08 ଅକ୍ଟୋବର 2019, ମଙ୍ଗଳବାର – ଶାରଦୀୟ ଦଶହରା ପର୍ବରେ ମାଆ ଦୁର୍ଗାଙ୍କ କୃପାର ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟରେ ହେବ

Spread the love

08 ଅକ୍ଟୋବର 2019, ମଙ୍ଗଳବାର – ଶାରଦୀୟ ଦଶହରା ପର୍ବରେ ମାଆ ଦୁର୍ଗାଙ୍କ କୃପାର ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ ! ଦୁଃଖ କଷ୍ଟର ହେବ ଅନ୍ତ !

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି । ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ଭେଟ ସୁଖଦ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ବୃଷ : ଦିନଟି ଠିକ୍‌ଠାକ୍‌ ରହିବ । ପ୍ରତ୍ୟେକ କାମ ବିନା ବିଘ୍ନରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ଆୟ ବଢ଼ିବା ହେତୁ ଆର୍ଥିକ କଷ୍ଟ ଦୂର ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରୁ ଆଶାନୁରୂପ ଲାଭ ପାଇବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ମହିଳାମାନଙ୍କ ନିମନ୍ତେ ଦିନଟି ଅତ୍ୟନ୍ତ ଶୁଭଦାୟକ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ : ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ଆଜି ସକାଳୁ ସକାଳୁ କୌଣସି ଏକ ଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି । ପ୍ରତିଟି କାର୍ଯ୍ୟରେ କୃତକାର୍ଯ୍ୟ ହେତୁ ମନ ବହୁତ ପ୍ରଫୁଲ୍ଲ ରହିବ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଠାରୁ ଦୁରେଇ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ଘରର କେତେକ ଅଟକି ରହିଥିବା କାର୍ଯ୍ୟକୁ ସମ୍ପାଦନ କରିବା ସକାଶେ ଚିନ୍ତା କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ : ଦିନଟି ମଧୁରମୟ ରହିବା । ଆଜି ରାଶ୍ୟାଧିପତି ବଳବାନ୍‌ ରାହୁଙ୍କ ସହ ରହି ପ୍ରଲୋଭିତ ଜିନିଷ ହାସଲ କରିବା ପାଇଁ ଚେଷ୍ଟିତ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ କିନ୍ତୁ କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ଵର ଉଠାଇ ପାରନ୍ତି । । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ଚେଷ୍ଟାକରି ସଫଳତା ପାଇ ପାରିବେ । ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରି ଆସିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

କନ୍ୟା : ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ । ଚନ୍ଦ୍ର ଦ୍ୱାଦଶରେ ଶନିଙ୍କ ପୂର୍ଣ୍ଣଦୃଷ୍ଟିରେ ରହିଥିବାରୁ ଆଜିର ଯାତ୍ରା ସମସ୍ୟା ବହୁଳ ହେବ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହେବା ଆଶଙ୍କା ରହିଛି । ବନ୍ଧୁ ତଥା ପରିଜନଙ୍କ ସହ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରେ ଦିନଟି ଭାରି ଭଲ ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, କିନ୍ତୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ତୁଳା : ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିବେ । ମୁଖଭାବରେ ଚତୁଃଗ୍ରହଯୋଗ ଆପଣଙ୍କ ପ୍ରଭାବଶାଳୀ ପ୍ରକାଶଭଙ୍ଗୀ ପରିଚାଳନା ଦକ୍ଷତାକୁ ବୃଦ୍ଧି କରିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ । ଅପରିବାରରେ, କର୍ମକ୍ଷେତ୍ରରେ, ସଭାସମିତିରେ ଆପଣ ବହୁ ଚର୍ଚ୍ଚିତ ହୋଇପାରନ୍ତି । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀକୃଷ୍ଣ ।

ବିଛା : ମନରେ ଚାଲୁ ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହେବ । ଦଶମ ସ୍ଥାନରେ ଏକାଧିକ ଗ୍ରହ ଆପଣଙ୍କ କର୍ମକ୍ଷେତ୍ରକୁ ଚଳଚଂଚଳ କରାଇବେ । ବୃହସ୍ପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ଫଳରେ ପରିବାର, ବନ୍ଧୁମିଳନ, ସଭାସମିତି, ଆନୁଷ୍ଠାନିକ କାମକୁ ସମ୍ପନ୍ନ କରିବାରେ ସମର୍ଥ ହୋଇ ପାରନ୍ତି । କିନ୍ତୁ ଚିତ୍ରା ନକ୍ଷତ୍ର କୌଣସି କଥାକୁ ଭଲ ରୂପେ ବିଚାର ନ କରି କାମ କଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମହିଳାମାନେ ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ ଓ ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ଧନୁ : ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ । ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ଅଫିସରେ ଅଧିକ ଦାୟିତ୍ଵ ନିର୍ବାହ କରିବେ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

ମକର : ଦିନଟି ଆପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବା । ଅଷ୍ଟମଭାବସ୍ଥ ଗ୍ରହ ପ୍ରଭାବରେ ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବା ଫଳରେ ମନଟା ଭଲ ଲାଗିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବୃଦ୍ଧି କରାଇବା, ତେଣୁ ସାବଧାନତା ଅବଲମ୍ବନ କରିବା ନିହାତି ଜରୁରୀ । ବ୍ୟବସାୟୀମାନେ ନଗଦ କାରବାରରେ କରିଲେ ଭଲ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ପାରିବାରିିକ ପ୍ରତିରୋଧ ଆପଣଙ୍କୁ କାମକୁ ଦୀର୍ଘ ସମୟ ଧରି ବିଶେଷ ବିଶୃଙ୍ଖଳିତ କରି ରଖିବ ନାହିଁ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

କୁମ୍ଭ : ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟ ସମ୍ପର୍ଣ୍ଣ ରହିବ । ଚତୁର୍ଥାଧିପ ଏକାଦଶରେ ଧନାଧିପ ସଂଯୋଗରୁ ନୂତନ ଗୃହ, ଯାନବାହନ କ୍ରୟ କରିପାରନ୍ତି । ମୁଖ ଭାବରେ ମଙ୍ଗଳ ଓ ବୁଧ ଆପଣଙ୍କ ମନର ଭାବ ଓ ଭାଷାକୁ କଠୋର କରି ସମସ୍ୟା ସୃଷ୍ଟି କରି ପାରନ୍ତି । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ । ବନ୍ଧୁମାନଙ୍କ ପ୍ରେରଣା ଓ ପ୍ରୋତ୍ସାହନରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କରି ଅପମାନିତ ହୋଇ ପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଜମିଜମା, କଳକାରଖାନା, ପ୍ଲଟିଂ ବ୍ୟବସାୟରୁ ସୁଫଳ ପାଇବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ମୀନ : ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଭୁଲ୍‌ ବୁଝାମଣା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟାକଲେ ମଧ୍ୟ ସେମାନେ ଆପଣଙ୍କୁ ଅସ୍ବୀକାର କରିବେ । କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ପ୍ରସ୍ତୁତି ଆରମ୍ଭ କରିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ । ବିବାହ ଇତ୍ସୁକଙ୍କୁ ଉଚିତ ପ୍ରସ୍ତାବ ମିଳିବ । ବ୍ୟବସାୟ ଦୃଷ୍ଟିରୁ ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । କର୍ମକ୍ଷେତ୍ରରେ ସୁଖିର ବାତାବରଣ ରହିବା । ସାଧାରଣ କଥାକୁ ନେଇ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।