8 ମାର୍ଚ୍ଚ 2019, ଶୁକ୍ରବାର – କୀର୍ତ୍ତିମାନ ରଚନା କରିବେ ଏହି ପାଞ୍ଚଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି, ମାଆ ଦୁର୍ଗାଙ୍କ ରହିବ ଅପାର କୃପା….

Spread the love

8 ମାର୍ଚ୍ଚ 2019, ଶୁକ୍ରବାର – କୀର୍ତ୍ତିମାନ ରଚନା କରିବେ ଏହି ପାଞ୍ଚଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି, ମାଆ ଦୁର୍ଗାଙ୍କ ରହିବ ଅପାର କୃପା….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଧର୍ମକାର୍ଯ୍ୟ ପ୍ରତି ମନ ବଳାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । କର୍ମକ୍ଷେତ୍ରରେ ଶତ୍ରୁ ଦୂର ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ । ନୂଆ କାର୍ଯ୍ୟର ପ୍ରେରଣା ମିଳିବ । ବ୍ୟବସାୟ କାମରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । କୌଣସି କାମରୁ ଆଶାଠୁଁ ଅଧିକ ଧନଲାଭ ହେବ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ରାଜନୀତିରେ କୂଟନୀତିର ଶିକାର ହୋଇପାରନ୍ତି । ଦୂର ସ୍ଥିତ ସ୍ନେହୀଜନ କିମ୍ବା ମିତ୍ରମାନଙ୍କର ଶୁଭ ସମାଚାର ମିଳିବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ ଖୁସିର ବାତାବରଣ ରହିବ । ଶୁଭରଙ୍ଗ: ଗୋଲାପୀ ରଙ୍ଗ । ଆରାଧନା: ମାଆ ସମଲେଶ୍ୱରୀ ।

ମିଥୁନ: ଆଜି ଆପଣଙ୍କର ଆତ୍ମବିଶ୍ୱାସ ଭରି ରହିବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ବ୍ୟବସାୟରେ ନୂଆ ସଉଦା ହେବ । ଚାକିରିରେ ପ୍ରମୋଶନ ମିଳିପାରେ । କାରବାରୀଙ୍କ ଲାଗି ଦିନଟି ଲାଭଦାୟକ ରହିବ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀଗଣେଶ ।

କର୍କଟ: ଦିନଟି ମଙ୍ଗଳମୟ ରହିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମହିଳାମାନେ ଅନ୍ୟମାନଙ୍କ କାମରେ ମନ ଦେଇ ନିଜ କାମକୁ ଅବହେଳା କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ସିଂହ: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବ୍ୟବସାୟ‌େର ବଡ଼ ସଉଦା କରିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୈତିକ ମହତ୍ୱଆକାଂକ୍ଷା ପୂରା ହେବ ଓ ଉଚ୍ଚପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କନ୍ୟା: ଭାଗ୍ୟର ସହଯୋଗ ମିଳିବ । ଉନ୍ନତିର ଚରମ ସୀମାରେ ପହଂଚିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚପ୍ରଶଂସା ଲାଭ କରିବେ । ଶାସନରେ ଥିବା ଲୋକଙ୍କ ସହିତ ସମ୍ପର୍କ ବଢ଼ିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମାଳିମକଦ୍ଦମାରେ ଜୟ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ କରିବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିପାରନ୍ତି । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ସକାରାତ୍ମକ ଭାବନାରେ ମନ ଉର୍ତ୍ତଫୁଲିତ ରହିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ମନରେ ଶାନ୍ତି, ଭୟ ସତ୍ତ୍ୱେ ସମସ୍ତ କାର୍ଯ୍ୟରେ ଜୟ ହେବ । ରାଜନୀତିରେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଫାଇଦା ଉଠାଇ ଅନୁତାପ କରିପାରନ୍ତି । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା: ମାନସିକ ଦୁଶ୍ଚିନ୍ତା ଦୂରହେବ, ସକାରତ୍ମକ ଭାବନା ସୃଷ୍ଟି ହେବେ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତିରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ପାରିବାରିକ ଜୀବନ ସୁଖମୟ ହେବ ।ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ । ସରକାରୀ ଚାକିରିଆଙ୍କୁ କୌଣସି କାମରେ ପ୍ରୋତ୍ସାହନ ମିଳିପାରେ । ରାଜନୀତିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ଜମି କିଣିବା ଲାଗି ଭଲ ଦିନଟିଏ । ଛାତ୍ରଙ୍କୁ କିଛି ଖୁସି ଖବର ମିଳିବ । ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ନିଜ ଉପରେ ଆତ୍ମବିଶ୍ୱାସ ରଖନ୍ତୁ ମନରୁ ଦୁଶ୍ଚିନ୍ତା ବାହାର କରି ଦିଅନ୍ତୁ । ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟ ପାଇଁ ଦିନଟି ଭଲ ରହିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସ କାମ ସମୟ ପୂର୍ବରୁ ପୂରା ହୋଇଯିବ । କୃଷିଜୀବିମାନେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ । ପ୍ରେମିକଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା ପ୍ରସ୍ତୁତ କରିବେ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ହର ପାର୍ବତୀ ।

କୁମ୍ଭ: ମନରେ ଦୃଢ ବିଶ୍ୱାସ ରଖନ୍ତୁ; ସମସ୍ତ କାର୍ଯ୍ୟ ଠିକ ଭାବରେ ସମ୍ପାଦାନ ହେବ । କୌଣସି ପୁରୁଣା କଥାକୁ ନେଇ ମନ ବିଚଳିତ ରହିପାରେ । ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ । ଆପଣଙ୍କର ଆବଶ୍ୟକତାକୁ ପୂରା କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ । ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ରାଜନୀତିରେ ଲାଭ ମିଳିବ । କୃଷିଜୀବିମାନେ ନିଜ କର୍ମରେ ଲିପ୍ତ ରହିବେ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ମହିଳାମାନେ ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ହନୁମାନ ।

ମୀନ: ଖୁସିର ସହିତ ଦିନଟି ଆରମ୍ଭ ହେବ । ଆପଣଙ୍କର ଆତ୍ମବିଶ୍ୱାସର ସ୍ତର ଉଚ୍ଚା ରହିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ଆଜି ଯାହା ବି କାମ କରିବେ ତହିିଁରେ ସଫଳ ହେବେ । କାରବାରରେ କୌଣସି ନୂଆ ସଉଦା ହେବ । ମାନସିକ ଅସ୍ଥିରତା ଦେଖାଦେବ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ମହିଳାମାନଙ୍କ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ । ଛାତ୍ର ଛାତ୍ରୀମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରେମ ସାଗରରେ ବୁଡ଼ ପକାଇବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।