06 ଅଗଷ୍ଟ 2019, ଶୁକ୍ରବାର – ବିଶେଷ କରି ୩ଟି ରାଶିର ବ୍ୟକ୍ତିମାନେ ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ, ନଚେତ

Spread the love

06 ଅଗଷ୍ଟ 2019, ଶୁକ୍ରବାର – ବିଶେଷ କରି ୩ଟି ରାଶିର ବ୍ୟକ୍ତିମାନେ ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ, ନଚେତ ବିଗିଡି ପାରେ ସମସ୍ତ କାର୍ଯ୍ୟ… ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଭଲ ରହିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । କୌଣସି ସିନିୟରଙ୍କ ସହଯୋଗରେ ସ୍ଥଗିତ ଥିବା କାମ ପୂରା ହୋଇଯିବ । ଅଫିସରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରାତାରିଣୀ ।

ବୃଷ: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । କାମ କରିବା ଦିଗରେ ଯଥେଷ୍ଟ ଉତ୍ସାହ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ପ୍ରତିଯୋଗିତାରେ ସଫଳତା ପାଇବେ । କିନ୍ତୁ ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ ନଚେତ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ: କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଚତୁର୍ଥାଧିପ ଚନ୍ଦ୍ରଙ୍କ ନିକଟରୁ ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହି ନ ପାରେ । କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ: ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । କୌଣସି ପ୍ରକାରର ଅସୁବିଧା ନ ଥିଲେ ମଧ୍ୟ ପାପଗ୍ରହଙ୍କ କୁପ୍ରଭାରୁ ଦୈହିକ ଓ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ ନାହିଁ । ଫଳରେ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ କ୍ଷେତ୍ରରେ ସମ୍ୟକ ଅଭାବ ପରିଲକ୍ଷିତ ହୋଇପାରେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କୈାଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ମହିଳାମାନେ ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ସିଂହ: ଆତ୍ମା ବିଶ୍ୱାସ ବୃଦ୍ଧି ପାଇବ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କାର୍ଯ୍ୟସିଦ୍ଧି, ଯାତ୍ରା, ପ୍ରତିଯୋଗିତା, ପାରିବାରିକ ଜୀବନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ କିନ୍ତୁ ଆର୍ଥିକ ସ୍ଥିତି ପୂର୍ବ ଭଳି ହିଁ ରହିବ । ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାତ୍ମିକ ସଭା ସମିତିରେ ପ୍ରଶଂସିତ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ କିନ୍ତୁ ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ର କରି ଭାବପ୍ରବଣ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

କନ୍ୟା: କର୍ମଭାବସ୍ଥ ଶନି ଓ କେତୁ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁତା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଆପଣ ମନକଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଇପାରୁ ନ ଥିବେ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ଏଭଳି ଏକ ପରିସ୍ଥିତିର ସମ୍ମୁଖୀନ ହୋଇ ଅଶାନ୍ତିରେ ରହିବେ । ଅବଶ୍ୟ ସଭା ସମିତିରେ ସଫଳତା ହାସଲ କରିବେ ଏବଂ ଅର୍ଥ ସଂକଟରୁ ରକ୍ଷା ପାଇଯିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ଦେଖା ଦେଇପାରେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ତୁଳା: ଆଜି ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । ଯେଉଁ କାମରେ ମୁଣ୍ଡ ପୂରାଇଛନ୍ତି, ସେଥିରେ ବନ୍ଧୁବର୍ଗ ଓ ଆତ୍ମୀୟସ୍ଵଜନଙ୍କ ସାହାଯ୍ୟ ପୂର୍ଣ୍ଣମାତ୍ରାରେ ରହିବ । ଫଳରେ ଆପଣ ଯେମିତି ଓ ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ଭାବରେ ପାଇପାରିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ନିଜର ବ୍ୟବହାର ଅର୍ଥାତ କଥାବାର୍ତ୍ତାରେ ସଂଯମତା ରଖନ୍ତୁ ଏବଂ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ; ଆପଣଙ୍କ ପାଇଁ ଭଲ ରହିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ବିଚ୍ଛା: ପାପଗ୍ରହ ପ୍ରଭାବରୁ ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଓ ଅପମାନିତ କରିପାରନ୍ତି । ଆତ୍ମସମୀକ୍ଷାରେ ସମୟ ବିତିବ । ଶତ୍ରୁଙ୍କ ଗତିବିଧି ଉପରେ ନଜର ରଖନ୍ତୁ । ଅଯଥା ତର୍କବିତର୍କ କରନ୍ତୁ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କିଛିଟା ସମସ୍ୟା ଦେଖା ଦେଇପାରେ । ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନା ମୂଳକ ହୋଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନ କରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ଧନୁ: ଆପଣ ନିଜର କାମକୁ ଠିକ୍‌ ଭାବେ ନିର୍ବାହ କରିବେ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ନୂଆ ଅନୁବନ୍ଧ ପାଇଁ ଭଲ ସମୟ । ବ୍ୟବସାୟୀକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରି ପାରିବେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ । କୌଣସି ନୂଆ ସମ୍ବନ୍ଧ ଆରମ୍ଭ ହୋଇପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମକର: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ ରହିବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ସଫଳତା ପାଇବା ଦିଗରେ ଅଗ୍ରସର ହେବେ । ଚାକିରି ଅନ୍ବେଷଣରେ ଥିବା ମହିଳାଙ୍କୁ ବଢ଼ିଆ ଚାକିରି ପ୍ରସ୍ତାବ ମିଳିବ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ ପ୍ରସଙ୍ଗ ଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

କୁମ୍ଭ: ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ବ୍ୟବସାୟ ବୃଦ୍ଧି ଲାଗି ବନ୍ଧୁ ସହଯୋଗ କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ । ବ୍ୟବସାୟ ବାଣିଜ୍ୟରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । କୋର୍ଟ କଚେରି ମାଲିମକଦ୍ଦମାର ଆପଣଙ୍କ ସପକ୍ଷରେ ରହିବ । ଜୀବନରେ ସୁଖ ଓ ଶାନ୍ତି ଅନୁଭବ କରିବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଆ ଭୈରବୀ ।

ମୀନ: ଦିନଟି ଆପଣଙ୍କ ପାଇଁ ହାସ୍ୟାସ୍ପଦ ରହିବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ । ବାଣିଜ୍ୟ କ୍ଷେତ୍ରରେ କୌଣସି ନୂଆ କାମ ବା ନୂଆ ଅର୍ଡର ମିଳିପାରେ । ସମସ୍ତ ସମସ୍ୟା ଶାନ୍ତିପୂର୍ବକ ସମାଧାନ କରି ପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ମହିଳାମାନେ ମଧ୍ୟ ବୟୋଜ୍ୟେଷ୍ଟଙ୍କ ଠାରୁ ପ୍ରସଂଶିତ । ହେବେ ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ପାର୍ବତୀ ।