07 ଜୁଲାଇ 2019 ରବିବାର : ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେଙ୍କୁ ମିଳିବ ଅସରନ୍ତି ଖୁସି, ବ୍ୟବସାୟ ସମ୍ବନ୍ଧିତ କ୍ଷେତ୍ର ପାଇବେ ପୂର୍ଣ୍ଣ ସଫଳତା…..

Spread the love

07 ଜୁଲାଇ 2019 ରବିବାର : ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିମାନେଙ୍କୁ ମିଳିବ ଅସରନ୍ତି ଖୁସି, ବ୍ୟବସାୟ ସମ୍ବନ୍ଧିତ କ୍ଷେତ୍ର ପାଇବେ ପୂର୍ଣ୍ଣ ସଫଳତା…..

ଆମେ ଆପଣଙ୍କୁ ଆଜିର ରାଶିଫଳ କହିବାକୁ ଯାଉଛୁ । ରାଶିଫଳ ଆମ ଜୀବନରେ ବହୁତ ମହତ୍ୱ ରହିଛି । ଗ୍ରହ ଓ ନକ୍ଷେତ୍ରଙ୍କ ଚାଲି ଚଳନ ଆଧାରରେ ରସିଫାଲରା ନିର୍ମାଣ ହୋଇଥାଏ । ଗ୍ରହଙ୍କ ଚାଲି ଚଳନ ସବୁବେଳେ ବଦଳି ଥାଏ । ସେଥିପାଇଁ ଆମ ଦୈନିକ ଜୀବନରେ ଘଟୁଥିବା ଘଟଣା ସବୁବେଳେ ସମାନ ହୋଇନଥାଏ । ତାହେଲେ ଆପଣ ବି ଜାଣିବାକୁ ଚାଁହୁଚନ୍ତି ଯଦି ଆଜିର ଦିନ ଆପଣଙ୍କ ପାଇଁ କିପରି ରହିବ ? ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ? ଏହି ସବୁର ଉତ୍ତର ଜାଣିବାପାଇଁ ପଢନ୍ତୁ ଆଜିର ରାଶିଫଳ ।

ମେଷ: ପୂଜାପାଠରେ ସମୟ ବିତିବ । ଦୀର୍ଘ ଦିନର ଚିନ୍ତା ଦୂର ହେବ । ଆପଣଙ୍କର ଆଗ୍ରହ ନୂଆ କାମ ଆଡ଼କୁ ରହିବ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ତାରିଣୀ ।

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଆପଣଙ୍କ ଜୀବନରେ କୌଣସି ପ୍ରେମ ସମ୍ବନ୍ଧ ଆରମ୍ଭ ହୋଇପାରେ । ମହିଳାମାନେ ସୁଖ ସମ୍ପଦ ପ୍ରାପ୍ତି ଓ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଅଫିସରେ କୌଣସି ଭଲ ଖବର ମିଳିବ । ଆଗକୁ ବଢ଼ିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ । ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

କର୍କଟ: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ମନକୁ ଶାନ୍ତି ମିଳିବ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ପୁରୁଣା ମିତ୍ରଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯିବେ । ଅଚାନକ ଖୁସି ଖବର ପାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀକୃଷ୍ଣ ।

ସିଂହ: ମନରେ ସକାରାତ୍ମକ ଚିନ୍ତା ଧାରା ବଜାୟ ରହିବା । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ । ଜୀବନରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଚାକିରୀଜୀବି ମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।ପରିବାର ସହିତ ତାଳମେଳ ବଜାୟ ରହିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ବାବା ଆଖଣ୍ତଳମଣି ।

କନ୍ୟା: ଆପଣଙ୍କ ମନୋଭାବ ଭଲ ରହିବ । ନୂଆ ବ୍ୟବସାୟରେ ଅର୍ଥ ନିବେଶ କରନ୍ତୁ, ଭବିଷ୍ୟତରେ ଲାଭ ମିଳିବ । ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଆପଣଙ୍କର କୌଣସି ଦୂର ସମ୍ପର୍କୀୟଙ୍କ ସହିତ ସାକ୍ଷାତ ଆଲୋଚନା କରିବା ଦ୍ଵାରା ମନକୁ ଶାନ୍ତି ମିଳିବ ଓ ଖୁସି ଅନୁଭବ ମଧ୍ୟ କରିବେ । ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭଦ୍ରକାଳୀ ।

ତୁଳା: ଆପଣଙ୍କ ଜୀବନ ଲାଗି ଭଲ ଦିନଟିଏ । କୌଣସି ବି କାମ କରନ୍ତୁ ସମୟ ପୂର୍ବରୁ ପୂରା ହୋଇଯିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ବିଛା: ଦିନଟି ଠିକ୍‌ଠାକ୍‌ ରହିବ । କୌଣସି ବିଷୟ ଉପରେ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରିବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ଧନୁ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ । ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଲାଗିଥିବା ଅର୍ଥରୁ ଲାଭ ହୋଇପାରେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ସୂର୍ଯ୍ୟଦେବ ।

ମକର: ଦିନଟି ଆପଣଙ୍କ ପାଇଁ ଖଟା ମିଠା ରହିବ । ଆପଣଙ୍କର ଆତ୍ମବିଶ୍ଵାସ ଓ ସଚ୍ଚୋଟତା ପାଇଁ ଆଗକୁ ବଢ଼ିବା ସହଜ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ଅଫିସ କାମ ନିର୍ଦ୍ଦିଷ୍ଟ ସମୟରେ ପୂରା କରିବା‌େର ସକ୍ଷମ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ; ଲାଭ ହେବ । ନୂତନ କାର୍ଯ୍ୟ କରିବା ପାଇଁ ମନରେ ଦୃଦ ଆଶା ସଂଚାର ହେବ । କାରବାର ସମ୍ବନ୍ଧରେ ବଡ଼ଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । କମ୍ପାନୀ ତରଫରୁ ବିଦେଶ ଯାଇପାରନ୍ତି । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

ମୀନ: ଦେବା ଦେବୀଙ୍କ ପୂଜାର୍ଚ୍ଚନା କରନ୍ତୁ, ସଙ୍କଟ ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଲୁହା ବେପାରୀଙ୍କ କାମ ଭଲ ରହିବ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।