06 ଅଗଷ୍ଟ 2019, ମଙ୍ଗଳବାର – ହନୁମାନଙ୍କ କୃପାରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପରିଶ୍ରମର ଫଳ ।

Spread the love

06 ଅଗଷ୍ଟ 2019, ମଙ୍ଗଳବାର – ହନୁମାନଙ୍କ କୃପାରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପରିଶ୍ରମର ଫଳ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଜରୁରୀ କାମରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ । ଆଜିର ଚନ୍ଦ୍ର ବଳହୀନ ମଙ୍ଗଳ ନକ୍ଷତ୍ରସ୍ଥ ଯୋଗୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହେବା ସହ କର୍ମ କ୍ଷେତ୍ରରେ ଝଗଡା ଲାଗିପାରେ । ବ୍ୟବସାୟ ମଧ୍ୟ ମାନ୍ଦା ରହିବା । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଫେରନ୍ତା ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ରହିବେ । ପାରିପାର୍ଶ୍ୱିକ ସମସ୍ୟାକୁ ସରଳ ଭାବେ ସମାଧାନ କରି କେତେକ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ବୈବାହିକ ଜୀବନ ଆନନ୍ଦମୟ ହେବ । ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବଗଳାମୁଖୀ ।

ବୃଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ କିନ୍ତୁ ବୃହସ୍ପତି ଯୋଗୁ ଆଜିର ଯାତ୍ରା ସମସ୍ୟା ବହୁଳ ହୋଇପାରେ । ଅଫିସ୍‌ରେ ଆପଣଙ୍କ କାମର ପ୍ରଶଂସା ହେବ । ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ । ଆର୍ଥିକ ସ୍ଥିତି ଭଲ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢାରେ ସମ୍ମାନିତ ହୋଇପାରନ୍ତି । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମିଥୁନ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ରାଶ୍ୟାଧିପ ବୁଧ ଗୁରୁ ନକ୍ଷତ୍ରସ୍ଥ ଯୋଗୁ କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟରେ ସମ୍ମୁଖୀନ ହୋଇପାରନ୍ତି । ପ୍ରତିଦ୍ଵନ୍ଦୀଙ୍କୁ ପଛରେ ପକାଇବାରେ ସଫଳ ହେବେ । ନୂଆ ସମ୍ପର୍କରୁ ଆପଣଙ୍କୁ ଫାଇଦା ମିଳିବ । ଅଫିସରେ କାମ ଭାବିଚିନ୍ତି କରନ୍ତୁ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବା ସହ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଯାଈ ।

କର୍କଟ: ପରିବାର ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ଚନ୍ଦ୍ରଙ୍କ ଭାଗ୍ୟସ୍ଥାନକୁ ପୂର୍ଣ୍ଣଦୃଷ୍ଟି ଯୋଗୁ ଆପଣଙ୍କର ଦକ୍ଷତା ବୃଦ୍ଧି ପାଇବା ସହ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତ ମଜବୁତ ରହିବା । ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ । ପ୍ରତ୍ୟେକ କ୍ଷେତ୍ରରେ ଯେକୈାଣସି ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । କିନ୍ତୁ ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରିଚିକା ପଛରେ ଦୌଡି ପାରନ୍ତି । କ୍ୟାରିୟରର ପ୍ଲାନିଙ୍ଗ କରିବା ପାଇଁ ଦିନଟି ଶୁଭ । ମିତ୍ରଙ୍କ ସାହାଯ୍ୟ ପାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ । ରବି ମୁଣ୍ଡବିହୀନ ଗ୍ରହ କେତୁ ନକ୍ଷତ୍ରସ୍ଥ ଯୋଗୁ ଆପଣଙ୍କ ଦୂରଦର୍ଶିତାବିହୀନ କାର୍ଯ୍ୟ ସମସ୍ୟା ସୃଷ୍ଟି କରିପାରେ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବା କାଠିକର ପାଠ ହୋଇପାରେ । ବନ୍ଧୁଙ୍କ ସହିତ ବସି କୌଣସି ବିଷୟରେ ଆଲୋଚନା କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିପାରେ କିନ୍ତୁ ଅଫିସରେ ବଡ଼ ଅଧିକାରୀଙ୍କ ସହଯୋଗ ମିଳିବ । ଆପଣଙ୍କ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦାମ୍ପତ୍ୟ ଜୀବନରେ ସମ୍ୟକ ଝଡ ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

