6 ତାରିଖରେ ମାଟ୍ରିକ ରେଜଲ୍ଟ । ଜାଣନ୍ତୁ କେମିତି ଦେଖିବେ ରେଜଲ୍ଟ

zx

ଆଜି ମାଟ୍ରିକ ରେଜଲ୍ଟ ତାରିଖ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ । ଆସନ୍ତା ୬ ତାରିଖ ଅପରାହ୍ନ ୧ଟା ବେଳକୁ ବାହାରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ । ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ତେବେ ୬ ତାରିଖ ଦିନ ଗୋଟାଏ ବେଳେ ରେଜଲ୍ଟ ପ୍ରକାଶ ପାଇବ ।

ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନ୍‌ରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।

ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରେଗୁଲାର ପରୀକ୍ଷା ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହୋଇଥିଲା । ରାଜ୍ୟର ମୋଟ୍‌ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା । ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କ୍ରୁଟିନାଇଜର ଏଥିରେ ନିୟୋଜିତ ହୋଇଥିଲେ ।

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

ତେବେ ରାଜ୍ୟ ଓ ଦେଶର ସବୁତକ ଟିକନିକ ଖବର ସବୁବେଳେ ପଢିବା ପାଇଁ ଏବେ ହିଁ ଗୋଟିଏ ଲାଇକ କରିବା ସହିତ ଆମ ପେଜକୁ ଫଲୋ କରି ଦିଅନ୍ତୁ । ଧନ୍ୟବାଦ ।

Leave a Reply

Your email address will not be published. Required fields are marked *