଆ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି । ବ୍ୟବସାୟରୁ ଅଧିକ ଲାଭ ପାଇଁ ଭିନ୍ନ ଭିନ୍ନ କୌଶଳ ଅବଲମ୍ବନ କରିବେ । ଆପଣଙ୍କ ଭଲ ବ୍ୟବହାର ପାଇଁ ଅଫିସ୍‌ର ସହ କର୍ମଚାରୀମାନେ ପ୍ରଭାବିତ ହେବେ । ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ ପାଇଁ ଦିନଟି ଭଲ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମୂଳକ ମନୋଭାବ ଉପୁଜି ପାରେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।