4 ଫେବୃଆରୀ 2019, ସୋମବାର – ମହାଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ସମସ୍ତ ଦୁଃଖ କଷ୍ଟ ହେବେ ଦୂର

Spread the love

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କାରବାରରେ ନୂଆ ସଉଦା ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ଡଳମଣି ।

ବୃଷ: ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପିତା ଓ ଜୀବନସାଥୀଙ୍କ ସହଯୋଗରେ ବ୍ୟବସାୟ‌େର ଆଗକୁ ବଢ଼ିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ରାମଚଣ୍ତୀ ।

ମିଥୁନ: ଦିନଟି ହାସ୍ୟସ୍ପଦଦାୟକ ରହିବ । ଧନ ଉପାର୍ଜନ କରିବାର ନୂତନ ମାର୍ଗ ଖୋଜିପାଇବେ । ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ହନୁମାନ ।

କର୍କଟ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ । ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟ‌େର ଶୀଘ୍ର ଫଇସଲାରୁ ଲାଭ ମିଳିବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ । ମହିଳାମାନେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜ ମହତ୍ୱ ବଡ଼ପଣିଆ ଜାହିର କରିବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ତାରାତାରିଣୀ ।

ସିଂହ: ନିଜ ପ୍ରତିଭା ବଳରେ ଦୁନିଆକୁ ଜିଣିବାର ଦକ୍ଷତା ମିଳିବ । ମିଠା ମିଠା କଥା କହି ସ୍ଥଗିତ ଥିବା କାମ ସହଜରେ କରିନେବେ । ଆର୍ଥିକ ସ୍ଥିତି ମଜଭୁତ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରେମିକପ୍ରେମିକା ସ୍ନାନସାରି ମହାଦେବଙ୍କୁ ଦର୍ଶନ କରନ୍ତୁ, ମନୋକାମନା ପୂରଣ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ଦିନଟି ଆପଣଙ୍କ ପାଇଁ ବେଶ ଭଲ ରହିବ । ବ୍ୟବସାୟ ବୃଦ୍ଧି ଲାଗି ନିକଟ ସମ୍ପର୍କୀୟମାନେ ସହଯୋଗ କରିବେ । ଯାହାଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅଚାନକ ଧନପ୍ରାପ୍ତି ହେବ । ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ମହିଳାମାନେ ଧାତୁ ନିର୍ମିତ ବସ୍ତୁ କ୍ରୟ କରିବା ପାଇଁ ଇଚ୍ଛା କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଶାରଳା ।

ତୁଳା: ଦିନଟି ହସ ଖୁସିରେ କାଟିବା । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । କୌଣସି ନୂତନ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଭଲ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଯିବାକୁ ଥିବା ଯାତ୍ରା ଆପଣଙ୍କ ଲାଗି ଲାଭପ୍ରଦ ହେବ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମାଣିକେଶ୍ଵରୀ ।

ବିଛା: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ଦୂରସ୍ଥାନକୁ ଯାତ୍ରାରେ ଯିବେ । ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା ରହିଛି । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ଯୁବକ ଯୁବତୀ ମାନେ କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ । ଜୀବନସାଥୀଙ୍କ ଠାରୁ ଉପହାର ମିଳିବ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ମଙ୍ଗଳା ।

ଧନୁ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ଆଗକୁ ବଢିବେ । କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ନେଇ ଆସିବେ । ସେୟାର ମାର୍କେଟ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ନିଜର ସ୍ଥାନ ଓ ସ୍ଥିତି ବଜାୟ ରଖିବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ମହିଳାମାନେ ସ୍ୱାସ୍ଥ୍ୟ ଜନିତ ପୀଢ଼ର ଶିକାର ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ଲକ୍ଷ୍ମୀ ।

ମକର: ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବେକାରଙ୍କୁ ରୋଜଗାର ମିଳିବ । ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ପ୍ରସଂଶିତ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ବନ୍ଧୁଙ୍କ ମେଳରେ ଆପଣଙ୍କର ମାନସମ୍ମାନ ବଢ଼ିବ । ମହିଳାମାନେ ନିଜ କାର୍ଯ୍ୟରେ ବ୍ୟସ୍ତ ରହିବେ ଓ ନିଜର କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ: ଧାର୍ମିକ କାର୍ଯ୍ୟ ଓ ପୂଜପାଠରେ ସମୟ ଅତିବାହିତ ହେବ । ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ । କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଘରକୁ ଅତିଥିଙ୍କ ଆସିବା-ଯିବା ଲାଗି ରହିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମା ଭୈରବୀ ।

ମୀନ: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି । ପରିବାରର ଭାଗବଣ୍ଟାକୁ ନେଇ କିଛି ବିବାଦ ହୋଇପାରେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହେବ । ସ୍ଥଗିତ ଥିବା କାମ ବନ୍ଧୁଙ୍କ ସାହାଯ୍ୟରେ ପୂରା ହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସତ୍ୟନାରାୟଣ ।