3 ଜୁଲାଇ 2019, ବୁଧବାର – ଏହି ୫ ରାଶି ଉପରେ ବିଘ୍ନରାଜ ଗଣେଶଙ୍କ କୃପା ଦୃଷ୍ଟି ରହିବ ଓ ସର୍ବ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ କରିବେ ।

Spread the love

3 ଜୁଲାଇ 2019, ବୁଧବାର – ଏହି ୫ ରାଶି ଉପରେ ବିଘ୍ନରାଜ ଗଣେଶଙ୍କ କୃପା ଦୃଷ୍ଟି ରହିବ ଓ ସର୍ବ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ କରିବେ ।

ଗ୍ରହ ନକ୍ଷେତ୍ରମାନଙ୍କର ସ୍ଥିତି ସର୍ବଦା ସମାନ ରହି ନ ଥାଏ । ଆଜି ଗ୍ରହମାନଙ୍କ ଚାଳନାରେ ବଡ ପରିବର୍ତ୍ତନ ହେବ ଯାହାର ପ୍ରଭାବ କେତେକ ରାଶି ଉପରେ ପଢିବା । ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ପାଞ୍ଚଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ । ବ୍ୟବସାୟୀ ଆଜି ଯୋଜନା ପ୍ରସ୍ତୁତ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କୁ ଆରାମ ଅନୁଭବ ହେବ । କୌଣସି ଫଇସଲା ନେବାରେ ସଂଶୟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଜୀବନସାଥୀଙ୍କ ପରାମର୍ଶ ଆଗକୁ ବଢ଼ିବାରେ ସହାୟକ ହେବ। ଖର୍ଚ୍ଚ ବଢ଼ିପାରେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଠାକୁରାଣୀ ।

କର୍କଟ: କୌଣସି ଦ୍ଵିଧାରେ ସମସ୍ତ କାର୍ଯ୍ୟ ସମ୍ପାଦନା କରିବେ । ସ୍ଥଗିତ ଥିବା କାମ ପୂରା ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ସିଂହ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । ଉଚ୍ଚଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ । ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଛାତ୍ରଛାତ୍ରୀମାନେ ଠାରୁ ପ୍ରସଂଶିତ ହେବେ ।ଶୁଭରଙ୍ଗ: ମେରୁନ । ଆରାଧନା: ବାବା କପିଳାସ ।

କନ୍ୟା: ଆର୍ଥିକ ସ୍ଥିତି ଦୁର୍ବଳ ହେବାରୁ ଜରୁରୀ କାମ ସ୍ଥଗିତ ହେବ । କଥାବାର୍ତ୍ତାରେ ସଂଯମ ରଖନ୍ତୁ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ସୁଖଦ ସମାଚାର ମିଳିବାର ସମ୍ଭାବନା । ଘରକୁ ବନ୍ଧୁଙ୍କ ଆସିବା ଯିବା ଲାଗି ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହେବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ତୁଳା: ଜୀବନସାଥୀଙ୍କ ଠାରୁ ମହତ୍ୱପୂର୍ଣ୍ଣ ପରାମର୍ଶ ପାଇବେ । କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ । ସରକାରୀ କର୍ମଜୀବିମାନେ ବିଶେଷ ସଫଳତା ହାସଲ ହେବ । ଆର୍ଥିକ ଅବସ୍ଥା ପୂର୍ବ ଅପେକ୍ଷା ଭଲ ରହିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ନିଜକୁ ଧାର୍ମିକ କାର୍ଯ୍ୟରେ ନିୟୋଜିତ କରିବେ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ଫଇସଲା ନେବେ । ଯୁବକଙ୍କ ଲାଗି ଉନ୍ନତିର ଦ୍ବାର ଖୋଲିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ଧନୁ: ଦିନଟି ଶୁଭଫଳ ପ୍ରଦାନ କରିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ସରକାରୀ ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ । ରାଜନୀତି କ୍ଷେତ୍ରରେ କୂଟନୀତିର ଜାଲରେ ପଡିପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ଗଣେଶ ।

ମକର: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ । ଭଲ ସୁଯୋଗ ଆପଣଙ୍କ ସାମନାକୁ ଆସିପାରେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ।ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କାହାରି ସହିତ କଥା ହେବା ବେଳେ ଭାବିଚିନ୍ତି କଥା ହୁଅନ୍ତୁ । ଅଫିସ କାମରେ ଅନ୍ୟମାନଙ୍କ ରାୟ ନେବାରୁ ନିବୃତ୍ତ ରହନ୍ତୁ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ତୀ ।

ମୀନ: ଇଷ୍ଟଦେବୀଙ୍କ ଆରାଧନା ଦ୍ୱାରା ମନ‌ରେ ସକାରାତ୍ମକ ଭାବନା ସଂଚାର ହେବ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବ˚ ସଫଳ ହେବେ । ଆର୍ଥିକ ସ୍ଥିତି ଠିକ୍‌ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାରା ଖୋଲିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।