03 ଅଗଷ୍ଟ 2019, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ଭାଗ୍ୟ ଚମକି ଉଠିବ, ପ୍ରତ୍ୟେକ

Spread the love

03 ଅଗଷ୍ଟ 2019, ମଙ୍ଗଳବାର – ଗ୍ରହ ନକ୍ଷେତ୍ରର ସ୍ଥିତରେ ପରିବର୍ତ୍ତନ, ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେ ଭାଗ୍ୟ ଚମକି ଉଠିବ, ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଜରୁରୀ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ । ଆଜି ଚତୁର୍ଥାଧିପ ଚନ୍ଦ୍ର ସପ୍ତମଭାବସ୍ଥ ଯୋଗୁ ପରିଜନଙ୍କ ସହ ଯାତ୍ରା, ବନ୍ଧୁମିଳନ ସଙ୍ଗକୁ ନୂତନ ବସ୍ତ୍ରଭୂଷଣାଦି ପରିଧାନ କରିବେ । ଅର୍ଥ ସମ୍ବନ୍ଧୀୟ ଆଲୋଚନା ସହ ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦ୍ୱିତାରୁ ସଫଳତା ପ୍ରାପ୍ତ ହେବେ । ଅନୁଗତଙ୍କ ଉପରେ ନଜର ରଖନ୍ତୁ । ତୁରନ୍ତ ନିର୍ଣ୍ଣୟ ନେବାର ଶକ୍ତି କିଛି ମାତ୍ରାରେ ଅଭାବ ରହିବ । ସରକାରୀ ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ । ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ବାବା ଲିଙ୍ଗରାଜ ।

ବୃଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ମୁଖଭାବସ୍ଥ ରାହୁ ପ୍ରଭାବରୁ ଯୁକ୍ତିତର୍କକୁ କେନ୍ଦ୍ରକରି ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ । ଅଫିସ୍‌ରେ ଆପଣଙ୍କ କାମର ପ୍ରଶ˚ସା ହେବ । ଆର୍ଥିକ ସ୍ଥିତି ଭଲ ରହିବ କିନ୍ତୁ ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ପାଇବେ ଏବଂ ଲୋକ ସମ୍ପର୍କରେ ଆତ୍ମସନ୍ତୋଷ ବୃଦ୍ଧି ପାଇବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମିଥୁନ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହୋଇପାରିବ । ଯାହା ଭାବିଛନ୍ତି ତାହା ହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । ପ୍ରତିଦ୍ଵନ୍ଦୀଙ୍କୁ ପଛରେ ପକାଇବାରେ ସଫଳ ପାଇବେ । ନୂଆ ସମ୍ପର୍କରୁ ଆପଣଙ୍କୁ ଫାଇଦା ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

କର୍କଟ: ପରିବାର ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ଆଜିର ଶୁଭଚନ୍ଦ୍ର ହେତୁ ସାମାଜିକ ସମ୍ମାନ ସହ ଲୋକସମ୍ପର୍କ ବୃଦ୍ଧି ହେବ । ମାନସିକ ସ୍ତରରେ କେତେକ ଅକୁହା କଥାକୁ ବିଶ୍ଳେଷଣ କରି ଅବସାଦ ଉତ୍ପନ୍ନ ହୋଇପାରେ । ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ । କ୍ୟାରିୟରର ପ୍ଲାନିଙ୍ଗ କରିବା ପାଇଁ ଦିନଟି ଶୁଭ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ମିତ୍ରଙ୍କ ସାହାଯ୍ୟ ପାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବହୁତ ଜଟିଳ ସମସ୍ୟାର ବୁଦ୍ଧିମତାର ସହ ସମାଧାନ କରିନେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ । ପରିବାରରେ ମନାମାଳିନ୍ୟ ଦେଖାଦେବ । ବନ୍ଧୁଙ୍କ ସହଯୋଗରେ ଧନଲାଭ ଯୋଗ ରହିଛି । ନିଜର ଯୋଜନାମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

ତୁଳା: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ । ବ୍ୟବସାୟୀଙ୍କୁ ବଡ଼ ଅଡ଼ର୍ର ମିଳିପାରେ । ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ଓ ଆର୍ଥିକ ସ୍ଥିତି ଠିକ୍‌ ରହିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାର ଊନ୍ମୁକ୍ତ ହେବ । ଅଚାନକ ଖୁସି ଖବର ମିଳିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

ବିଛା: ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ । କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢ଼ିବା ଲାଗି ନୂଆ ଅବସର ମିଳିବ । ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ସାହାଯ୍ୟ ଲାଭ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି । ସାମୟିକ ଭାବରେ ନିର୍ମାଣାଧୀନ କାର୍ଯ୍ୟ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଶ୍ଚିନ୍ତା ଆସିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କିଚକେଶ୍ବରୀ ।

ଧନୁ: ଊର୍ଜାର ସ୍ତର ଉଚ୍ଚା ରହିବ । କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ । ଚନ୍ଦ୍ରଙ୍କ ଏକାଧିକ ଗ୍ରହଙ୍କ ଦୃଷ୍ଟି ସାମଗ୍ରିକ କାର୍ଯ୍ୟର ସହାୟକ ଭଳି କାମ କରିବ । ଘରୋଇ କାମ ହେଉ ଅଥବା କର୍ମକ୍ଷେତ୍ର ହେଉନା କାହିଁକି ପାରଷ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ପ୍ରେମ ସାଗରରେ ବୁଡ଼ ପକାଇବେ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । କର୍ମଭାବସ୍ଥ ଚନ୍ଦ୍ରପରିବାର ଓ କର୍ମକ୍ଷେତ୍ରକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସହାୟକ ହେବ । ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । ଆର୍ଥିକ ସ୍ଥିତି ବଢ଼ିଆ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ । ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ । ପରିବାରରେ କିଛି ଦିନ ହେବ ଲାଗି ରହିଥିବା ସମସ୍ୟାର ସରଳ ସମାଧାନ ଆଜି ହୋଇପାରେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ: ଆଜି ଆପଣ ଧୈର୍ଯ୍ୟ ଧରି କାମ କରିବାର ଆବଶ୍ୟକତା ରହିଛି । ଚନ୍ଦ୍ରଙ୍କ ଶୁଭ ଦୃଷ୍ଟିରୁ କାମ ଅଟକିବ ନାହିଁ ସିନା ସମସ୍ୟା ଜନିତ ମନସ୍ତାପରୁ ମୁକ୍ତି ମିଳି ନ ପାରେ । ବ୍ୟବସାୟରେ ରୋଜଗାର ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ଆପଣଙ୍କ କଥାକୁ ଅଫିସରେ କତୃପକ୍ଷ ସକାରାତ୍ମକରେ ନେବେ । ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ମୀନ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସଂଚାର ହେବ । ରଚାନାତ୍ମକ କାମରେ ଆପଣଙ୍କର ନାମ ହେବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଅନ୍ୟ ଉପରେ ନିର୍ଭର ନ କରି କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି । ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ବିବାଦୀୟ ପରିସ୍ଥିତିରେ ନୀରବତା ଅବଲମ୍ବନ କରିବା ଭଲ ହେବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ବରୀ ।