05 ଜୁଲାଇ 2019, ଶୁକ୍ରବାର – ମାଆ ଦୂର୍ଗାଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ, ଅତୀତର ମନୋବାଞ୍ଛା ପୂରଣ ହେବ….

Spread the love

05 ଜୁଲାଇ 2019, ଶୁକ୍ରବାର – ମାଆ ଦୂର୍ଗାଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତିଙ୍କ ସର୍ବକାର୍ଯ୍ୟ ସିଦ୍ଧ ହେବ, ଅତୀତର ମନୋବାଞ୍ଛା ପୂରଣ ହେବ…..

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି । ରାଶିଫଳ ଦ୍ଵାରା ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ଖୁସିର ସହିତ ଦିନଟି ଆରମ୍ଭ ହେବ । ଆପଣଙ୍କର ଆତ୍ମବିଶ୍ୱାସର ସ୍ତର ଉଚ୍ଚା ରହିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ଆଜି ଯାହା ବି କାମ କରିବେ ତହିିଁରେ ସଫଳ ହେବେ । କାରବାରରେ କୌଣସି ନୂଆ ସଉଦା ହେବ । ମାନସିକ ଅସ୍ଥିରତା ଦେଖାଦେବ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ମହିଳାମାନଙ୍କ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ । ଛାତ୍ର ଛାତ୍ରୀମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରେମ ସାଗରରେ ବୁଡ଼ ପକାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

ବୃଷ : ଆର୍ଥିକ ଲାଭ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ଅଟେ । ସକାରାତ୍ମକ ଭାବନାରେ ରହନ୍ତୁ; କାମ କରିବା ସହଜ ହେବ । ବ୍ୟବସାୟୀଙ୍କୁ ଭଲ ସୁଯୋଗ ମିଳିବ । ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତିରେ ମନକାମନା ପୂରା ହେବ ଓ ଉପରିସ୍ଥ କର୍ମଚାରୀଙ୍କ ଶ୍ରଦ୍ଧା ଅତୁଟ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଜୀବନସାଥୀଙ୍କଠାରୁ ଖୁସି ମିଳିପାରେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

ମିଥୁନ : ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବା । ଚାକିରିଆଙ୍କ ପାଇଁ ସମୟ ଠିକ୍‌ ରହିବ । ରାଜନୀତିରେ ଲାଭ ପାଇବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ । କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ନିଜ ଜ୍ଞାତିକୁଟୁମ୍ବଙ୍କ ସହଯୋଗ ପାଇ ଆଗକୁ ବଢିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : ନିଜ ଉପରେ ଆତ୍ମା ବିଶ୍ୱାସ ରଖନ୍ତୁ । ମନ କଥା ମନରେ ରଖନ୍ତୁ । ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ । ବ୍ୟବସାୟରେ ନୂଆ ପ୍ରସ୍ତାବ ମିଳିବ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ବ୍ୟବସାୟ ନିମନ୍ତେ ରାଜ୍ୟ ବାହାରକୁ ଯାଇପାରନ୍ତି । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପର କଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ । ସମାଜରେ ମାନ-ସମାନ ଅକ୍ଷୁଣ୍ଣ ରହିବ । ବିଦ୍ୟାର୍ଥିମାନେ ସମ୍ୟକ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ରୁହନ୍ତୁ । ଶୁଭରଙ୍ଗ: ଧୂସର । ଆରାଧନା: ହନୁମାନ ।

ସିଂହ: ଦିନଟି ଆପଣଙ୍କ ଲଗାଇ ସୁଖ ଦୁଃଖର ସମିଶ୍ରଣ ରହିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ବ୍ୟବସାୟରେ ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ । ଚାକିରୀ ଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିଲେ ମଧ୍ୟ ଉଚ୍ଚ ଅଧିକାରୀଙ୍କ ଠାରୁ ନିନ୍ଦା ଶୁଣି ପାରନ୍ତି ଏବଂ ସ୍ଥାନ ବଦଳି ହୋଇପାରେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ମହିଳାମାନେ ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହି ମଧ୍ୟ, ନିଜ ବନ୍ଧୁଙ୍କ ସହ ବେଶ ହସଖୁସିରେ ଦିନ କାଟିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଭୈରବୀ ।

