04 ଅକ୍ଟୋବର 2019, ଶୁକ୍ରବାର – ଜଗତ ଜନନୀ ମାଆ ଦୁର୍ଗାଙ୍କ କୃପାରୁ ୯ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଆସିବା ପରିବର୍ତ୍ତନ, ଦୁଃଖ

Spread the love

04 ଅକ୍ଟୋବର 2019, ଶୁକ୍ରବାର – ଜଗତ ଜନନୀ ମାଆ ଦୁର୍ଗାଙ୍କ କୃପାରୁ ୯ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଆସିବା ପରିବର୍ତ୍ତନ, ଦୁଃଖ କଷ୍ଟ ହେବ ଦୂର…

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ର ଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ମନ ପ୍ରସନ୍ନ ରହିବ । ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିରେ ହଠାତ୍‌ ସଫଳତା ପାଇବେ । ବେପାର ମାମଲାରେ ମନରେ ନୂଆ ନୂଆ ବିଚାର ଆସିବ । କର୍ମକ୍ଷେତ୍ରରେ ଅଧିକାରୀ ବର୍ଗ ଆପଣଙ୍କ ପକ୍ଷରେ ରହିବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଦେବା ନେବାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ହାର ଗୌରୀ ।

ବୃଷ : ଦିନଟି ଆପଣଙ୍କ ଲାଗି ଅନୁକୂଳ । ମଙ୍ଗଳ ଚତୁର୍ଥାଧିପତି ନକ୍ଷତ୍ରସ୍ଥ ଯୋଗୁ ଯେ କୌଣସି କ୍ଷେତ୍ର ହେଉନା କାହିଁକି, ଆପଣ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ରାଜନୀତିରେ ପ୍ରତିଦ୍ଵନ୍ଦୀ ଶତୃଙ୍କ ପକ୍ଷରୁ ମିତ୍ରତା ଖବର ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ମହିଳାମାନେ ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରାତାରିଣୀ ।

ମିଥୁନ : ଉଚିତ ପରିଶ୍ରମରେ ଆପଣଙ୍କୁ ସଫଳତା ମଳିବ । କର୍ମାଧିପତି ରାଶ୍ୟାଧିପତି ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକ ସ୍ଥିତିରେ ମଜଭୁତ ବଜାୟ ରହିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଅଫିସରେ ସହକର୍ମୀଙ୍କ ପୂର୍ଣ୍ଣ ସମର୍ଥନ ପାଇବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ । ନୂଆ ଘର ବା ଭୂସମ୍ପତ୍ତି କିଣିବା ଲାଗି ଯୋଜନା କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

କର୍କଟ : ମନରେ ଲାଗି ରହିଥିବା ନକାରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ । ଦ୍ୱାଦଶସ୍ଥ ରାହୁ ପ୍ରଭାବରେ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଆଜି କିଛି ନୂଆ ଶିଖିବାର ଅବସର ମିଳିବ । ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । ଘରକୁ ବନ୍ଧୁ ଆସିବା ଯିବା ଲାଗି ରହିବ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ ।

ସିଂହ : ଜରୁରୀ କାମ ମିତ୍ରଙ୍କ ସହାୟତାରେ ପୂରା ହୋଇଯିବ । ଶୁକ୍ରଙ୍କ ସୁପ୍ରଭାବରେ ନିଜସ୍ଵ ବିଚାରଧାରା ଓ କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଷ୍ଟକ ଓ ମିଚ୍ୟୁଆଲ୍‌ଫଣ୍ତରେ ନିବେଶ ଲାଭଦାୟକ ରହିବ । ଅଫିସିଆଲି କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ, ଫଳରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାରେ ରହିଯାଇପାରେ । ରାଜନୀତିରେ ମନୋକାମନା ପୂରା ହେବ । ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପୂର୍ବରୁ ଲାଗିରହିବା ଶାରୀରିକ ପୀଡା ସନ୍ଧ୍ୟା ସମୟରେ ଅସହନୀୟ ହୋଇପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଅମ୍ବିକା ।