କନ୍ୟା: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ । କର୍ମଭାବସ୍ଥ ରାହୁ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋଭାବ ପୋଷଣ କରିବେ । ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ବିଭିନ୍ନ ପ୍ରକାର ସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ସରକାରୀ କ୍ଷେତ୍ରରେ ଲାଗି ଅସୁବିଧା ସମାପ୍ତ ହେବ । ସାହିତ୍ୟ, କଳା, କ୍ରୀଡା ଓ ଚଳଚ୍ଚିତ୍ର ଓ ଅଇନ ଅଦଲତା କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ପ୍ରିୟଜନଙ୍କ ସହିତ ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ । ବୈବାହିକ ଜୀବନ ଭଲ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ଶ୍ରୀକୃଷ୍ଣ ।

ତୁଳା: ଦିନଟି ଆପଣଙ୍କ ଲାଗି ଉନ୍ନତିକାରକ ହେବ । ଏକାଧିକଗ୍ରହ କର୍ମସ୍ଥାନକୁ ପ୍ରଭାବିତ କରୁଥିବାରୁ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ । ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ବ୍ୟବସାୟୀଙ୍କୁ ବଡ଼ ଅଡ଼ର୍ର ମିଳିପାରେ । କମ୍ପାନୀରେ ଚାକିରି କରୁଥିବା ବ୍ୟକ୍ତିଙ୍କର ପଦୋନ୍ନତି ହୋଇପାରେ । ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ । ଅଚାନକ ଖୁସି ଖବର ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

ବିଛା: ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ । ଶନିଙ୍କ ସ୍ଵଗୃହ ଦୃଷ୍ଟି ଆଧ୍ୟାତ୍ମିକ, ପାରିବାରିକ, ଟେକେନିକାଲ୍‌ କାର୍ଯ୍ୟ, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସୁଫଳ ଦେବାରେ ସମର୍ଥ ହେବ । କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢ଼ିବା ଲାଗି ନୂଆ ଅବସର ମିଳିବ । ଆନୁଷ୍ଠାନିକ, ରାଜନୈତିକ ତଥା ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇପାରିବେ । ସରକାରୀ ଚାକିରିରେ ଥିବା ବ୍ୟକ୍ତି ବିଶେଷ ସୁଖବର ପାଇବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କିଚକେଶ୍ଵରୀ ।

ଧନୁ: ଆଜି ଆପଣ ନୂଆ ଆହ୍ଵାନର ସମ୍ମୁଖୀନ କରିବେ । କର୍ମଭାବସ୍ଥ ଚନ୍ଦ୍ର ଚିତ୍ରା ନକ୍ଷତ୍ରସ୍ଥ ଯୋଗୁ ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପ୍ରାପ୍ତିରୁ ବଞ୍ଚତ୍ତ ହୋଇପାରନ୍ତି । କୌଣସି କାମ ତରବରିଆରେ କରନ୍ତୁ ନାହିଁ, କ୍ଷତିରେ ପଡ଼ିପାରନ୍ତି । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ କିନ୍ତୁ ଅପବ୍ୟୟ ଉପରେ ଅଙ୍କୁଶ ଲଗାନ୍ତୁ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ପାରିବାରିକ, ପାଖପଡୋଶୀ, ଶିକ୍ଷା ପରୀକ୍ଷା ଆଦି କ୍ଷେତ୍ରରେ ସଫଳତା ପାଇବାରେ ଅସୁବିଧା ହେବନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ହିଙ୍ଗୁଳା ।

ମକର: ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଭାଗ୍ୟସ୍ଥାନସ୍ଥ ଚନ୍ଦ୍ର ଆପଣଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିଦେବ । ଆଜି ଆକସ୍ମିକ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବାକୁ ପଡିପାରେ । କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ । ଆର୍ଥିକ ସ୍ଥିତି ବଢ଼ିଆ ରହିବ । ଶିଳ୍ପ, ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ଶୁକ୍ର ଗ୍ରହଯୁଦ୍ଧରେ ଦୁର୍ବଳ ଜନିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୌଣସି ବ୍ୟକ୍ତିଙ୍କ ଠାରୁ କିଛି ନୂଆ କରିବା ପାଇଁ ପ୍ରେରଣା ମିଳିବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ । ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିବ । ଏକାଧିକ ଗ୍ରହ ପ୍ରଭାବରେ ବାଦ ବିବାଦରେ ସଫଳତା ପାଇବେ ଓ ଅର୍ଥାଭାବ ଦୂରେଇଯିବ । ମନେ ମନେ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ କହିପାରିବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମୀନ: ମନରେ ସକାରାତ୍ମକ ରଖନ୍ତୁ । ଅଧିକାଂଶ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କେତେକାଂଶରେ ସାନ୍ତ୍ୱନାମୂଳକ ପରାମର୍ଶ ପାଇପାରନ୍ତି । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଆନୁଷ୍ଠାନିକ କ୍ଷେତ୍ରରେ ଅପ୍ରିୟ ସତକଥା କହିଲେ ଶତ୍ରୁତା ବୃଦ୍ଧି ବ୍ୟତୀତ କିଛି ଲାଭ ହେବନି । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।