06 ଜୁଲାଇ ୨୦୧୯ ଶନିବାର – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଦୁଃଖ କଷ୍ଟ ଦୂର ହେବ… ବ୍ୟବସାୟ ବାଣିଜ୍ୟରେ ଯଥାଚିତ ସଫଳତା ପାଇବେ ।

Spread the love

06 ଜୁଲାଇ ୨୦୧୯ ଶନିବାର – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଦୁଃଖ କଷ୍ଟ ଦୂର ହେବ…, ବ୍ୟବସାୟ ବାଣିଜ୍ୟରେ ଯଥାଚିତ ସଫଳତା ପାଇବେ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ଦିନଟି ଆପଣଙ୍କ ସପକ୍ଷରେ ରହିବ । ନିଜ ଇଚ୍ଛା ମୁତବକ ଫଳ ପାଇବେ । କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ହାସଲ କରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ପାରିବାରିକ ଜୀବନ ସୁଖମୟ ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ : ଦିନଟି ଆପଣଙ୍କ ପାଇଁ ହସ ଖୁସିର ସମ୍ଭାର ନେଇ ଆସିବ ।ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ହୋଟେଲ ବ୍ୟବସାୟୀଙ୍କର ଉନ୍ନତି ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୀତିରେ ଲାଭ ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ସନ୍ଧ୍ୟାରେ ସାଙ୍ଗ ଓ ପରିଜନଙ୍କ ସହିତ ସମୟ ବିତେଇବେ । ମହିଳାମାନେ ବେଶ ଆନନ୍ଦ ଉଲ୍ଲାସରେ ରହିବେ । ଦାମ୍ପତ୍ୟ ଜୀବନ ବେଶ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : ଆତ୍ମା ବିଶ୍ୱାସ ବଜାୟ ରଖନ୍ତୁ । ଆପଣ ନିଜର ଲକ୍ଷ ହାସଲ ପାଇଁ ଠୋସ୍‌ ଯୋଜନା କରିବେ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି । ବ୍ୟବସାୟରେ ଅଟକିଥିବା ଟଙ୍କା ପଇସା ଫେରି ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ । ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ନୂତନ ସମ୍ପତ୍ତି କ୍ରୟ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କର୍କଟ : ଭାଗ୍ୟର ସହଯୋଗରେ ବିନା ବାଧାବିଘ୍ନରେ ଆଗକୁ ବଢିବେ । ଆପଣଙ୍କ ସକାରାତ୍ମକ ବ୍ୟବହାର ଲୋକଙ୍କୁ ଆକର୍ଷିତ କରିବା । ଵେବସାୟର ଆଶାତୀତ ଲାଭବାନ ହେବେ । ଅଫିସରେ କିଛି ଉଚ୍ଚ-ଅଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ସମାଜରେ ମନ ସମ୍ମାନ ମଧ୍ୟ ବଢିବ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ଆର୍ଥିକ ଦିଗରୁ ଉନ୍ନତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ସିଂହ : ସୁଖ ସମ୍ପଦ ପ୍ରାପ୍ତି ହେବ । ଲୋକେ ଆପଣଙ୍କ କଥା ଶୁଣିବା ପାଇଁ ଉତ୍ସୁକ ରହିବେ । ବ୍ୟବସାୟରେ ଧନଲାଭ ଯୋଗ ରହିଛି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ପ୍ରେମିକଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା ପ୍ରସ୍ତୁତ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ଆଜି ବହୁମୂଲ୍ୟ ବସ୍ତୁ କିଣିବ ଲାଗି ମନରେ ଆଗ୍ରହ ସୃଷ୍ଟି ହେବ । ଛାତ୍ରମାନେ ଅନ୍ୟାନ୍ୟ ପ୍ରତିଭା ପାଇଁ ପୁରସ୍କତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମଙ୍ଗଳା ।

କନ୍ୟା : ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନଜର ଆସିବ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାନୁନ ମାମଲା ସହଜରେ ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ସମସ୍ୟା ଅତି ସହଜରେ ସମାଧାନ ହେବ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ବିଦ୍ୟାର୍ଥିମାନେ ପାଠପଢାରେ ଅବହେଳା କରିବେ ।ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ତୁଳା : ଦିନଟି ଆପଣଙ୍କ ପାଇଁ ମଙ୍ଗଳଦାୟକ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟୀ ନିଜର ଯୋଜନାକୁ ଗୁପ୍ତ ରଖନ୍ତୁ। ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ : କଫିରଙ୍ଗ । ଆରାଧନା: ମାଆ ଦୁର୍ଗା ।

ବିଛା : ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ ବ୍ୟକ୍ତିତ୍ୱ ବିକଶିତ ହୋଇପାରେ । ବିଦେଶରେ ଥିବା ଆପଣଙ୍କର ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଆମଦାନିର ନୂଆ ସ୍ରୋତ ମିଳିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ଧନୁ : ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । ପ୍ରତ୍ୟେକ ସ୍ଥଳରେ ସମସ୍ତେ ଆପଣଙ୍କୁ ଆଜି ସହଯୋଗ କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗି ହେବେ । ଦାମ୍ପତ୍ୟ ସୁଖରେ ବାଧା, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ମକର : ଆଜି ଆପଣ ନିଜକୁ ଖୁବ୍‌ ଉର୍ଜବାନ ଅନୁଭବ କରିବେ । ଆପଣଙ୍କ ଚେଷ୍ଟା ସଫଳ ହେବ । ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଅଧିକାରୀଗଣଙ୍କ ସହିତ ତାଳମେଳ ବନାଇ ରଖିବେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ମାନସିକ ରୂପରେ ପ୍ରସନ୍ନତା ରହିବ । ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ । ଦୈନିକ କାର୍ଯ୍ୟଗୁଡ଼ିକରେ କିଛି ଅବରୋଧ ଆସିପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲିଯିବେ । ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର ।

କୁମ୍ଭ : ଦିନଟି ଆପଣଙ୍କ ଲାଗି ନୂଆ ସମ୍ଭାର ନେଇ ଆସିଛି । କୌଣସି ସଭା ସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ସରକାରୀ କାର୍ଯ୍ୟରେ ସଫଳତା ମିଳିବ । ପଦୋନ୍ନତିର ଯୋଗ ରହିଛି । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିବେ । ମାନସିକ ରୂପରେ ଆଳସ୍ୟ ଅନୁଭବ କରିପାରନ୍ତି । ବାଦ, ବିବାଦ, କୋର୍ଟ କଚେରୀରେ ସକାରାତ୍ମକ ବିଜୟୀ ଲାଭ କରିବେ ।ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଆସିବେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ । ମହିଳାମାନେ ନିଜ କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ:ଲାଲ । ଆରାଧନା: ହନୁମାନ ।

ମୀନ : ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ । ସମ୍ମାନିତ ଲୋକଙ୍କ ସହିତ ମିଶିବେ । ଅଫିସରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ସ୍ଥାୟୀ ସଂପତ୍ତିର କାଗଜପତ୍ର ଉପରେ ଆଜି ହସ୍ତାକ୍ଷର କରନ୍ତୁ ନାହିଁ ପରେ ଦେଖିଚାହିଁ କରିବେ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ । ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟରେ ସୁଧାର ହେବ । ଦାମ୍ପତ୍ୟ ଜୀବନ ବେଶ ରୋମାଞ୍ଚକର ରହିବ ।ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା:ଶ୍ରୀ ଗଣେଶ ।