କନ୍ୟା : ଆପଣଙ୍କ ଦୃଢ଼ ମନୋବଳ ଜରୁରୀ କାମରେ ସଫଳତା ଆଣିଦେବ କିନ୍ତୁ ପାପଦୃଷ୍ଟ ବୁଧ ହେତୁ ଯେତେ ଭଲ କରିବାକୁ ଚିନ୍ତା କଲେ ମଧ୍ୟ ନିଜ ଲୋକମାନଙ୍କ ବିରୁଦ୍ଧାଚରଣ ହେତୁ କାମଗୁଡ଼ିକ ବାସ୍ତବରେ ଓଲଟା ହେବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାଭାଜନ ହେବେ । ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ବଣିକ୍ୟ, ବ୍ୟବସାୟ, ଶିଳ୍ପ, ପରିବହନ ଆଦିରେ କୌଣସି ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ଗଠନ ହେବ । ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା : ଶାରୀରିକ ଓ ମାନସିକ ଦୃଷ୍ଟି କୋଣରୁ ମନ ଭଲ ରହିଲେ ମଧ୍ୟ ଆର୍ଥିକ ଦୃଷ୍ଟି କୋଣରୁ ମନ ଅସ୍ଥିର ରହିବ । ଦ୍ୱାଦଶରେ ମଙ୍ଗଳଙ୍କ ଯୋଗୁ ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ କିମ୍ବା କାମଗୁଡିକ ସକାଶେ ମଧ୍ୟ ଅନିଶ୍ଚିତତା ଦେଖାଦେବ । ନୂଆ ବ୍ୟବସାୟ ଲାଗି ଯୋଜନା କରିବେ । ଚାକିରି କରୁଥିବା କର୍ମଜୀବିଙ୍କ ଉପରେ ମଧ୍ୟ କାର୍ଯ୍ୟର ଚାପ ବୃଦ୍ଧି ପାଇବ, ଯାହାଫଳରେ କର୍ମବିମୁଖୀ ମନଭାବ ଦେଖାଯାଇପାରେ । ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦମୟ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଭୈରବୀ ।

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଭାଗ୍ୟାଧିପ ରାଶିରେ ରହିଥିବାରୁ ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଅନ୍ୟମାନଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ । ଆର୍ଥିକ ସ୍ଥିତି ମଜବୁତ ରହିବ । ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ରାଜନୈତିକ ମହତ୍ୱଆକାଂକ୍ଷା ପୂରା ହେବ ଓ ଉଚ୍ଚପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ପ୍ରେମ ସମ୍ବନ୍ଧରେ ମଜଭୁତ ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ଧନୁ: ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ପାପଗ୍ରହ ପ୍ରଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ, ଯାହାଫଳରେ ଆର୍ଥିକ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ । ନୂତନ କର୍ମସସ୍ଥାନ ପାଇଁ ମନ ବଳିବ ଏବଂ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ନିଶ୍ଚିତ ଉପକୃତ ହେବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ କୌଣସି ପ୍ରକାର କ୍ଷତିର ସମ୍ମୁଖୀନ ହେବାକୁ ପଡିବ ନାହିଁ । ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ । ଅଫିସରେ ଉଚ୍ଚ କତୃପକ୍ଷ ଆପଣଙ୍କୁ କାର୍ଯ୍ୟକୁ ତର୍ଜମା କରିବେ ଓ ସମାଲୋଚିତ ହେବାକୁ ମଧ୍ୟ ପଡିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶାରୀରିକ ଅସୁସ୍ଥତା ରହିବେ । ଶୁଭରଙ୍ଗ: କ୍ରୀମ । ଆରାଧନା: ମାଆ ଭୈରବୀ ।

ମକର: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବାର ସମ୍ଭାବନା । ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଚେଷ୍ଟା କରୁଥିବା କାମଟି ସମ୍ପୂର୍ଣ୍ଣ ହୋଇଯିବ, ଯାହାଫଳରେ ମନ ଖୁସି ରହିବ । ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଳ୍ପ ପରିଶ୍ରମ କରିବାକୁ ପଡିବ, ତଥାପି କୌଣସି କୈଫତ ଦେବାକୁ ପଡିବ ନାହିଁ । କିନ୍ତୁ ଟିକେ ଜାଗ୍ରତ ହୋଇ ରୁହନ୍ତୁ, ଆପଣଙ୍କ କୌଣସି ବନ୍ଧୁ ବା ପରିବାର ଲୋକଙ୍କ ଦ୍ଵାରା ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବା ସହ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

କୁମ୍ଭ: ଦେବୀମାତାଙ୍କ ଧ୍ୟାନ ମନରେ ସକାରାତ୍ମକ ଶକ୍ତି ସଂଚାର ସୃଷ୍ଟି କରିବ । ରାହୁ ଓ ଶନିଙ୍କ କୁପ୍ରଭାବ ଜନିତ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ, ଫଳରେ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ । କାମରେ ଏକାଗ୍ରତାରୁ ଆପଣଙ୍କୁ ସଫଳତା ମିଳିବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି । ବିବାହିତଙ୍କ ଲାଗି ଦିନଟି ବହୁତ ବଢ଼ିଆ ରହିବ । ରାଜନୈତିକ ମହତ୍ତ୍ବାକା˚କ୍ଷା ପୂରା ହେବ । ସ˚ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମୀନ: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ବୁଧ ଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ ।ବ୍ୟବସାୟ ବାଣିଜ୍ୟରେ ଲାଭ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ଭାତୃବିବାଦ, ଜମିବାଡ଼ି ଓ ଘର ଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ଦାମ୍ପତ୍ୟ କଳହ ଦୂର ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।