04 ଜୁଲାଇ 2019, ଗୁରୁବାର – ମା ଲକ୍ଷ୍ମୀଙ୍କ କୃପାରୁ ଏହି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଆର୍ଥିକ ସ୍ଵଚ୍ଛଳତା ସୁଧାର ଆସିବା, ଦୂର ହେବ

Spread the love

04 ଜୁଲାଇ 2019, ଗୁରୁବାର – ମା ଲକ୍ଷ୍ମୀଙ୍କ କୃପାରୁ ଏହି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଆର୍ଥିକ ସ୍ଵଚ୍ଛଳତା ସୁଧାର ଆସିବା, ଦୂର ହେବ ସମସ୍ତ କଷ୍ଟ……

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଲକ୍ଷ୍ମୀ ନାରାୟଣ ।

ବୃଷ: କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପତ୍ନୀ ଏବଂ ସନ୍ତାନଙ୍କ ସହ ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ଶୁଭରଙ୍ଗ : ଗୋଲାପୀ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ: ଆଜି ନିଜ କାମରେ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ । ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ସ୍ନେହ ଶ୍ରଦ୍ଧା ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଶତ୍ରୁମାନେ କ୍ଷତି କରିପାରନ୍ତି । ତେଣୁ ସତର୍କ ରହନ୍ତୁ । ଅର୍ଥନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରୁ ଦୂରରେ ରୁହନ୍ତୁ । ବିଦେଶ ଯାତ୍ରାର ଯୋଗ ରହିଛି । ପତି ପତ୍ନୀଙ୍କ ମଧୁର ପ୍ରେମଭାବ ବୃଦ୍ଧି ହେବ । ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ । ଶୁଭରଙ୍ଗ: ନୀଳ । ଆରାଧନା: ମହାଦେବ ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କୃଷିଜିବୀମାନେ ଉତ୍ସାହିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଆଜି ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି ଓ ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଅଫିସରେ ନିଜ କାମକୁ ମନୋଯୋଗରେ କରିବେ । ଇ‌ଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ । ଜୀବନସାଥୀଙ୍କ ସହିତ ଫିଲ୍ମ ଦେଖିବାକୁ ଯିବେ । ଆଜିର ଦିନ ଆପଣଙ୍କ ଆମଦନୀ ଭଲ ହେବାର ସଂକେତ ମିଳୁଛି । ଏହା ଫଳରେ ଆପଣଙ୍କୁ ଖୁସି ମିଳିବ । ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ ଓ ପ୍ରତିଟି କ୍ଷେତ୍ରରେ ବିଜୟ ଲାଭ କରିବେ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି । କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ତୁଳା: ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହର ପାର୍ବତୀ ।

ବିଛା: ଆତ୍ମ ବିଶ୍ବାସ ବୃଦ୍ଧି ପାଇବ । ଭାବିଥିବା କାମ ପୂରା ହୋଇଯିବ । ଆର୍ଥିକ ଦୃଷ୍ଟିରୁ ଦିନଟି ଅନୁକୂଳ ରହିବ ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀ ଗଣେଶ ।

ଧନୁ: ପ୍ରତିଟି କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା,ପ୍ରତିପତ୍ତି ବୃଦ୍ଧି ପାଇବ । ମହିଳାମାନେ ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ । ଜୀବନସାଥୀଙ୍କର ଢେ଼ର‌୍‌ସାରା ପ୍ରେମ ମିଳିବ। ଶୁଭରଙ୍ଗ : ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କୁମ୍ଭ: ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ । କିଛି ଖାସ୍‌ କାମରେ ସଫଳ ହୋଇପାରନ୍ତି । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ମିତ୍ରଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ବଢ଼ିଆ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

ମୀନ: ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବୈବାହିକ ଜୀବନ ଖୁସିଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।