4 ମାର୍ଚ୍ଚ 2019, ସୋମବାର – 29 ବର୍ଷ ପରେ ଏହି ଶିବରାତ୍ରରେ ଘଟିବାକୁ ଯାଉଛି ମହାସଂଯୋଗ ! ମହାଦେବଙ୍କ କୃପାରୁ ଏହି ଆଠୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଖୁସିର ଲହରୀ ଖେଳିବ ………

Spread the love

ଶିବ ଭକ୍ତଗଣଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ ଅଟେ । ଦୀର୍ଘ 29 ବର୍ଷ ପରେ ଆଜିର ମହାଶିବ ରାତ୍ରରେ ଘଟିବାକୁ ଯାଉଛି ମହା ସଂଯୋଗ । ମହାଦେବଙ୍କ କୃପାରୁ ଏହି ଆଠୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନର ଖୁସିର ଲହରୀ ଖେଳିବା ଏବଂ ପୂର୍ଣ୍ଣ ହେବ ସମସ୍ତ ଇଛା । ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଧର୍ମ କାର୍ଯ୍ୟରେ ସମୟ ବିତିବ । ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ବୃଷ: ସମସ୍ୟାର ସମାଧାନ ନୂଆ କୌଶଳରେ କରିନେବେ । ଭଲ ଓକିଲଙ୍କ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ର ସୁଦୃଢ଼ ହେବ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି,ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ମହିଳାମାନଙ୍କର ଆଶା ପୂରଣ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସାର୍ବଜନିକ ଜୀବନରେ ଯଶ ମାନ ଓ ପ୍ରତିଷ୍ଠା ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ କାଳୀଜାଈ ।

ମିଥୁନ: ଲାଭ-କ୍ଷତି ହିସାବରେ ଅଧିକ ସମୟ କଟିବ । ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ; ସଫଳତା ମିଳିବ । ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ଯାନବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଘରକୁ ବନ୍ଧୁ ଆସିବା ହେତୁ ପରିବାରରେ ଖୁସିର ମାହୋଲ ରହିବ । ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ । ସତର୍କତା ଅବଲମ୍ବନ କରିନ୍ତୁ ବଜେଟ୍ ରେ ଗୋଳମାଳ ହୋଇପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ ଓ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ଖର୍ଚ୍ଚ ବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କର୍ମରେ ଅସ୍ଥିରତା ଆସିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମହିଳାମାନେ ଘର ସଫାସୁତୁରା ରଖନ୍ତୁ, ସୁଖ ଓ ସମୃଦ୍ଧି ବୃଦ୍ଧି ହେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ସିଂହ: ଆପଣଙ୍କ ଅନ୍ତର ଆତ୍ମା ପ୍ରଖର ରହିବ । ଆପଣଙ୍କ ସାମନାକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ସ୍ୱାସ୍ଥ୍ୟ ଠିକ୍‌ ଓ ସତେଜ ରହିବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ପ୍ରେମ ଆବେଦନ କରିବା ପାଇଁ ଭଲ ସମୟ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀ ମାତା ।

କନ୍ୟା: ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । କୌଣସି ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ସତ୍ୟନାରାୟଣ ।

ତୁଳା: ଦିନଟି ଆପଣଙ୍କ ପାଇଁ ସକାରତ୍ମକ ରହିବ । କାର୍ଯ୍ୟରେ ଅସ୍ଥିରତା ବଢ଼ିବ । ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ । ଚାକିରିରେ କୌଣସି ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ବୁଦ୍ଧିମତା କାରଣରୁ ଅର୍ଥ ଲାଭ ହେବ । ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ଶାରୀରିକ କଷ୍ଟ ଭୋଗିବେ । ସତର୍କ ନ ରହିଲେ ଶତ୍ରୁମାନେ କ୍ଷତି କରିବେ ।ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଦାମ୍ପତ୍ୟଜୀବନ ସୁଖମୟ ହେବ । ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ଡଳମଣି ।

ବିଛା: ଦିନଟି ଲାଭପ୍ରଦ ରହିବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବନ୍ଧୁଙ୍କ ସହଯୋଗ ପାଇ ଲାଭବାନ ହେବେ । ବ୍ୟବସାୟରେ ସଫଳତା ମିଳିବ । ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ମାଣିକେଶ୍ବରୀ ।

ଧନୁ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ । ସାମାଜିକ ଉତ୍ସବରେ ଭାଗ ନେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ଆପଣ ଏଭଳି କୌଣସି ବ୍ୟକ୍ତିଙ୍କ ସହିତ ମିଶିବେ ଯାହା ଦ୍ବାରା ଜୀବନ‌େର ପରିବର୍ତ୍ତନ ଆସିବ । ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର: ଭାଗ୍ୟ ସହଯୋଗରେ ସମସ୍ତ କାର୍ଯ୍ୟ ସିଦ୍ଧ ହେବ । ବହୁ ଦିନର କୌଣସି ଆଶା ପୂରା ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ସକାରାତ୍ମକରେ ନେବେ । କର୍ମକ୍ଷେତ୍ରରେ ନୂଆ ପରିକଳ୍ପନା ଆସିବା । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ । ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ । ବିଦ୍ୟାର୍ଥୀମାନେ ପ୍ରସଂଶିତ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭୈରବୀ ।

କୁମ୍ଭ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ପୂର୍ବରୁ କୌଣସି ସ୍ଥଗିତ ଥିବା କାର୍ଯ୍ୟର ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ସବୁ ସଦସ୍ୟଙ୍କୁ ଆନନ୍ଦ ପ୍ରାପ୍ତି ହେବ । ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ପରିବାରଜନଙ୍କ ଠାରୁ ପ୍ରସଂଶିତ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ । ଅଫିସରେ କୌଣସି ଉଚ୍ଚାଧିକାରୀଙ୍କ ସହାୟତାରେ ସ୍ଥଗିତ ଥିବା କାମ ପୂରା ହୋଇଯିବ । ଧନଲାଭର ଅବସର ପ୍ରାପ୍ତ ହେବ । ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସନ୍ଧ୍ୟା ସୁଦ୍ଧା କୌଣସି ସମାରୋହରେ ସାମିଲ ହୋଇପାରନ୍ତି । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।