କନ୍ୟା: ପ୍ରଭୁଙ୍କ ସ୍ମରଣରେ ମନ‌ରେ ସକାରାତ୍ମକ ଶକ୍ତି ସଂଚାର ହେବ । କୌଣସି କାମ କରିବା ଲାଗି ବଡ଼ ଲୋକଙ୍କ ସାହାଯ୍ୟ ପାଇପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ବାହାର ଖାଦ୍ୟ ପରିହାର କରନ୍ତୁ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ତୁଳା : ପରିବାର ସହିତ ସମୟ ବିତେଇବାର ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବାଦ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ରାଜନୀତିରେ ନିଜର ପରିସର ବୃଦ୍ଧି ହେବ । ପ୍ରେମ ବ୍ୟାପାର ଲାଗି ସମୟ ଭଲ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ହନୁମାନ ।

ବିଛା : ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ । ସଫଳତା ପାଇବା ଦିଗରେ ଅଗ୍ରସର ହେବେ । ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । ଚାକିରି ଅନ୍ଵେଷଣରେ ଥିବା ମହିଳାଙ୍କୁ ବଢ଼ିଆ ଚାକିରି ପ୍ରସ୍ତାବ ମିଳିବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ରାଜନୀତିରେ କ୍ଷେତ୍ରରେ ସମ୍ୟକ ଅପବାଦ ହୋଇପାରେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ପ୍ରେମପ୍ରସଙ୍ଗ ଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ: ମନ ବଳ ଦୃଢ ହେବ । ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ରାଜନୀତିରେ ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ମକର : ଆଜି ଆପଣଙ୍କ ସଫଳତାର ଚରମ ଶିଖରରେ ପହଂଚି ପାରିବେ ଏବଂ ସମସ୍ତ କାର୍ଯ୍ୟରେ ସିଦ୍ଧ ପ୍ରାପ୍ତ କରିବେ । ତେଣୁ ସମୟକୁ ଅଯଥା ନଷ୍ଟ କରନ୍ତୁ ନାହିଁ । ବ୍ୟବସାୟରୁ ମନମୁତାବକ ସଫଳତା ପାଇବେ । ରାଜନୀତିରେ ମାହାତ୍ତ୍ୱାକାଂକ୍ଷା ପୂରଣ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ସ୍ବାସ୍ଥ୍ୟରେ ସକାରାତ୍ମକ ପରିବର୍ତ୍ତନ ଆସିବ । ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ । ନୂଆ କାର୍ଯ୍ୟର ପ୍ରେରଣା ମିଳିବ । ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । କୌଣସି କାମରୁ ଆଶାଠୁଁ ଅଧିକ ଧନଲାଭ ହେବ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ରାଜନୀତିରେ କୂଟନୀତିର ଶିକାର ହୋଇପାରନ୍ତି । ଦୂର ସ୍ଥିତ ସ୍ନେହୀଜନ କିମ୍ବା ମିତ୍ରମାନଙ୍କର ଶୁଭ ସମାଚାର ମିଳିବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ ଖୁସିର ବାତାବରଣ ରହିବ । ଶୁଭରଙ୍ଗ: ଗୋଲାପୀ ରଙ୍ଗ । ଆରାଧନା: ମାଆ ସମଲେଶ୍ୱରୀ ।

ମୀନା : ଆଜି ଆପଣ ନିଜକୁ ଊର୍ଜାବାନ ଅନୁଭବ କରିବେ । ଉନ୍ନତିର ନୂଆ ରାସ୍ତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ କାହାରିଙ୍କୁ ବନ୍ଧୁଭାବେ ଗ୍ରହଣ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର । ଆରାଧନା: ବାବା କପିଳସ ।